Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର
ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ଆଜି ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନୂତନ ଭାବେ ନିର୍ମିତ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଶୁଭ ଉଦ୍‌ଘାଟନ କରିଛନ୍ତି।

ସୂଚନାଯୋଗ୍ୟ ଯେ ଟ୍ରମା କେୟାର ସେଣ୍ଟର ଓ OPD ନିର୍ମାଣ ପାଇଁ ସରକାର ପକ୍ଷରୁ ମୋଟ ୨୧ କୋଟି ୨୮ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ମାଧ୍ୟମରେ ଦୁର୍ଘଟଣାଗ୍ରସ୍ତ ରୋଗୀମାନଙ୍କୁ ତୁରନ୍ତ ଏବଂ ଉପଯୁକ୍ତ ଚିକିତ୍ସା ସୁବିଧା ମିଳିପାରିବ। ଏହା ସହିତ ଡାକ୍ତରଖାନା ପରିସରରେ ୨ କୋଟି ୫୩ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ CSSD (Central Sterile Supply Department) ବିଲ୍‌ଡିଙ୍ଗର ମଧ୍ୟ ଉଦ୍‌ଘାଟନ କରାଯାଇଛି। ଏଠାରେ ଆଧୁନିକ ପ୍ରଣାଳୀ ମାଧ୍ୟମରେ ବିଭିନ୍ନ ଚିକିତ୍ସା ସାମଗ୍ରୀ ଓ ଇକ୍ୟୁପ୍‌ମେଣ୍ଟକୁ ସଫା ଓ ଷ୍ଟେରିଲାଇଜ୍ କରାଯିବ।

ଉଦ୍‌ଘାଟନ ଅବସରରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଦୁର୍ଘଟଣା ହାର ବଢ଼ି ଚାଲିଥିବାରୁ ପ୍ରତ୍ୟେକ ଜିଲ୍ଲାରେ ଟ୍ରମା କେୟାର ସେଣ୍ଟରର ଆବଶ୍ୟକତା ବୃଦ୍ଧି ପାଇଛି। ଦୁର୍ଘଟଣାଗ୍ରସ୍ତଙ୍କୁ ତୁରନ୍ତ ଏବଂ ସୁନିଶ୍ଚିତ ଚିକିତ୍ସା ଯୋଗାଇଦେବା ଏହାର ମୂଳ ଉଦ୍ଦେଶ୍ୟ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ଦାୟିତ୍ବ ନେବାର ୧୩ ଦିନ ମଧ୍ୟରେ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରି ରାଜ୍ୟର ସମସ୍ତ ସରକାରୀ ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଏବଂ ଅନ୍ୟାନ୍ୟ ବଡ଼ ସରକାରୀ ଡାକ୍ତରଖାନାରେ ଟ୍ରମା କେୟାର ସେଣ୍ଟର ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ସମୁଦାୟ ୮୯ଟି ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଖୋଲିବାକୁ ପଦକ୍ଷେପ ନିଆଯାଉଛି। ଏହାଦ୍ୱାରା ଦୁର୍ଘଟଣା ଜନିତ ମୃତ୍ୟୁ ଓ କ୍ଷୟକ୍ଷତି ସଂଖ୍ୟା କମିବା ସହ ଆହତମାନେ ସମୟରେ ଉତ୍ତମ ଚିକିତ୍ସା ପାଇପାରିବେ।

ସେ ପୁଣି କହିଥିଲେ ଯେ, ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ରାଜ୍ୟ ସରକାର ବିଭିନ୍ନ ଡାକ୍ତରଖାନାକୁ ଅପଗ୍ରେଡ୍ କରୁଥିବା ବେଳେ, ଆଜି ସମ୍ବଲପୁର ଡାକ୍ତରଖାନାର ନୂଆ OPD ବିଲ୍‌ଡିଙ୍ଗ ଉଦ୍‌ଘାଟନ ମଧ୍ୟ ଏହାର ଏକ ଅଂଶ। ଏହି ସମସ୍ତ ନୂଆ ସ୍ୱାସ୍ଥ୍ୟ ଭିତ୍ତିଭୂମି ଦ୍ୱାରା ସମ୍ବଲପୁର ଜିଲ୍ଲାବାସୀଙ୍କୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକ ଓ ଆଧୁନିକ ସେବା ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ସମ୍ବଲପୁର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର, ପୂର୍ବତନ ବିଧାୟକ ଶ୍ରୀ ନାଉରି ନାଏକ,ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।

CM in Sambalpur Mohan Majhi ଟ୍ରମା କେୟାର ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.