Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା
ରାଜ୍ୟ ଖବର

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

February 11, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗ୍ରାମ୍ୟ ପାନୀୟ ଜଳ ଯୋଗାଣ
ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟି ଟଙ୍କାର ଯୋଜନା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭ‍ବନ ଠାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଗ୍ରାମୀଣ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର
ସବୁ ଗ୍ରାମକୁ ପାଇପ୍‌ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହାକୁ ମିଶନ୍‌ ମୋଡ୍‌ରେ କାର୍ଯ୍ୟକାରୀ କରି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯେପରି ସମସ୍ତ ଗ୍ରାମଗୁଡ଼ିକୁ ପାନୀୟ ଜଳ ସୁବିଧା ଯୋଗାଇ ଦିଆଯିବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗକୁ ପରାମର୍ଶ ଦେଇଛନ୍ତି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପ୍ରତି ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ଗୁରୁତ୍ୱାରୋପ କରିଥିଲେ ।

ବୈଠକରୁ ଜଣାଯାଇଛି ଯେ, ବର୍ତ୍ତମାନ ରାଜ୍ୟର ୪୬, ୫୩୧ ଟି ଗ୍ରାମ ମଧ୍ୟରୁ ୨୧, ୭୨୧ ଟି ଗ୍ରାମରେ ପାଇପ ଜଳ ଯୋଗାଣ ବ୍ୟବସ୍ଥା ଉପଲବ୍‌ଧ ଅଛି । ଏହା ସହିତ ସୌରଶକ୍ତି, ମେଗା ପାନୀୟ ଜଳ ପ୍ରକଳ୍ପ ଆଦି ବିଭିନ୍ନ ପ୍ରକଳ୍ପ ଗୁଡ଼ିକ ନିର୍ମାଣାଧୀନ ଅଛି । ସମସ୍ତ ପ୍ରକଳ୍ପ ଗୁଡ଼ିକୁ ଯଥାଶୀଘ୍ର ସମ୍ପୂର୍ଣ୍ଣ କରି ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ଗ୍ରାମକୁ ପାଇପ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଓଡ଼ିଶାରେ ପାଇପ ପାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ କରିବା ପାଇଁ ରାଜ୍ୟ ସରକାର ୫୪ ହଜାର କୋଟି ଟଙ୍କାର ଯୋଜନା କରିଛନ୍ତି । ତନ୍ମଧ୍ୟରୁ ଜଳ ଜୀବନ ମିଶନ୍‌ ଯୋଜନାରେ ୩୨, ୧୨୮ କୋଟି ଟଙ୍କାର ପ୍ରାବଧାନ ରହିଥିବା ବେଳେ ଅବଶିଷ୍ଟ ୨୧, ୧୦୯ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ଯୋଗାଇ ଦେଉଛନ୍ତି ।

ବୈଠକରୁ ଆହୁରି ମଧ୍ୟ ଜଣାଯାଇଛି ଯେ, ୨୦୧୭ରୁ ୧୨ ଜୁନ ୨୦୨୪ ମଧ୍ୟରେ ରାଜ୍ୟରେ ୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଜୁନ ୨୦୨୪ରୁ ବର୍ତ୍ତମାନ ସୁଦ୍ଧା ୨୩ଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ସେହିଭଳି, ଜୁନ ୨୦୨୪ ପରେ ବର୍ତ୍ତମାନ ପର୍ଯ୍ୟନ୍ତ ଅର୍ଥାତ୍ ମାତ୍ର ୨୦ ମାସ ମଧ୍ୟରେ ରାଜ୍ୟରେ ୨, ୯୫୧ଟି ଏକକ ଗ୍ରାମ ପ୍ରକଳ୍ପ (Single Village Project), ୨, ୭୦୨ଟି ସୌର ଶକ୍ତି ପାନୀୟ ଜଳ ପ୍ରକଳ୍ପ, ଏବଂ ୨୬, ୧୩୭ଟି ନଳକୂପ ସ୍ଥାପିତ ହୋଇଛି ।

ବୈଠକରେ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ. ସିଂ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଗିରୀଶ ଏସ୍.ଏନ୍, ନିର୍ଦ୍ଦେଶକ ପାନୀୟ ଜଳ ଓ ପରିମଳ ଶ୍ରୀ ବିନୀତ ଭରଦ୍ୱାଜ ପ୍ରମୁଖ ଉପସ୍ଥିତ ଥିଲେ ।

ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପାନୀୟ ଜଳ ଯୋଗାଣ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.