Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା
ରାଜ୍ୟ ଖବର

ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା

February 16, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା
ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି।
ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ଯ ଇତି ମଧ୍ଯରେ ସରିଛି। ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।
ସୂଚନାଯୋଗ୍ୟ ଯେ, ଶେଷ ଗଣତି-ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ପ୍ରକ୍ରିୟାରେ ସମ୍ପତ୍ତିର ଗଣତି ସମୟରେ ଏହାକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରୁ ଜଣାଯାଇଛି।
ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।
ମୋହନ ଚରଣ ମାଝୀ ରତ୍ନଭଣ୍ଡାରର ଗଣତି ମଣତି ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.