Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

April 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଦ୍ୟୁତ୍
ବିଦ୍ୟୁତ୍ ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି ଯେ, ୨୦୨୬ର ଏହି ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ।

ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ (DISCOM) ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍ କାଟ୍ କରିପାରିବେ ନାହିଁ। କେବଳ ଅତ୍ୟାବଶ୍ୟକ ମରାମତି କିମ୍ବା ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସାମୟିକ ଭାବେ ବିଦ୍ୟୁତ୍ କାଟ୍ ହୋଇପାରିବ। ଏହି ସମସ୍ତ ପୂର୍ବ ନିର୍ଦ୍ଧାରିତ ବିଦ୍ୟୁତ୍ କାଟ୍ ବିଷୟରେ ଗ୍ରାହକମାନଙ୍କୁ SMS ଆଲର୍ଟ ଏବଂ ପବ୍ଲିକ୍ ଆଡ୍ରେସ୍ ସିଷ୍ଟମ୍ ମାଧ୍ୟମରେ ଆଗୁଆ ସୂଚନା ଦେବା ବାଧ୍ୟତାମୂଳକ କରାଯାଇଛି।

ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଶକ୍ତି ବିଭାଗ ଏବଂ ଡିଷ୍ଟ୍ରିବ୍ୟୁସନ କମ୍ପାନୀ ଗୁଡ଼ିକୁ ସେମାନଙ୍କ କର୍ମଚାରୀମାନଙ୍କୁ ଏହି ନିର୍ଦ୍ଦେଶ ବିଷୟରେ ଅବଗତ କରାଇବାକୁ ଅନୁରୋଧ କରିଛନ୍ତି। ଏହି ଘୋଷଣାର କଡ଼ାକଡ଼ି ଅନୁପାଳନ ନିଶ୍ଚିତ କରିବା ପାଇଁ ଏକ ଦୃଢ଼ ମନିଟରିଂ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି, ଯାହା ଦ୍ୱାରା ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ଘରୋଇ ଗ୍ରାହକମାନେ ଆଶ୍ୱସ୍ତି ପାଇପାରିବେ।

ଏହି ସମସ୍ତ ନିର୍ଦ୍ଦେଶାବଳିକୁ କାର୍ଯ୍ୟକାରୀ କରିବା ଏବଂ ସମୀକ୍ଷା କରି ଏକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

କନକ ବର୍ଦ୍ଧନ ସିଂହଦେଓ ଗ୍ରୀଷ୍ମ ଋତୁ ବିଦ୍ୟୁତ୍ ବିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତାହକୁ ତିନି ଦିନ ପରିବର୍ତ୍ତେ ଦୈନିକ ସେବା ଯୋଗାଇବ ସୁରଟ-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ

July 9, 2026

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Latest News

ସପ୍ତାହକୁ ତିନି ଦିନ ପରିବର୍ତ୍ତେ ଦୈନିକ ସେବା ଯୋଗାଇବ ସୁରଟ-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ

July 9, 2026

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର କାର୍ଯ୍ୟକାରିତା ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

July 9, 2026

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ: ମନୋନୀତ ହାର ପ୍ରାୟ ୯୩.୦୪%

July 9, 2026

ଆଜି ଜୁଲାଇ ୯ ତାରିଖ ଗୁରୁବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଦୟ

July 9, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ, ପ୍ରଥମ ପର୍ଯ୍ୟାୟରେ ହେବ ୨୨୦୦ଟି ସ୍କୁଲ,ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

July 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.