Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଜୁନ୍‌ ୨୫ ଯାଏଁ ସକାଳୁଆ ସ୍କୁଲ
ରାଜ୍ୟ ଖବର

ଜୁନ୍‌ ୨୫ ଯାଏଁ ସକାଳୁଆ ସ୍କୁଲ

June 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ଜାରି ଥିବା ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତକାଲି ପ୍ରାୟ ୭ଟି ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ଗ୍ରୀଷ୍ମ ଅବକାଶକୁ ଜୁନ୍ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ତେବେ ରାଜ୍ୟ ରାଜଧାନୀ ଅବସ୍ଥିତ ଖୋର୍ଦ୍ଧା ଜିଲ୍ଲା ପାଇଁ ସେତେବେଳେ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ନିର୍ଦ୍ଦେଶ ଜାରି ହୋଇନଥିଲା। ଆଜି ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ ନିର୍ଦ୍ଦେଶ ଜାରି କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଜୁନ୍ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ପାଠପଢ଼ା ଅନୁଯାୟୀ ଚାଲିବ ବୋଲି କୁହାଯାଇଛି।

ଆଜି ସମଗ୍ର ଶିକ୍ଷାର ଅଧ୍ୟକ୍ଷ ତଥା ଜିଲ୍ଲାପାଳଙ୍କ ସ୍ୱାକ୍ଷରିତ ବିଜ୍ଞପ୍ତି ଅନୁଯାୟୀ, ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଏବଂ ଘରୋଇ କର୍ତ୍ତୃପକ୍ଷଙ୍କ ଦ୍ୱାରା ପରିଚାଳିତ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିଶୁବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ ମିନିଟ୍‌ରୁ ପୂର୍ବାହ୍ଣ ୧୦ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ହେବ। ଏହି ନିର୍ଦ୍ଦେଶ ଜୁନ୍ ୧୯ ତାରିଖରୁ ଜୁନ୍ ୨୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

ଏହା ସହିତ ଶିକ୍ଷାନୁଷ୍ଠାନଗୁଡ଼ିକର କର୍ତ୍ତୃପକ୍ଷଙ୍କୁ ବିଦ୍ୟାଳୟରେ ପର୍ଯ୍ୟାପ୍ତ ପାନୀୟ ଜଳ, ଓଆର୍‌ଏସ୍‌, ପ୍ରାଥମିକ ଚିକିତ୍ସା ସୁବିଧା ଏବଂ ଶ୍ରେଣୀଗୃହରେ ଯଥେଷ୍ଟ ବାତାୟନ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସରକାରୀ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ଣ ଭୋଜନ (ଏମ୍‌ଡିଏମ୍‌) ପୂର୍ବବତ୍‌ ଚାଲୁ ରହିବ। ତେବେ ଏସ୍‌ଆଇଆର୍‌ କାର୍ଯ୍ୟକ୍ରମ ଓ ପରୀକ୍ଷା ସମ୍ବନ୍ଧୀୟ ଦାୟିତ୍ୱରେ କୌଣସି ପରିବର୍ତ୍ତନ କରାଯାଇନାହିଁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.