Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି
ରାଜ୍ୟ ଖବର

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ବିକାଶ ଓ ଜନକଲ୍ୟାଣକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗତକାଲି ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ୪୩ତମ ରାଜ୍ୟ କ୍ୟାବିନେଟ୍ ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ୮ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି।

କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ନିଜେ ଉଚ୍ଚଶିକ୍ଷା କ୍ଷେତ୍ରର ଏକ ଐତିହାସିକ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ। ‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’ ଯୋଜନା ମାଧ୍ୟମରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନରେ ନବମ ଶ୍ରେଣୀରୁ ସ୍ନାତକୋତ୍ତର ପର୍ଯ୍ୟନ୍ତ ନିୟମିତ ଛାତ୍ରଛାତ୍ରୀଙ୍କ ନାମଲେଖା ଫି’ ଛାଡ଼ କରାଯିବ।

ଏହାବ୍ୟତୀତ କ୍ୟାବିନେଟ୍‌ରେ ଅନୁମୋଦିତ ଅନ୍ୟ ୧୧ଟି ପ୍ରସ୍ତାବ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ସେ କହିଥିଲେ ଯେ, ଆଜିର ବୈଠକରେ ଭିତ୍ତିଭୂମି ବିକାଶ, ଶିକ୍ଷା, ଜଳସମ୍ପଦ, ପ୍ରାଣୀସମ୍ପଦ, ସୂଚନା ପ୍ରଯୁକ୍ତି, ଖାଦ୍ୟ ଯୋଗାଣ ଓ ରାଜସ୍ୱ ପରିଚାଳନା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବଗୁଡ଼ିକୁ ମଞ୍ଜୁରି ଦିଆଯାଇଛି।

କ୍ୟାବିନେଟ୍‌ରେ ସର୍ବାଧିକ ୩ଟି ପ୍ରସ୍ତାବ ଜଳସମ୍ପଦ ବିଭାଗର ଥିବାବେଳେ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଏବଂ ନିର୍ମାଣ ବିଭାଗର ୨ଟି ଲେଖାଏଁ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହାଛଡ଼ା ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ଇଲେକ୍ଟ୍ରୋନିକ୍ସ ଓ ଆଇଟି, ଖାଦ୍ୟ ଯୋଗାଣ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ମଧ୍ୟ ଅନୁମୋଦିତ ହୋଇଛି।

ରାଜ୍ୟ ସରକାରଙ୍କ ମତରେ, ଏହି କ୍ୟାବିନେଟ୍ ନିଷ୍ପତ୍ତିଗୁଡ଼ିକ ଶିକ୍ଷା, ଭିତ୍ତିଭୂମି ବିକାଶ, ଜଳସମ୍ପଦ ପରିଚାଳନା, ପ୍ରଶାସନିକ ଦକ୍ଷତା ଓ ଜନକଲ୍ୟାଣ କ୍ଷେତ୍ରରେ ନୂଆ ଗତି ଆଣିବ। ଆଗାମୀ ଦିନରେ ଏହି ପଦକ୍ଷେପଗୁଡ଼ିକ ରାଜ୍ୟର ସାମଗ୍ରିକ ବିକାଶକୁ ଅଧିକ ସୁଦୃଢ଼ କରିବ ବୋଲି ସରକାର ଆଶା ପ୍ରକାଶ କରିଛନ୍ତି।

ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

ଡେଙ୍ଗୁ ବିରୋଧରେ ପ୍ରଭାବଶାଳୀ ହେବ କ୍ୟୁଡେଙ୍ଗା ଟୀକା: ସ୍ୱାସ୍ଥ୍ୟ ବିଶେଷଜ୍ଞ

July 22, 2026

ନିମାପଡ଼ାରେ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଶିଳାନ୍ୟାସ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୨୩ ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ

July 22, 2026
Latest News

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

July 22, 2026

ମହିଳା ସାଂସଦମାନଙ୍କୁ ଦୁର୍ବ୍ୟବହାର ମାମଲା: ସମଗ୍ର ମୌସୁମୀ ଅଧିବେଶନରୁ କଲ୍ୟାଣ ବାନାର୍ଜୀ ନିଲମ୍ବିତ

July 22, 2026

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

“କ’ଣ ଆପଣମାନେ ଝିଅମାନଙ୍କ ପୋଷାକ ଚିରିବେ?”: ଲୋକସଭାରେ ପ୍ରଶ୍ନ କଲେ ଅଖିଳେଶ ଯାଦବ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.