Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ
ରାଜ୍ୟ ଖବର

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଚାଷ ଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଦିଅରଙ୍କ ଆକ୍ରମଣରେ ଭାଉଜଙ୍କ ହାତ ଭାଙ୍ଗିଯାଇଥିବା ନେଇ ପାଟପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନ ଓ ତାଙ୍କ ଦିଅର ପଦ୍ମଲୋଚନ ପ୍ରଧାନଙ୍କ ମଧ୍ୟରେ ଜମିକୁ ପାଣି ମାଡ଼ାଇବା ବିଷୟକୁ ନେଇ କଥା କଟାକଟି ଓ ଧସ୍ତାଧସ୍ତି ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ପଦ୍ମଲୋଚନ ଭାଉଜ ବନିତାଙ୍କୁ ଆକ୍ରମଣ କରିବାରୁ ତାଙ୍କ ବାମ ହାତ ଭାଙ୍ଗି ଯାଇଥିଲା।

ଏନେଇ ବନିତା ପାଟପୁର ଥାନାରେ ଏତଲା ଦେବା ପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ମାମଲା ନଂ ୨୮୦/୨୬ ରୁଜୁ କରାଯାଇଛି। ତଦନ୍ତକାରୀ ଅଧିକାରୀ ଏଏସଆଇ ରମାକାନ୍ତ ଶବର ଅଭିଯୁକ୍ତ ଦିଅର ପଦ୍ମଲୋଚନଙ୍କୁ ଗିରଫ କରିଥିଲେ। ପରେ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ଧାରା ୩୫(୩) ଅନୁଯାୟୀ କୋର୍ଟରେ ହାଜର ହେବା ପାଇଁ ସର୍ତ୍ତମୂଳକ ନୋଟିସ ଦେଇ ଜାମିନରେ ଛାଡ଼ିଛନ୍ତି। ଏହି ଘଟଣାକୁ ନେଇ ଦୁଇ ପରିବାର ମଧ୍ୟରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ଗଞ୍ଜାମ ଖବର ଦିଗପହଣ୍ଡି ପାଟପୁର ଥାନା ସାନଖେମୁଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026

ବଡ଼ ଝଟକା ଦେଲା RBI: ୪ ବର୍ଷ ପରେ ବଢିଲା ରେପୋ ହାର, କେତେ ବୃଦ୍ଧି ପାଇବ EMI?

October 7, 2026

ଚିଲିକା ମଝିରେ ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି, ୫୦ରୁ ଅଧିକ ଯାତ୍ରୀ ଫସିଥିବା ସୂଚନା

October 7, 2026

ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

October 7, 2026
Latest News

ରାହୁଲ ଏବଂ ପ୍ରିୟଙ୍କାଙ୍କ ବିରୋଧରେ ଏଫଆଇଆର: ଜାଣନ୍ତୁ ମାମଲା

October 7, 2026

ପ୍ରେମୀ ଯୁଗଳଙ୍କ ମୃତ ଦେହ ଉଦ୍ଧାର

October 7, 2026

ବଡ଼ ଝଟକା ଦେଲା RBI: ୪ ବର୍ଷ ପରେ ବଢିଲା ରେପୋ ହାର, କେତେ ବୃଦ୍ଧି ପାଇବ EMI?

October 7, 2026

ଭୁବନେଶ୍ଵର କୁମାରଙ୍କ ପ୍ରତ୍ୟାବର୍ତ୍ତନକୁ ବାଧା ଦେଉଥିଲେ ଅଗରକର!: ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

October 7, 2026

ଉତ୍ତରାଖଣ୍ଡ, ଦିଲ୍ଲୀ-ଏନସିଆର ପରେ ଅରୁଣାଚଳରେ ଭୂମିକମ୍ପ ଝଟ୍‌କା

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.