Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ
ରାଜ୍ୟ ଖବର

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Chief Minister is conducting an aerial survey of the areas affected by the deep depression.
Chief Minister is conducting an aerial survey of the areas affected by the deep depression.

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଗାଁ ଗଣ୍ଡା ଜଳମଗ୍ନ ହୋଇପଡ଼ିଛି। ଏହି ବିପର୍ଯ୍ୟୟର ପ୍ରତ୍ୟକ୍ଷ ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ଗଞ୍ଜାମ, କୋରାପୁଟ ଏବଂ ନବରଙ୍ଗପୁର ଆଦି ତିନୋଟି ଜିଲ୍ଲାର ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ଏହି ଗସ୍ତ ସମୟରେ ତାଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର ରାଜେଶ ପ୍ରଭାକର ପାଟିଲ୍ ସାମିଲ ହୋଇ ବିପର୍ଯ୍ୟୟ ପରବର୍ତ୍ତୀ ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି।

ସୃଷ୍ଟ ଗଭୀର ଅବପାତ ଯୋଗୁଁ ସମଗ୍ର ଅଞ୍ଚଳ ବେହାଲ ହୋଇପଡ଼ିଥିବା ବେଳେ ଗଞ୍ଜାମ ଏବଂ କନ୍ଧମାଳକୁ ସଂଯୋଗ କରୁଥିବା ଗୁରୁତ୍ୱପୂର୍ଣ୍ଣ କଳିଙ୍ଗା ଘାଟି ଅଞ୍ଚଳରେ ମଧ୍ୟ ସ୍ଥିତି ପରଖାଯାଇଛି। ଆକାଶମାର୍ଗରୁ ବନ୍ୟା ବ୍ୟାପକତା ନିରୂପଣ କରିବା ପରେ ମୁଖ୍ୟମନ୍ତ୍ରୀ କୋରାପୁଟ ଜିଲ୍ଲାର କୋଟପାଡ଼ଠାରେ ସ୍ଥିତିର ସମୀକ୍ଷା କରିବା ସହ ଜୟପୁରଠାରେ ପ୍ରଶାସନିକ ବରିଷ୍ଠ ଅଧିକାରୀମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ପ୍ରଭାବିତ ଜନସାଧାରଣଙ୍କୁ ସମସ୍ତ ପ୍ରକାର ରିଲିଫ୍, ଆଶ୍ରୟ ଏବଂ ଜରୁରୀକାଳୀନ ସେବା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନ୍ୟାଞ୍ଚଳ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

ନେପାଳରେ ଭୟଙ୍କର ହିମସ୍ଖଳନ: ତିବ୍ଦତ ସୀମାନ୍ତ ହିମଲୁଙ୍ଗ ବେସ୍ କ୍ୟାମ୍ପ୍‌ରୁ ୧୦ ନିଖୋଜ

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026

ଜୀ-ସାର୍ଥକରେ ଆସୁଛି ଏକ ନିଆରା ପ୍ରେମ କାହାଣୀ: ଅକ୍ଟୋବର ୪ରେ ‘ଅଧୁରା ପ୍ରେମ କାହାଣୀ’ର ମହାପ୍ରିମିୟର

September 27, 2026
Latest News

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026

ନେପାଳରେ ଭୟଙ୍କର ହିମସ୍ଖଳନ: ତିବ୍ଦତ ସୀମାନ୍ତ ହିମଲୁଙ୍ଗ ବେସ୍ କ୍ୟାମ୍ପ୍‌ରୁ ୧୦ ନିଖୋଜ

September 27, 2026

‘ସର୍ଜିକାଲ୍ ଷ୍ଟ୍ରାଇକର ୧୦ ବର୍ଷ’: ‘ମନ କି ବାତ୍’ ରେ ପାକିସ୍ତାନ ବିଷୟରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

September 27, 2026

CJP ନେତା ଆଶୁତୋଷ ରାଙ୍କାଙ୍କୁ ଅଟକ ରଖିଲା ଆସାମ ପୋଲିସ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.