Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ
ରାଜ୍ୟ ଖବର

ବିଶ୍ୱ ପର୍ଯ୍ୟଟନ ଦିବସ: ପ୍ରଯୁକ୍ତିବିଦ୍ୟା ଚାଳିତ, ସମାବେଶୀ ଓ ସମୁଦାୟ ନେତୃତ୍ୱାଧୀନ ପର୍ଯ୍ୟଟନ ବିକାଶ ପାଇଁ ଆହ୍ୱାନ

September 27, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
World Tourism Day: A call for technology-driven, inclusive, and community-led tourism development.
World Tourism Day: A call for technology-driven, inclusive, and community-led tourism development.

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଜି ଡିଜିଟାଲ୍ ନବସୃଜନ, ନିରନ୍ତର ପର୍ଯ୍ୟଟନ, ସଂସ୍ଥାଗତ ଭାଗିଦାରୀ, ସାହସିକ ଓ ଐତିହ୍ୟ ପର୍ଯ୍ୟଟନ, ଉଦ୍ୟୋଗିତା ଏବଂ ରାଜ୍ୟର ପର୍ଯ୍ୟଟନ ବ୍ୟବସ୍ଥାରେ ସ୍ଥାନୀୟ ସମୁଦାୟର ସକ୍ରିୟ ଭାଗିଦାରୀକୁ ଗୁରୁତ୍ୱ ଦେଇ “ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬’ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଲୋକସେବା ଭବନର ରାଜ୍ୟ ସମ୍ମିଳନୀ କକ୍ଷଠାରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

“ପର୍ଯ୍ୟଟନର ପୁନଃ ପରିକଳ୍ପନା ପାଇଁ ଡିଜିଟାଲ୍ ଆଜେଣ୍ଡା ଏବଂ କୃତ୍ରିମ ବୁଦ୍ଧିମତ୍ତା ‘ ବିଶ୍ୱ ପର୍ଯ୍ୟଟନ ଦିବସ ୨୦୨୬ର ଏହି ମୂଳ ଭାବନାକୁ ଆଧାର କରି ଏହି ସମାରୋହ ଆୟୋଜିତ ହୋଇଥିଲା। ଏହା ପର୍ଯ୍ୟଟନ କ୍ଷେତ୍ରକୁ ସୁଗମ, ସଂଯୋଜିତ ଏବଂ ଭବିଷ୍ୟତ-ଉପଯୋଗୀ କରିବାରେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ଡିଜିଟାଲ୍ ସମାଧାନର ବୃଦ୍ଧିପାଉଥିବା ଭୂମିକାକୁ ଦର୍ଶାଇଥାଏ। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜ ବକ୍ତବ୍ୟରେ ଜୀବିକା ସୃଷ୍ଟି, ଉଦ୍ୟୋଗିତାର ବିକାଶ ଏବଂ ସ୍ଥାନୀୟ ସମୁଦାୟକୁ ଓଡ଼ିଶାର ବିକାଶ ଯାତ୍ରାରେ ମୁଖ୍ୟ ଭାଗିଦାରୀ କରିବାରେ ପର୍ଯ୍ୟଟନର ପରିବର୍ତ୍ତନକାରୀ ସାମର୍ଥ୍ୟ ଉପରେ ଆଲୋକପାତ କରିଥିଲେ। ସେ ଓଡ଼ିଶାର ପର୍ଯ୍ୟଟନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପର୍ଯ୍ୟଟକଙ୍କ ଅନୁଭୂତିକୁ ସମୃଦ୍ଧ କରିବା ପାଇଁ ପ୍ରଯୁକ୍ତି ବିଦ୍ୟା, ନିରନ୍ତରତା, ଐତିହ୍ୟ, ନବସୃଜନ ଏବଂ ସମୁଦାୟର ସହଭାଗିତାକୁ ଏକତ୍ରିତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓଡ଼ିଶାର ପର୍ଯ୍ୟଟନ ପରିସଂସ୍ଥାକୁ ସୁଦୃଢ଼ କରିବା ପାଇଁ ସମନ୍ୱିତ ଉଦ୍ୟମ, ସଂସ୍ଥାଗତ ଭାଗିଦାରୀ ଏବଂ ନବସୃଜନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ପର୍ଯ୍ୟଟନ ବିକାଶ ଦ୍ୱାରା ଗନ୍ତବ୍ୟ ସ୍ଥଳଗୁଡ଼ିକର ସୁପରିଚାଳନା ସହ ସ୍ଥାନୀୟ ଲୋକଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବା ଉପରେ ସେ ବକ୍ତବ୍ୟ ରଖିଥିଲେ। ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ୍ କି ବାତ୍‌’ କାର୍ଯ୍ୟକ୍ରମର ପ୍ରସାରଣ ଏବଂ ଓଡ଼ିଶା ପର୍ଯ୍ୟଟନର ବିବିଧ ଆକର୍ଷଣ ଓ ପଦକ୍ଷେପ ସମ୍ପର୍କିତ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା।

ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ବିଶ୍ୱ ପର୍ଯ୍ୟଟନ ଦିବସ ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026
Latest News

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

୨୨ରୁ ଲଘୁଚାପ ସମ୍ଭାବନା, ଫିକା ପଡ଼ିବନି ପାର୍ବଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.