ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ଅଞ୍ଚଳରେ ଦୁର୍ଗାପୂଜା ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଧର୍ମଗଡ଼ରୁ ମାଲକାନଗିରି ଆଡ଼କୁ ଯାଉଥିବା ଏକ ଡିଜେ ବୋଝେଇ ଗାଡ଼ି ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଦୁର୍ଗାପୂଜା ବିସର୍ଜନ ଶୋଭାଯାତ୍ରା ଚାଲିଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବାରୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ସେମାନଙ୍କର ଚିକିତ୍ସା ଜାରି ରହିଛି।


