Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉଚ୍ଚସ୍ତରୀୟ ସମୀକ୍ଷା
ରାଜ୍ୟ ଖବର

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉଚ୍ଚସ୍ତରୀୟ ସମୀକ୍ଷା

October 27, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ଭାବ୍ୟ ବାତ୍ୟା 'ଅର୍ଣ୍ଣବ' ମୁକାବିଲା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉଚ୍ଚସ୍ତରୀୟ ସମୀକ୍ଷା
ସମ୍ଭାବ୍ୟ ବାତ୍ୟା 'ଅର୍ଣ୍ଣବ' ମୁକାବିଲା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉଚ୍ଚସ୍ତରୀୟ ସମୀକ୍ଷା

ଭୁବନେଶ୍ୱର/ଗଜପତି: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ଓ ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ଆଜି ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।

ବୈଠକରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଆଭାସୀ ମାଧ୍ୟମରେ ଜିଲ୍ଲାର ସମସ୍ତ ବ୍ଲକ୍ ଓ ଉପଖଣ୍ଡ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

ବୈଠକରେ ମନ୍ତ୍ରୀ ଶ୍ରୀ ସୂରଜ ଜିଲ୍ଲାର ସମସ୍ତ ପ୍ରସ୍ତୁତି ସମ୍ବନ୍ଧରେ ସବିଶେଷ ସମୀକ୍ଷା କରିଥିଲେ। ସରକାରଙ୍କ ‘ଶୂନ୍ୟ ଜୀବନହାନୀ’ (Zero Casualty) ଲକ୍ଷ୍ୟ ପୂରଣ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ବର୍ତ୍ତମାନ ସୁଦ୍ଧା ଗଜପତି ଜିଲ୍ଲାର ୧୪୭ଟି ବାତ୍ୟା ପ୍ରବଣ ଅଞ୍ଚଳର ୧୦,୨୦୦ ଜଣ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ଗର୍ଭବତୀ ମହିଳାମାନଙ୍କୁ ‘ମା’ ଗୃହ’କୁ ସ୍ଥାନାନ୍ତର କରାଯାଇଛି। ଜିଲ୍ଲାରେ ପ୍ରାୟ ୨୦୦ଟି ବାତ୍ୟା ଆଶ୍ରୟସ୍ଥଳୀ ରହିଛି। ସମସ୍ତ ଆଶ୍ରୟସ୍ଥଳୀରେ ଶୁଖିଲା ଖାଦ୍ୟ ମହଜୁଦ, ରନ୍ଧା ଖାଦ୍ୟ ପ୍ରସ୍ତୁତି ବ୍ୟବସ୍ଥା, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ପାଇଁ ମେଡିକାଲ କିଟ୍, ବିଦ୍ୟୁତ ସଂଯୋଗ ସମେତ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ୩ ଦିନ (୨୭, ୨୮ ଓ ୨୯ ଅକ୍ଟୋବର) ବନ୍ଦ ରଖାଯାଇଛି। ବାତ୍ୟା ମୁକାବିଲା ପାଇଁ ଅଧିକାରୀମାନଙ୍କୁ SOP ପ୍ରଦାନ କରାଯିବା ସହ ବରିଷ୍ଠ ଅଧିକାରୀମାନଙ୍କୁ ବାତ୍ୟା ପ୍ରବଣ ଅଞ୍ଚଳରେ ନିୟୋଜିତ କରାଯାଇଛି।

ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି, “ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଲୋକମାନଙ୍କୁ ସ୍ଥାନାନ୍ତରଠାରୁ ଆରମ୍ଭ କରି ଆଶ୍ରୟସ୍ଥଳୀରେ ସୁରକ୍ଷିତ ରହଣି ବ୍ୟବସ୍ଥା ସୁନିଶ୍ଚିତ ହୋଇଛି। ଶିଶୁ ଓ ଗର୍ଭବତୀ ମହିଳାଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ଦିଆଯାଉଛି। ଜିରୋ କାଜୁଆଲଟି ଆମର ଲକ୍ଷ୍ୟ। ବାତ୍ୟା ମୁକାବିଲା ସହ ଲୋକଙ୍କ ସୁରକ୍ଷା ହିଁ ଆମର ପ୍ରାଥମିକତା।”

ଏହାସହ ମନ୍ତ୍ରୀ ଶ୍ରୀ ସୂରଜ ଜିଲ୍ଲାର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଠାରେ ଲୋକମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବା ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରିଛନ୍ତି।

'ଅର୍ଣ୍ଣବ' ମୁକାବିଲା ‘ଅର୍ଣ୍ଣବ’ ଉଚ୍ଚସ୍ତରୀୟ ସମୀକ୍ଷା ଗଜପତି ସମ୍ଭାବ୍ୟ ବାତ୍ୟା ସୂର୍ଯ୍ୟବଂଶୀ ସୂରଜ
Share. Facebook Twitter LinkedIn Email WhatsApp Copy Link

Related Posts

ବାତ୍ୟା “ଅର୍ଣ୍ଣବ” ପାଇଁ ଆଉ ଚାରିଟି ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ୍

October 27, 2026

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ: ‘ଗଠନମୂଳକ ପରାମର୍ଶ ଆଶା କରୁଛୁ’

October 27, 2026

ନଭେମ୍ବର ୧ରେ INDIA ମେଣ୍ଟର ମହାରାଲିକୁ ଗ୍ରୀନ୍ ସିଗନାଲ୍! ଜ୍ଞାନେଶ କୁମାରଙ୍କ ବିରୋଧରେ ଗର୍ଜିବେ ବିରୋଧୀ

October 27, 2026

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ପ୍ରଯୁକ୍ତି ବିଦ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

October 27, 2026
Latest News

କର୍ଣ୍ଣାଟକ ଏସ୍‌ଆଇଆର୍‌: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

October 27, 2026

ବାତ୍ୟା “ଅର୍ଣ୍ଣବ” ପାଇଁ ଆଉ ଚାରିଟି ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ୍

October 27, 2026

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ: ‘ଗଠନମୂଳକ ପରାମର୍ଶ ଆଶା କରୁଛୁ’

October 27, 2026

ନଭେମ୍ବର ୧ରେ INDIA ମେଣ୍ଟର ମହାରାଲିକୁ ଗ୍ରୀନ୍ ସିଗନାଲ୍! ଜ୍ଞାନେଶ କୁମାରଙ୍କ ବିରୋଧରେ ଗର୍ଜିବେ ବିରୋଧୀ

October 27, 2026

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ପ୍ରଯୁକ୍ତି ବିଦ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

October 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.