Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ମତାମତ»ସବୁଠୁ କମ ଭୋଟ ଦେଉଥିବା ସ୍ମାର୍ଟ ସିଟି ଭୁବନେଶ୍ବରକୁ ସଲାମ
ମତାମତ

ସବୁଠୁ କମ ଭୋଟ ଦେଉଥିବା ସ୍ମାର୍ଟ ସିଟି ଭୁବନେଶ୍ବରକୁ ସଲାମ

April 24, 2019No Comments5 Mins Read
Share Facebook Twitter LinkedIn Email WhatsApp Copy Link
Low polling percentage in Bhubaneswar
Low polling percentage in Bhubaneswar

ରଙ୍ଗାଚରଣ ପ୍ରଧାନ 

କମ୍ ମତଦାନ ହୋଇଥିବାରୁ ଭୁବନେଶ୍ବରବାସୀଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଉଛି ।

ସେମାନେ ପୁଣି ଥରେ ପ୍ରମାଣ କରିଦେଲେ ଯେ ଅଧିକ ଉନ୍ନତି ପାଇଁ ଭୋଟ ପ୍ରତିଶତ ବଢିବା ଜରୁରୀ ନୁହେଁ । ଲଗାତର ଭୋଟ ପ୍ରତିଶତ ବଢାଇ କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିକୁ ମିଳିଛି କ’ଣ ? ଦେଶକୁ ଲୁଟୁଥିବା ଶକ୍ତି ଓ ଟଙ୍କା ନେଇ ଟୁଇଟ୍ କରୁଥିବା ସେଲିବ୍ରିଟିମାନେ ଏକ ଅଯୁକ୍ତିକର ପ୍ରଚାର ଚଳାଇଛନ୍ତି ଯେ ଅଧିକ ଭୋଟିଂ ହେବା ଗଣତନ୍ତ୍ର ପାଇଁ ଭଲ । ତା’ମାନେ ଆମେ ମଲେଇ ଖାଉଥିବୁ ଆଉ ତମେ ପାଞ୍ଚ ବର୍ଷରେ ଥରେ ଆଙ୍ଗୁଠିରେ କାଳି ଲଗେଇ ଖୁସି ହୁଅ ଯେ ଆମେ ପୄଥିବୀର ସର୍ବବୄହତ ଗଣତନ୍ତ୍ର ।

ମୁଁ ଜାଣୁଛି ବହୁତ ବନ୍ଧୁ ମୋ ସହିତ ଅସହମତ ହେବେ । ସେମାନେ ମୋତେ ବୁଝେଇ ଦେଲେ ମୁଁ ଖୁସିରେ ମାନିଯିବି । ଯେଉଁମାନେ ରାଜନିତୀରେ ଆମ୍ବ କ’ଣ ଆମ୍ବଡା କ’ଣ ଜାଣି ନାହାନ୍ତି ସେମାନଙ୍କୁ ଭୋଟ ଦେବା ପାଇଁ ବାଧ୍ୟ କଲେ ସେମାନେ କି ପ୍ରକାର ନିଷ୍ପତ୍ତି ନେଇ ଭୋଟ ଦେବେ ? ଜାମ୍ମୁ କାଶ୍ମୀର କଥା ଅଲଗା । ସେଠାରେ ଭୋଟ ପ୍ରତିଶତ ବଢିଲେ ଆମେ ବୁଝିବା ଯେ ସେଠିକାର ଲୋକଙ୍କ ମନରେ ବିଛିନ୍ନତାବାଦ ମନୋଭାବ କମୁଛି । କିନ୍ତୁ ଆମ ଭୁବନେଶ୍ବରରେ ତ ଲୋକଙ୍କ ମନରେ ବିଛିନ୍ନତାବାଦ ନାହିଁ ? ସେମାନଙ୍କୁ କାହିଁକି ବାଧ୍ୟ କରିବା ଭୋଟ ଦେବାକୁ ?

ସେମାନେ ଜାଣିଛନ୍ତି ଦେଶ ଚାଲୁଛି । ଆମେ ଭୋଟ ଦେବାକୁ ନଗଲେ ବି ଦେଶ ଏମିତି ଚାଲିବ । ଯେତେ ପରିବର୍ତନ କଲେ ବି ସେମିତି ଚାଲିବ । ପଡି ଉଠି କରି ହିସାବ ଏପଟ ସେପଟ କରି ୬ରୁ ୮% ବିକାଶ ବୄଦ୍ଧି ଦର ହାରରେ ଦେଶ ଚାଲିଛି । ଏତିକି ବିକାଶ ଦର ହାରରେ କିଛି ହବନି । ଦେଶର ପ୍ରକୄତ ବିକାଶ କରିବାକୁ ହେଲେ ଅତି କମରେ ଆମକୁ ବୄଦ୍ଧି ଦର ଲଗାତର ୧୦% ରେ ପହଞ୍ଚାଇବାକୁ ପଡିବ ଯାହା ଗତ ୨୦ ବର୍ଷରେ କେବଳ ଗୋଟିଏ ବର୍ଷ ହୋଇଛି । ଭୁଟାନ୍ ଆମଠାରୁ ଅଧିକ ଆର୍ଥିକ ଉନ୍ନତି କରିଛି । ବଙ୍ଗଳାଦେଶ, ଯାହାକୁ ଆମେ ୧୯୭୧ ମସିହାରେ ଜନ୍ମ ଦେଇଥିଲୁ, ସିଏ ବି ଅଧିକାଂଶ ଆର୍ଥିକ ମାପଦଣ୍ଡରେ ଆଜି ଆମଠାରୁ ଆଗରେ । ଆମକୁ କିନ୍ତୁ ଅମିତାଭ ବଚନମାନେ କହୁଛନ୍ତି ତମେ ଖାଲି ଭୋଟ ଦିଅ ।

ଦେଶରେ ସ୍ବାକ୍ଷର ସଂଖ୍ୟା ବଢିଛି । ମାତ୍ର ସେମାନଙ୍କ ମଧ୍ୟରୁ ଶିକ୍ଷିତଙ୍କ ସଂଖ୍ୟା କେତେ ? ଏହି ସ୍ବାକ୍ଷରମାନେ ହ୍ବାଟସପ୍ ପାଇଁ ଫିଟ୍ । ସେଥିପାଇଁ ଆଜି ନେହେରୁଙ୍କ ବାପା ମୋଇନୁଦ୍ଦିନ୍ ହେଇଗଲେ । ହ୍ବାଟସପ୍ ସ୍ବାକ୍ଷରଙ୍କ ମଧ୍ୟରେ ବାଦ ବିବାଦ ଚାଲିଲା ଯେ ଏଇଟା ସତ ନା ଫେକ୍ ନ୍ୟୁଜ୍ । କିନ୍ତୁ କେହି ବି ଜଣେ ଶିକ୍ଷିତ ବାହାରିକରି ପଚାରୁନି ଯେ ନେହେରୁଙ୍କ ବାପା ଯଦି ସତରେ ମୋଇନୁଦ୍ଦିନ୍ ହୋଇଥାନ୍ତି ସେଥିରେ ପ୍ରୋବ୍ଲେମ୍ କେଉଁଠି ? ଦେଶରେ ବହି ପଢୁଥିବା ଲୋକଙ୍କ ସଂଖ୍ୟା କମୁଛି । ପ୍ରେମଚନ୍ଦଙ୍କ ଅମର କୄତିକୁ କେତେ ଜଣ ପଢୁଛନ୍ତି ? ଆଉ କାହା କଥା କ’ଣ କହିବା, ଆମ ସାମ୍ବାଦିକମାନେ ଯେଉଁମାନଙ୍କୁ ବୄତ୍ତିର ଆବଶ୍ୟକତା ଯୋଗୁଁ ବହି ପଢିବା ନିହାତି ଦରକାର, ସେମାନେ ବି ପଢୁ ନାହାନ୍ତି । ସବୁ ନହେଲେ ବି ଅଧିକାଂଶ । ସେମାନଙ୍କ ପାଇଁ ଆଜିକାଲି ବହି ଅପେକ୍ଷା ବୁମ୍ ଅଧିକ ଜରୁରୀ । ସେମାନଙ୍କ ଉପରେ ପୁଣି ଦାୟିତ୍ବ ଦିଆଯାଇଛି ଆମକୁ ଅଫିସରୁ ଫେରିବା ପରେ ଜଣେଇବେ ଦେଶରେ କ’ଣ ସବୁ ଘଟୁଛି । ସେଇମାନଙ୍କୁ ଲଗେଇ ଗୋଟିଏ ମାସ ଭିତରେ ଏମିତି ଘୋ କରାଯାଉଛି ଯେ ସତେ ଯେପରି ଦେଶରେ ଆଉ କିଛି ସମସ୍ୟା ନାହିଁ କେବଳ ସେହି ଘୋ ଭିତର ସମସ୍ୟାଟି ହିଁ ସମସ୍ୟା ।

ଆଜି ସମ୍ବାଦ ଟୁଇଟ୍ କରିଛି –

” ଓଡିଶାରେ ତୄତୀୟ ପର୍ଯ୍ୟାୟ ମତଦାନ ଶେଷ : ୪୧୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ କଏଦ ।'”

ଠିକ୍ ତ ଲେଖିଛି । ନିର୍ବାଚନରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣୟ ହୁଏ । ଆମର ନୁହେଁ ? ଆମେ କାହିଁକି ଛୁଟି ଦିନଟାରେ ଭୋଟ ଦେବାକୁ ଯିବୁ ? ଆମେ ଭୋଟ ଦେଇଦେଲେ କ’ଣ ୧୨% ନହେଲେ ବି ୧୦% ବିକାଶ ବୄଦ୍ଧି ଦର ଆସିଯିବ ? ଆଉ ଦଳେ ପରିବର୍ତନର ଡାକରା ଦେଉଛନ୍ତି । କି ସୁନ୍ଦର ମାର୍କେଟିଂ ଆହା ! ଆହେ କି ପରିବର୍ତନ ହୋ ?
ପରିବର୍ତନ ହେଲେ ବିକାଶ ହେବ ଏବଂ ତାହାର ସମବଣ୍ଟନ ହେଇଯିବ ? କ’ଣ ରୋଡ୍ ତିଆରି ହେବାକୁ ବିକାଶ କୁହନ୍ତି ? ଏହି ପରିବର୍ତନ ଦ୍ବାରା ସ୍ବାକ୍ଷରମାନେ ଶିକ୍ଷିତ ହୋଇଯିବେ ? ଭୁତଳ ଜଳସ୍ତର କମିବା ବନ୍ଦ ହୋଇଯିବ ? ଓଡିଆ ଭାଷା ବଞ୍ଚିବା ପାଇଁ ଓଡିଆ ମାଧ୍ୟମ ସ୍କୁଲ ଚମକିବ ? କୄଷି ଏମିତି ଲାଭଜନକ ହେବ ଯେ ଚାକିରୀ ବଜାର ଉପରେ ପ୍ରେସର୍ କମିବ ? ଆମ କୄଷି ଉତ୍ପାଦନ ରପ୍ତାନୀଯୋଗ୍ୟ ହୋଇଯିବ ? ଏଠି ପରା ଭୋଟ ଆସିବାରୁ ଗୋଟେ ସରକାର କାଳିଆ ଯୋଜନା ଆରମ୍ଭ କଲା ତ ଆଉ ଗୋଟିଏ ସରକାର ପିଏମ୍-କିଷାନ୍ ଆରମ୍ଭ କଲାଣି । ଆପଣ କି ପରିବର୍ତନ କଥା କହୁଛନ୍ତି ଯେ ଭୁବନେଶ୍ବର ଲୋକେ ଛୁଟିଟା ବରବାଦ କରି ବୁଥ୍ ଆଗରେ ଲାଇନ୍ ଦେବେ ?

ସପ୍ତାହ ସାରା ଭୁବନେଶ୍ବରରେ କାମ କରୁଥିବା ପ୍ରାଇଭେଟ୍ ସଂସ୍ଥା କର୍ମଚାରି କେତେ ପ୍ରେସରରେ ରୁହନ୍ତି ତମକୁ ଜଣା ଅଛି ? ସବୁ ନିୟମ ଭୁବନେଶ୍ବର ବିଧାନସଭାରେ ତିଆରି ହୁଏ କିନ୍ତୁ ଭୁବନେଶ୍ବରରେ ଲାଗୁ ହୁଏନି । ଦିନସାରା ଏକସେଲ୍ ଓ ଓ୍ବାର୍ଡ ଫାଇଲ୍ ତିଆରି କରି କରି ସେମାନେ ସଂଧ୍ୟା ୭ଟା ପରେ ଯାଇ ଅଫିସରୁ ଫେରନ୍ତି । ଚାକିରୀ ନିରାପତ୍ତା ବୋଲି କିଛି ନାହିଁ । କୋଉଦିନ ଯେ ବସ୍ କହିଦବ ‘ରିଜାଇନ୍ କର’, ତାହାର କୌଣସି ଠିକଣା ନାହିଁ । ସପ୍ତାହସାରା ପ୍ରେସରରେ ରହି କାମ କରିବା ପରେ ଛୁଟି ଗୋଟେ କ’ଣ ଦେଇଦେଲ ଯେ କହୁଛ ଖରାରେ ଆସି ଭୋଟ ଦିଅ ? ଭଲ ଆଉ ! ଏମିତି ବି ଆମେ ଭାରତୀୟମାନେ ସବୁବେଳେ ମନଦୁଃଖରେ ରହୁଛୁ । ଗତବର୍ଷ ଜାତିସଂଘ କହିଛି ଯେ ୧୫୬ଟି ଦେଶ ଭିତରେ ଖୁସି ରହିବା କ୍ରମାଙ୍କରେ ଆମେ ପୁର୍ବ ବର୍ଷ ଅପେକ୍ଷା ୭ ପଏଣ୍ଟ ତଳକୁ ଖସି ପାକିସ୍ଥାନ ଓ ବଙ୍ଗଳାଦେଶ ତଳେ ୧୪୦ ନମ୍ବରରେ ଅଛୁ ।

ଭୁବନେଶ୍ବରରେ ଥାଇ ଭୋଟ ଦେବାକୁ ଆସି ନଥିବା ଲୋକମାନଙ୍କୁ କେତେକ ବନ୍ଧୁ ଆଜି ଦିନ ସାରା ସମାଲୋଚନା କରୁଛନ୍ତି । ତମେ ସବୁଥର ଭୋଟ ଦେଇ ଦେଶର କ’ଣ କରିଛ ସେକଥା ସେମାନେ କେବେ ତମକୁ ପଚାରିଛନ୍ତି ? ନାହିଁ ନା ? ତାହାଲେ ସେମାନେ ଭୋଟ ଦେଲେ କି ନ ଦେଲେ ସେଥିରେ ତମର କାହିଁକି ମୁଣ୍ଡ ବଥଉଛି ?

ସେମାନେ ଭୋଟ ଦେଉନାହାନ୍ତି ବୋଲି କ’ଣ ସେମାନେ ଇଣ୍ଡିଆନ୍ ନୁହନ୍ତି ନା ଇଣ୍ଡିଆକୁ ଭଲ ପାଉ ନାହାନ୍ତି ? ସରକାରମାନେ ଯେତେ ଟିକସ ମାଗୁଛନ୍ତି ସେମାନେ ଦଉଛନ୍ତି ନା ନାହିଁ ? ଆଉ ତାହେଲେ ?

କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ବୁଲି ଆସି ଥରେ ଦେଖନ୍ତୁ । ଆପଣ ଜାଣିବେ ଯେ ଭୋଟିଂ ପ୍ରତିଶତ ସହିତ ବିକାଶ ଓ ଗଣତନ୍ତ୍ରର କନେକସନ୍ କଟିଯାଇଛି ।

ନହେଲେ ଆପଣ କହୁନାହାନ୍ତି ? ପାଞ୍ଚବର୍ଷ ପୁର୍ବେ ଭୁବନେଶ୍ବର ସ୍ମାର୍ଟସିଟି ପ୍ରତିଯୋଗିତାରେ ଭାଗନେଇ ନମ୍ବର ଓନ୍ ହେଇଥିଲା ଯେ କେତେ ବାଣ ଫୁଟିଲା ତାର ସୀମା ନାହିଁ । ସାରା ଭାରତରେ ସମତେ ଓଠରେ ଆଙ୍ଗୁଠି ଦେଇ ଆମକୁ ଦେଖିଲେ । ସତ କହିଲେ ଗଲା ପାଞ୍ଚ ବର୍ଷରେ ଭୁବନେଶ୍ବରର କ’ଣ ପରିବର୍ତନ ହୋଇଛି । କହିଲେ ଏଇନେ ଇଏ ତାକୁ ଦୋଷ ଦବ ଓ ସିଏ ଆକୁ ଦୋଷ ଦେବ ।

କିନ୍ତୁ ଯାହା କୁହନ୍ତୁ ଭୁବନେଶ୍ବରବାସୀ ପ୍ରକୄତରେ ସ୍ମାର୍ଟ । ଭୋଟ ଗୁଡାଏ ଦେଇ ଦେଲେ ଅଧିକ ସ୍ମାର୍ଟ ହେଇଯିବେନି । ଭୋଟ ଗୁଡାଏ ଦେଇଦେଲେ ସେମାନେ ଅଧିକ ଦେଶପ୍ରେମୀ ହୋଇଯିବେନି । ଆର ମାସରେ ବିଶ୍ବ କପ୍ । ସମସ୍ତେ ଦେଖିବେ ।

assembly bhubaneswar election smartcity
Share. Facebook Twitter LinkedIn Email WhatsApp Copy Link

Related Posts

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନକୁ କଟାକ୍ଷ କଲେ ଅରୁଣ

April 25, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.