Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ମତାମତ»ପଶ୍ଚିମ ବଙ୍ଗରେ କିଏ ଜିତିଲା ବଡକଥା ନୁହେଁ, ସବୁଠୁ ବଡ କଥା ହେଉଛି କ୍ଷମତାର ଲଢେଇ ରେ ସଙ୍ଘୀୟ ଗଣତନ୍ତ୍ରର ହତ୍ୟା
ମତାମତ

ପଶ୍ଚିମ ବଙ୍ଗରେ କିଏ ଜିତିଲା ବଡକଥା ନୁହେଁ, ସବୁଠୁ ବଡ କଥା ହେଉଛି କ୍ଷମତାର ଲଢେଇ ରେ ସଙ୍ଘୀୟ ଗଣତନ୍ତ୍ରର ହତ୍ୟା

February 6, 2019No Comments3 Mins Read
Share Facebook Twitter LinkedIn Email WhatsApp Copy Link
KOLKATA, FEB 5 (UNIE) End of Dharan - West Bengal Chief Minister Mamata Banerjee, Andhra Pradesh Chief Minister Chandrababu Naidu and TMC leaders at Esplanade in Kolkata on Tuesday.

କେଦାର ମିଶ୍ର

ସୁପ୍ରିମ କୋର୍ଟ କହିଲେ, କୋଲକାତାର ପୋଲିସ କମିଶନର ରାଜୀବ କୁମାରଙ୍କୁ ସିବିଆଇ ଗିରଫ କରି ପାରୀଣ ନାହିଁ, କିନ୍ତୁ ସେ ସିବିଆଇ ତଦନ୍ତରେ ସହଯୋଗ କରିବେ । ବୁଝା ପଡୁନି, ଏଥିରେ ନୂଆ କଥା କଣ ଅଛି। ୯, ମଇ, ୨୦୧୪ ଦିନ ସୁପ୍ରିମକୋର୍ଟର ତତ୍କାଳୀନ ବିଚାରପତି  ଜଷ୍ଟିସ ଟି॰ଏସ॰ଠାକୁର ଓ ଜଷ୍ଟିସ ସି॰ନାଗାପ୍ପାନ ଚିଟଫଣ୍ଡ ଦୁର୍ନୀତିର ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେବା ଅବସରରେ ଏକଥା ସ୍ପଷ୍ଟ କରିଦେଇଥିଲେ ଯେ ଓଡିଶା ଓ ପଶ୍ଚିମବଙ୍ଗରେ ହୋଇଥିବା ଚିଟଫଣ୍ଡ ଦୁର୍ନୀତିର ପୋଲିସ ଫାଇଲ ଗୁଡିକ ସିବିଆଇ କୁ ହସ୍ତାନ୍ତରିତ କରାଯିବ। ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସବୁ ଫାଇଲ ତୁରନ୍ତ ସିବିଆଇ ହାତକୁ ଆସିଯିବା କଥା। ଇତି ମଧ୍ୟରେ ପାଞ୍ଚ ବର୍ଷ ବିତିଗଲା ପରେ ହଠାତ ସିବିଆଇ କହୁଛି ଯେ ପଶ୍ଚିମବଙ୍ଗ ପୋଲିସ ତାଙ୍କୁ ଯେଉଁ ତଥ୍ୟ ଦେଇଛି ସେଗୁଡିକ ପୂର୍ଣ୍ଣାଙ୍ଗ ନୁହେଁ। କଣ ଫାଇଲ ପାଢୀ ବୁଝିବାକୁ ଏ ଦେଶର ସବୁଠୁ ବଡ ତଦନ୍ତକାରୀ ସଂସ୍ଥାକୁ ପାଞ୍ଚ ବର୍ଷ ସମୟ ଲାଗେ? ସୁପ୍ରିମ କୋର୍ଟ ତାଙ୍କ ରାୟରେ କେଉଁ ସବୁ କେସର କାଗଜାତ ସିବିଆଇ କୁ ଦିଆଯିବ ସେ କଥା ସ୍ପଷ୍ଟ କରିଛନ୍ତି। ତଥାପି ସିବିଆଇ ଏତେ ବର୍ଷ ଚୁପ ବସିଥିଲା କାହିଁକି ? ଯଦି ତତ୍କାଳୀନ ତଦନ୍ତ ଅଧିକାରୀ ସିବିଆଇ କୁ ସହଯୋଗ କରୁନଥିଲେ, ସେ ବିଷୟ ସିବିଆଇ ସୁପ୍ରିମ କୋର୍ଟରେ ଜଣାଇପାରିଥାନ୍ତା। ତାହା ନକରି ୪୦ ଜଣ ଅଧିକାରୀଙ୍କୁ ନେଇ ଜଣେ ପୋଲିସ କମିଶନରଙ୍କ ଘରକୁ ଯିବାର ରାଜନୈତିକ ଉଦ୍ଦେଶ୍ୟ ବୁଝା ପଡୁ ନାହିଁ କି? ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବାର ମାତ୍ର ମାସକ ପୂର୍ବରୁ ସିବିଆଇ ର ଏ ପ୍ରକାର ତତ୍ପରତା ପଛରେ ନିର୍ବାଚନୀ ରାଜନୀତିର ଗନ୍ଧ ଆପେ ଆପେ ବାରି ହେଉଛି।

ତେବେ ଏହି ସମଗ୍ର ପ୍ରକରଣରେ ଦିଲ୍ଲୀର ଗଣମାଧ୍ୟମ ମମତା ବାନାର୍ଜୀଙ୍କୁ ଖଳ ନାୟିକା ଭାବରେ ଚିତ୍ରଣ କରିବାର ଅପଚେଷ୍ଟା କରୁଛି। ମମତା ବାନାର୍ଜୀ ଏ ଘଟଣାକୁ ନେଇ ରାସ୍ତାକୁ ଓହ୍ଲାଇବା କିଛି କିଛି ଲୋକଙ୍କୁ ବହୁତ ବାଧିଛି। ସେମାନେ ଭାବନ୍ତି ରାଜ୍ୟ ସରକାର ଗୁଡିକ କେନ୍ଦ୍ର ସରକାରର ବଶଂବଦ ହୋଇ ରୁହନ୍ତୁ। ତେବେ ଭାରତର ସମ୍ବିଧାନ ରାଜ୍ୟଗୁଡିକୁ ଢେର ସ୍ୱାୟତ୍ତତା ଦେଇଛି। ଆଇନ ଶୃଙ୍ଖଳା ରାଜ୍ୟ ବିଷୟ ହୋଇଥିବାରୁ ସ୍ଵାଭାବିକ ଭାବରେ ପୋଲିସ ଉପରେ ରାଜ୍ୟ ସରକାର ଗୁଡିକର କର୍ତ୍ତୃତ୍ଵ ରହିଛି। ଦିଲ୍ଲୀ ସରକାର ପାଖରେ ପୋଲିସ କ୍ଷମତା ନଥିବାରୁ ତାଙ୍କୁ ସିବିଆଇ ଯେଉଁପ୍ରକାର ହଟହଟା କରିଛି, ତାହା ଆମର ସଙ୍ଘୀୟ ବ୍ୟବସ୍ଥାରେ ଏକ କଳଙ୍କ  ହୋଇ ରହିବ। ନିଜର ରାଜନୈତିକ ପ୍ରତିଶୋଧପରାୟଣତାକୁ ସିବିଆଇ ମାଧ୍ୟମରେ ଚରିତାର୍ଥ କରିବାକୁ ବର୍ତ୍ତମାନର କେନ୍ଦ୍ର ସରକାର ଯେତେ ଗୁଡିଏ ପଦକ୍ଷେପ ନେଲେଣି ତାର ତାଲିକା ବହୁତ ଲାମ୍ବା ହେବ। ବିରୋଧୀ ନେତାଙ୍କୁ ଜବତ କାରିବା ଲାଗି ସିବିଆଇ କୁ ଅସ୍ତ୍ର ଭାବରେ କେନ୍ଦ୍ର ସରକାର ବ୍ୟବହାର କରୁଥିବାର ଶେଷ ପ୍ରମାଣ ହେଉଛି ପଶ୍ଚିମ ବଙ୍ଗ ଘଟନା।

ଏ କ୍ଷେତ୍ରରେ ସିବିଆଇ ର ତଦନ୍ତ ଯେ ଏକ ସୁଆଙ୍ଗ ତାର ପ୍ରମାଣ ହେଉଛି ସାମ୍ବାଦିକ ସମ୍ମିଳନୀ ଗୁଡିକରେ ମୁକୁଲ ରାୟଙ୍କ ଉପସ୍ଥିତି। ସାରଦା ଚିଟଫଣ୍ଡ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଭାବରେ ସିବିଆଇ ଜାଲରେ ପଡିଥିବା  ମୁକୁଲ ରାୟ ଏବେ ତୁଙ୍ଗ ବିଜେପି ନେତା ଭାବରେ ପ୍ରବଚନ ଦେଉଛନ୍ତି। ସେହିପରି ଆସାମରେ ଚିଟ ଫଣ୍ଡ ମାମଲାର ଅଭିଯୁକ୍ତ ହେମନ୍ତ ବିଶ୍ଵା ଶର୍ମା ଏବେ ଆସାମର ସୁପର ମୁଖ୍ୟମନ୍ତ୍ରୀ ଓ ଦିଲ୍ଲୀରେ ଦୁଇଟି ବଡ ଗଣମାଧ୍ୟମର ପୃଷ୍ଠପୋଷକ। ସବୁଠୁ ମଜା କଥା ହେଉଛି ଯେଉଁ ଟେଲିଭିଜନ କମ୍ପାନୀରେ ଚିଟ ଫଣ୍ଡ କେଳେଙ୍କାରିର ପୁଞ୍ଜି ଲାଗିଛି, ସେ ଟେଲିଭିଜନର ସମ୍ପାଦକ ଏବେ ସିବିଆଇ ର ମୁଖ୍ୟ ପ୍ରଚାରକ ସାଜିଛନ୍ତି।

ଏ ପ୍ରକାର ବିଚିତ୍ର ବିରୋଧାଭାସ ଭିତରେ ସୁପ୍ରିମ କୋର୍ଟ ଯାହା କହିଛନ୍ତି ତାକୁ ନେଇ ଯେଉଁ ରାଜନୀତି ହେଉଛି, ତାହାର ସ୍ଵରୂପ ମଧ୍ୟ ବିଚିତ୍ର। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଭୟ ମମତା ବାନାର୍ଜୀ ଓ ବିଜେପି ଏହା ନିଜର ବିଜୟ ବୋଲି କହିଛନ୍ତି। ବାସ୍ତବରେ ଦେଖିବାକୁ ଗଲେ ଏହା ରାଜନୀତିର ବିଜୟ ହୋଇଥିବା ବେଳେ ଆମ ସମ୍ବିଧାନ ନିର୍ଦ୍ଧାରିତ କରିଥିବା ସଙ୍ଘୀୟ  ବ୍ୟବସ୍ଥାର ଏହା ସବୁଠୁ ବଡ ବିପର୍ୟୟ। ସିବିଆଇ କୁ ତଦନ୍ତ ନିର୍ଦ୍ଦେଶ ଦେବାବେଳେ ସୁପ୍ରିମ କୋର୍ଟ କୌଣସି ସମୟସୀମା ନିର୍ଦ୍ଧାରଣ ନକରିବା ଓ ଏଥିଲାଗି ତଦାରଖ କରିବାକୁ ନିର୍ଦ୍ଦିଷ୍ଟ ବ୍ୟବସ୍ଥା ନକରିବା ଫଳରେ ଏହାକୁ ନେଇ ରାଜନୀତି ତୀବ୍ରତର ହୋଇଛି। ତେଣୁ ସୁପ୍ରିମ କୋର୍ଟ ଏହି ମାମଲାର ପୁନର୍ବିଚାର କରିବା ଏବେ ଜରୁରୀ ହୋଇ ପଡିଛି।

cbi chitfund kedarmishra mamatabanerjee thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଗ୍ରାମ-ବିକଶିତ ଭାରତ’ ପାଇଁ ପ୍ରସ୍ତୁତ ହେଲା ସହଭାଗୀ ରୋଡମ୍ୟାପ୍

June 30, 2026

Puri News: ମହାପ୍ରଭୁଙ୍କ ଗଜାନନ ବେଶ ଦେଖି ଭକ୍ତ ବିଭୋର, ମଙ୍ଗଳବାରଠାରୁ ପଟ୍ଟିଦିଅଁ ଦର୍ଶନ

June 29, 2026

ଅଲଗା ଆଲଗା ରାସ୍ତାରେ ଜଗା ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ, ଲୋକେ କହିଲେ…

June 29, 2026

ତିନିଭାଷା ନୀତି ଉପରେ CBSE ବଡ଼ ନିଷ୍ପତ୍ତି: ଜାଣନ୍ତୁ ସ୍ଵତନ୍ତ୍ର ବ୍ୟବସ୍ଥା

June 29, 2026
Latest News

ବ୍ୟବସାୟୀଙ୍କ ଗଳା କାଟି ହତ୍ୟା, ଫେରାର ବେଳେ ଦୁର୍ଘଟଣାରେ ଜଣେ ଅଭିଯୁକ୍ତ ମୃତ

June 30, 2026

ସିନ୍ଧୁ ଜଳ ଚୁକ୍ତିକୁ ନେଇ ଭାରତକୁ ପାକିସ୍ତାନର କଡ଼ା ଚେତାବନୀ

June 30, 2026

ଯାତ୍ରା ଚାଲିଥିବାବେଳେ ଜଳିଗଲା ଷ୍ଟେଜ୍, ଅଳ୍ପକେ ବର୍ତ୍ତିଲେ ଦର୍ଶକ

June 30, 2026

ଭୁବନେଶ୍ୱର ମାର୍କେଟ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ

June 30, 2026

ଓମ୍ଫେଡ୍ ପକ୍ଷରୁ ସମବାୟ ସପ୍ତାହ ପାଳିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.