Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ଫେରିବା ପରେ ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁଙ୍କୁ ଭବ୍ୟ ସ୍ଵାଗତ
ଅନ୍ତରାଷ୍ଟ୍ରୀୟ

ଭାରତ ଫେରିବା ପରେ ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁଙ୍କୁ ଭବ୍ୟ ସ୍ଵାଗତ

August 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତ ଫେରିବା ପରେ ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁଙ୍କୁ ଭବ୍ୟ ସ୍ଵାଗତ

ନୂଆଦିଲ୍ଲୀ, ପ୍ରଥମ ଭାରତୀୟ ମହିଳା ଭାବେ ଲଗାତାର ଦୁଇଟି ଅଲିମ୍ପିକ୍ସ କ୍ରୀଡ଼ାରେ ପଦକ ଜିତି ଇତିହାସ ରଚିଥିବା ତାରକା ବ୍ୟାଡମିଣ୍ଟନ ଖେଳାଳୀ ପି. ଭି. ସିନ୍ଧୁ ସ୍ଵଦେଶ ଫେରିବା ପରେ ତାଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଶ୍ରୀ ଅନୁରାଗ ସିଂ ଠାକୁର ତାଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। ଟୋକିଓ ୨୦୨୦ ଅଲିମ୍ପିକ୍ସରେ ପ୍ରତିପକ୍ଷ ଖେଳାଳୀ ହି ବିଂ ଜିଆଓଙ୍କୁ ସିଧାସଳଖ ଗେମରେ ପରାସ୍ତ କରି ସେ ବ୍ରୋଞ୍ଜ ପଦକ ହାସଲ କରିଥିଲେ।

ସିନ୍ଧୁ ଓ ତାଙ୍କ କୋଚ ପାର୍କ ତାଏ ସ୍ୟାଙ୍ଗଙ୍କୁ ଏକ ଭବ୍ୟ ସମାରୋହରେ ସମ୍ବର୍ଦ୍ଧନା ଜଣାଇବା ଅବସରରେ ଶ୍ରୀ ଠାକୁରଙ୍କ ସହିତ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, କେନ୍ଦ୍ର ସଂସ୍କୃତି, ପଯ୍ୟଟନ ଏବଂ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରୀ ଜି କିଷନ ରେଡ୍ଡୀ ଏବଂ ଯୁବବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀ ନିଷିଥ ପରମାଣିକ, କ୍ରୀଡ଼ା ସଚିବ ଶ୍ରୀ ରବି ମିତ୍ତଲ ଏବଂ କ୍ରୀଡ଼ା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସିନ୍ଧୁଙ୍କ ମାତାପିତା ପି ବିଜୟା ଏବଂ ପିଭି ରମନା ହାଇଦ୍ରାବାଦରୁ ଏହି କାର‌୍ୟ୍ୟକ୍ରମ ପାଇଁ ବିଶେଷ ଭାବେ ଯାତ୍ରା କରିଥିଲେ। ସାଂସଦ ଶ୍ରୀ ଶ୍ୟାମବାବୁ ରାଓ, ବନ୍ଦି ସଞ୍ଜୟ କୁମାର, ଅରବିନ୍ଦ ଧର୍ମପୁରୀ ଏବଂ ଟିଜି ଭେଙ୍କଟେଶ ମଧ୍ୟ ଏହି କାର‌୍ୟ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

କାର୍ଯ୍ୟକ୍ରମରେ ଶ୍ରୀ ଠାକୁର କହିଥିଲେ, “ପିଭି ସିନ୍ଧୁ ଭାରତର ପରିଚୟ ଓ ପ୍ରେରଣା ଏବଂ ଦେଶ ପାଇଁ ଖେଳିବାକୁ ସ୍ଵପ୍ନ ଦେଖୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ସେ ଅନୁପ୍ରାଣିତ କରିଛନ୍ତି । ପିଭି ସିନ୍ଧୁ ଭାରତର ମହାନ ଅଲିମ୍ପିଆନମାନଙ୍କ ମଧ୍ୟରୁ ଅନ୍ୟତମ । ସେ କହିଥିଲେ ଯେ ଟୋକିଓ ଅଲିମ୍ପିକ୍ସ ପାଇଁ ଗସ୍ତ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସହିତ ଆଲୋଚନା କରିଥିଲେ। ସେହିପରି ସିନ୍ଧୁ ପଦକ ଜିତିବା ପରେ ପ୍ରଥମ ବ୍ୟକ୍ତି ଭାବେ ପ୍ରଧାନମନ୍ତ୍ରୀ ତାଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଥିଲେ। ସିନ୍ଧୁ ତାଙ୍କର ପ୍ରଦର୍ଶନ ଦ୍ବାରା ୧୩୦ କୋଟି ଭାରତୀୟଙ୍କୁ ଗୌରବାନ୍ବିତ କରିଛନ୍ତି।

କାର୍ଯ୍ୟକ୍ରମରେ ଅତ୍ୟନ୍ତ ଉଲ୍ଲସିତ ଦେଖାଯାଉଥିବା ସିନ୍ଧୁ କହିଥିଲେ ଯେ ସେ ସେମିଫାଇନାଲରେ ବିଜୟୀ ହୋଇପାରି ନ ଥିବାରୁ ଦୁଃଖିତ, ତେବେ ଲଗାତାର ଦୁଇଟି ଅଲିମ୍ପିକ୍ସରେ ପଦକ ଜିତିଥିବାରୁ ଆନନ୍ଦିତ। କାର‌୍ୟ୍ୟକ୍ରମରେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ କହିଥିଲେ ଯେ ସିନ୍ଧୁ ଜଣେ ମହାନ କ୍ରୀଡ଼ା ତାରକା ଏବଂ ସେ ବାରମ୍ବାର ଏହାକୁ ପ୍ରମାଣିତ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ରେଡ୍ଡୀ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ପରମାଣିକ ମଧ୍ୟ ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ସୂଚନାଯୋଗ୍ୟ ଯେ ଅଲିମ୍ପିକ୍ସ ପାଇଁ ସିନ୍ଧୁଙ୍କୁ ପ୍ରସ୍ତୁତ କରିବା ଲାଗି ଭାରତ ସରକାର ପାଖାପାଖି ୪ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ତାଙ୍କୁ ୫୨ଟି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିବା ଏବଂ ତାଙ୍କ ପାଇଁ ହାଇଦ୍ରାବାଦରେ ପ୍ରଶିକ୍ଷଣ କାର‌୍ୟ୍ୟକ୍ରମର ଆୟୋଜନ କରିବା ଲାଗି ସୁବିଧା ଯୋଗାଇ ଦିଆଯାଇଥିଲା। ତେଲଙ୍ଗାନା ସରକାରଙ୍କ ସହ ମିଶି ତାଙ୍କ ପାଇଁ ଅଲିମ୍ପିକ୍ସ ଗେମ ପୂର୍ବରୁ ଗୋଚ୍ଛିବୋଲି ଷ୍ଟାଡିୟମରେ ପ୍ରଶିକ୍ଷଣ ବ୍ୟବସ୍ଥା କରାଯାଇଥିଲା।

ମହିଳା ଭାରୋତ୍ତୋଳକ ମୀରାବାଇ ଚାନୁ ୪୯ କିଗ୍ରା ବର୍ଗରେ ରୋପ୍ୟ ପଦକ ହାସଲ କରିବା ପରେ ଦ୍ବିତୀୟ ଭାରତୀୟ ଖେଳାଳୀ ଭାବେ ସିନ୍ଧୁ ଟୋକିଓ ଅଲିମ୍ପିକ୍ସରେ ପଦକ ହାସଲ କରିଛନ୍ତି। ସେହିପରି ଭାରତ ପାଇଁ ପଦକ ସମ୍ଭାବନା ସୃଷ୍ଟି କରିଥିବା ବକ୍ସର ଲୋଭଲିନା ବୋର୍ଗୋହେନ ୬୯ କିଗ୍ରା ବର୍ଗର ସେମି ଫାଇନାଲରେ ତୁର୍କୀର ବୁସେନାଜ ସୁର୍ମେନେଲିଙ୍କୁ ବୁଧବାର ଦିନ ଭେଟିବେ।

pvsindhu tokyo2020 ଅନୁରାଗ ସିଂ ଠାକୁର ଟୋକିଓ ୨୦୨୦ ଅଲିମ୍ପିକ୍ସ ନିର୍ମଳା ସୀତାରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.