Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ବିରାଟ କୋହଲିଙ୍କୁ ପଛରେ ପକାଇଲେ ରୋହିତ ଶର୍ମା, ଜୋ ରୁଟ୍ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ୍
ଆଜିର ଖବର

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ବିରାଟ କୋହଲିଙ୍କୁ ପଛରେ ପକାଇଲେ ରୋହିତ ଶର୍ମା, ଜୋ ରୁଟ୍ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ୍

September 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜ ମଧ୍ୟରେ ଆଇସିସି ର଼୍ୟାଙ୍କିଙ୍ଗରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଉତ୍କୃଷ୍ଟ ଫର୍ମରେ ଚାଲୁଥିବା ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ବିଶ୍ୱର ଏକ ନମ୍ବର ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। ଅନ୍ୟପକ୍ଷରେ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଖରାପ ଫର୍ମରେ ପଡ଼ିଛନ୍ତି ଏବଂ ଶ୍ରେଷ୍ଠ ୫ ଜଣଙ୍କ ମଧ୍ୟରୁ ବାହାରକୁ ଯାଉଛନ୍ତି। ଓପନର୍ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ କ୍ରିକେଟ୍ ର ଶ୍ରେଷ୍ଠ ପାଞ୍ଚ ଜଣ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି।

ପାଞ୍ଚ ବର୍ଷ ମଧ୍ୟରେ ଏହା ପ୍ରଥମ ଥର ପାଇଁ ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କୁ ଶ୍ରେଷ୍ଠ ପାଞ୍ଚରୁ ଓହରିଯିବାକୁ ପଡିବ। ଇଂଲଣ୍ଡ ଗସ୍ତରେ ଖେଳାଯାଇଥିବା ପାଞ୍ଚ ଇନିଂସରେ ବିରାଟ କୋହଲି ମାତ୍ର ଅର୍ଦ୍ଧଶତକ ହାସଲ କରିବାରେ ସଫଳ ହୋଇଛନ୍ତି। ବିରାଟ କୋହଲି ୯ ପଏଣ୍ଟ ହରାଇ ବର୍ତ୍ତମାନ ୭୬୬ ପଏଣ୍ଟ ସହ ଷଷ୍ଠ ସ୍ଥାନରେ ପହଞ୍ଚିଛନ୍ତି।

ଓପନର୍ ହେବା ପରଠାରୁ ରୋହିତ ଶର୍ମା ଟେଷ୍ଟ କ୍ରିକେଟ୍ ରେ କ୍ରମାଗତ ପ୍ରଦର୍ଶନ କରିଆସୁଛନ୍ତି। ଦୁଇ ବର୍ଷ ପୂର୍ବେ ଯେତେବେଳେ ରୋହିତ ଶର୍ମାଙ୍କୁ ଟେଷ୍ଟରେ ଖେଳିବାର ସୁଯୋଗ ଦିଆଯାଇଥିଲା। ସେତେବେଳେ ତାଙ୍କ ଟେଷ୍ଟ ର଼୍ୟାଙ୍କିଙ୍ଗ ୫୩ତମ ସ୍ଥାନରେ ଥିଲା। କିନ୍ତୁ ଦୁଇ ବର୍ଷ ମଧ୍ୟରେ ସେ ଦୁନିଆର ଶ୍ରେଷ୍ଠ ପାଞ୍ଚଜଣ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଜଣେ ହୋଇପାରିଛନ୍ତି। ୭୭୩ ପଏଣ୍ଟ ସହ ରୋହିତ ଶର୍ମା ପଞ୍ଚମ ସ୍ଥାନରେ ଅଛନ୍ତି।

ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ୬ ବର୍ଷ ପରେ ପ୍ରଥମ ଥର ପାଇଁ ଟେଷ୍ଟ ମାନ୍ୟତାରେ ପ୍ରଥମ ସ୍ଥାନରେ ପହଞ୍ଚିବାରେ ସଫଳ ହୋଇଛନ୍ତି। ଏହା ପୂର୍ବରୁ ଜୋ ରୁଟ୍ ବ୍ୟାଟ୍ସମ୍ୟାନ୍ ମାନ୍ୟତାରେ ନବମ ସ୍ଥାନ ଅଧିକାର କରିଥିଲେ। କିନ୍ତୁ ବର୍ତ୍ତମାନ ରୁଟ୍ କେନ୍ ୱିଲିୟମ୍ସନଙ୍କୁ ପଛରେ ପକାଇ ଦେଇଛନ୍ତି। ୯୧୬ ପଏଣ୍ଟ ସହ ଆଇସିସି ର଼୍ୟାଙ୍କିଙ୍ଗରେ ରୁଟ୍ ଏକ ନମ୍ବରରେ ଅଛନ୍ତି। ୱିଲିୟମ୍ସନ୍ ୯୦୧ ପଏଣ୍ଟ ସହିତ ଦ୍ୱିତୀୟ ଏବଂ ସ୍ମିଥ୍ ୮୯୧ ପଏଣ୍ଟ ସହିତ ତୃତୀୟ ସ୍ଥାନରେ ଅଛନ୍ତି।

ବୋଲରଙ୍କ ମଧ୍ୟରେ ଜେମ୍ସ ଆଣ୍ଡରସନ ଭାରତ ବିପକ୍ଷରେ ତାଙ୍କର ଉତ୍କୃଷ୍ଟ ପ୍ରଦର୍ଶନର ଲାଭ ପାଇଛନ୍ତି। ଆଣ୍ଡରସନ ବର୍ତ୍ତମାନ ପଞ୍ଚମ ସ୍ଥାନରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ପ୍ୟାଟ୍ କମିନ୍ସ ଏକ ନମ୍ବରରେ ରହିଥିବାବେଳେ ଆର ଅଶ୍ୱିନ୍ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ ବିରାଟ କୋହଲି ବିଶ୍ୱର ଏକ ନମ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.