Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବିନା ଦର୍ଶକରେ ହେବ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ମ୍ୟାଚ! ଜାଣନ୍ତୁ ଟେଷ୍ଟ ସିରିଜ ଅପଡେଟ
ଅନ୍ତରାଷ୍ଟ୍ରୀୟ

ବିନା ଦର୍ଶକରେ ହେବ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ମ୍ୟାଚ! ଜାଣନ୍ତୁ ଟେଷ୍ଟ ସିରିଜ ଅପଡେଟ

December 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛି। ସେଠାରେ ଭାରତ ଡିସେମ୍ବର ୨୬ ତାରିଖରୁ ତିନି ମ୍ୟାଚ ବିଶିଷ୍ଟ ଏକ ଟେଷ୍ଟ ସିରିଜ୍ ଖେଳିବ। ପ୍ରଥମ ମ୍ୟାଚ୍ ସେଞ୍ଚୁରିଅନରେ ଖେଳାଯିବ। ବର୍ତମାନ ଭାରତୀୟ ଦଳ ସେଠାରେ ପହଞ୍ଚି ଅଭ୍ୟାସରେ ନିୟୋଜିତ ଅଛନ୍ତି। ଦକ୍ଷିଣ ଆଫ୍ରିକାର କ୍ରିକେଟ୍ ବୋର୍ଡ କରୋନାର ନୂତନ ଭାରିଆଣ୍ଟ ଓମିକ୍ରନ୍ ର ବିପଦକୁ ଦୃଷ୍ଟିରେ ରଖି ସମସ୍ତ ସୁରକ୍ଷା ବ୍ୟବସ୍ଥା କରିଛି। ଏଥିପାଇଁ ଆଫ୍ରିକୀୟ ବୋର୍ଡ ବିସିସିଆଇ ସହିତ ନିରନ୍ତର ଯୋଗାଯୋଗରେ ଅଛି। କିନ୍ତୁ ଏହି ମ୍ୟାଚ୍ ପୂର୍ବରୁ ପ୍ରଶଂସକମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଓମିକ୍ରନ୍ କାରଣରୁ ଦର୍ଶକଙ୍କ ବିନା ପ୍ରଥମ ମ୍ୟାଚ୍ ଆୟୋଜନ କରିବାକୁ ଦକ୍ଷିଣ ଆଫ୍ରିକା ବୋର୍ଡ ନିଷ୍ପତ୍ତି ନେଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଓମିକ୍ରନ୍‌ର ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ପ୍ରଥମ ଟେଷ୍ଟ ମ୍ୟାଚ୍ ପାଇଁ ଟିକେଟ ବିକ୍ରୟ ନକରିବାକୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ ନିଷ୍ପତ୍ତି ନେଇଛି। କରୋନା ନିର୍ଦ୍ଦେଶାବଳୀ ଅନୁସରଣ କରି ଆଫ୍ରିକା ସରକାର ନିକଟରେ ୨୦୦୦ ଲୋକଙ୍କୁ ଷ୍ଟାଡିୟମକୁ ଯିବାକୁ ଅନୁମତି ଦେଇଥିଲେ। କିନ୍ତୁ ବର୍ତ୍ତମାନ ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବୋର୍ଡ ଏହି ନିଷ୍ପତ୍ତି ନେଉଛି। ତେବେ ବାକି ଟେଷ୍ଟ ମ୍ୟାଚଗୁଡିକ ବିଷୟରେ ଏପର୍ଯ୍ୟନ୍ତ କୌଆସି ନିଷ୍ପତ୍ତି ନିଆଯାଇ ନାହିଁ। ପରିସ୍ଥିତିର ଆକଳନ ପରେ ହିଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଡିସେମ୍ବର ୨୬ ତାରିଖରୁ ସେଞ୍ଚୁରିଅନରେ ଖେଳାଯିବ। ଦ୍ୱିତୀୟ ମ୍ୟାଚ୍ ଜାନୁଆରୀ ୩ ତାରିଖରୁ ଜୋହାନ୍ସବର୍ଗରେ ଏବଂ ତୃତୀୟ ତଥା ଶେଷ ମ୍ୟାଚ୍ ଜାନୁଆରୀ ୧୧ ତାରିଖରୁ କେପଟାଉନରେ ଖେଳାଯିବ।

ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ:

ବିରାଟ କୋହଲି (କ୍ୟାପଟେନ), କେ.ଏଲ ରାହୁଲ (ଉପ-ଅଧିନାୟକ), ମୟଙ୍କ ଅଗ୍ରୱାଲ, ଚେତେଶ୍ୱର ପୂଜାରା, ଅଜିଙ୍କ୍ୟ ରାହାନେ, ଶ୍ରେୟାସ ଆୟର, ପ୍ରିୟାଙ୍କ ପାଞ୍ଚଲ, ହନୁମା ବିହାରୀ, ଋଷଭ ପନ୍ତ, ରିଦ୍ଧିମାନ ସାହା, ଆର ଅଶ୍ୱିନ, ଜୟନ୍ତ ଯାଦବ, ଇଶାନ୍ତ ଶର୍ମା, ଉମେଶ ଯାଦବ, ଜସପ୍ରୀତ ବୁମ୍ରା, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ସିରାଜ।

ଓମିକ୍ରନ୍ ଟିମ୍ ଇଣ୍ଡିଆ ଟେଷ୍ଟ ସିରିଜ୍‌ ଦକ୍ଷିଣ ଆଫ୍ରିକା ବିସିସିଆଇ ଭାରତୀୟ ଦଳ ସେଞ୍ଚୁରିଅନ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026
Latest News

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026

ପ୍ରତ୍ୟେକ ସୀମାଞ୍ଚଳ ଗ୍ରାମକୁ ‘ଭାରତର ପ୍ରଥମ ଗ୍ରାମ’ ଭାବେ ପରିଭାଷିତ କରିବାର ନିଷ୍ପତ୍ତି

February 21, 2026

ନିଲ୍ କାତ୍ୟାଲ୍ କିଏ, ଯାହାଙ୍କ ଯୁକ୍ତି ଆମେରିକାର ସୁପ୍ରିମକୋର୍ଟରେ ଶୁଳ୍କ ପ୍ରସଙ୍ଗରେ ଟ୍ରମ୍ପଙ୍କୁଦେଲା ଝଟକା?

February 21, 2026

ଏଆଇ ଇମ୍ପାକ୍ସ ସମ୍ମିଳନୀ ଅବସରରେ ଭାରତ ସଂକ୍ରାନ୍ତରେ ବିଶ୍ୱର ବୈଷୟିକ ନେତୃତ୍ୱଙ୍କ ମତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.