କରୋନାରେ ସଂକ୍ରମିତ ହେଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି, ଡାକ୍ତରଖାନାରେ ଭର୍ତ୍ତି

Published: Dec 28, 2021, 11:23 am IST

କୋଲକାତା: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୋମବାର ଦିନ ସୌରଭ ଗାଙ୍ଗୁଲିଙ୍କ କରୋନା ପରୀକ୍ଷା କରାଯାଇଥିଲା। ତାଙ୍କ ରିପୋର୍ଟ ପଜିଟିଭ। ଗାଙ୍ଗୁଲି ପ୍ରଥମ ଥର ପାଇଁ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି। ଏହାପୂର୍ବରୁ ତାଙ୍କ ପରିବାର ସଦସ୍ୟ କିଛି ମାସ ପୂର୍ବରୁ କରୋନାରେ ସଂକ୍ରମିତ ହୋଇଥିଲେ।

ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ଚଳିତ ବର୍ଷ ପ୍ରାରମ୍ଭରେ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଥିଲା। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହାପୂର୍ବରୁ ତାଙ୍କର ଆଞ୍ଜିଓପ୍ଲାଷ୍ଟି ହୋଇଥିଲା।

Related posts