Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, କେ.ଏଲ୍ ରାହୁଲ ହେଲେ ଅଧିନାୟକ
ଆଜିର ଖବର

ଦିନିକିଆ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, କେ.ଏଲ୍ ରାହୁଲ ହେଲେ ଅଧିନାୟକ

December 31, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମା ଫିଟ୍ ନୁହଁନ୍ତି, ସେଥିପାଇଁ କେ.ଏଲ୍ ରାହୁଲଙ୍କୁ ଅଧିନାୟକତ୍ୱ ଦାୟିତ୍ଵ ଦିଆଯାଇଛି। ଅନ୍ୟପକ୍ଷରେ ଦ୍ରୁତ ବୋଲର ଜସପ୍ରୀତ ବୁମ୍ରାଙ୍କୁ ଉପ-ଅଧିନାୟକ କରାଯାଇଛି।

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଶିଖର ଧାୱନ, ୱାଶିଂଟନ୍ ସୁନ୍ଦର ଏବଂ ଦୀପକ ଚହର ଭାରତୀୟ ଦଳକୁ ଫେରିଛନ୍ତି। ଆହୁରି ମଧ୍ୟ ଆଇପିଏଲ ୨୦୨୧ ଏବଂ ଘରୋଇ କ୍ରିକେଟରେ ଭଲ ପ୍ରଦର୍ଶନ କରିଥିବା ରୁତୁରାଜ ଗାଇକ୍ଵାଡ ଏବଂ ଭେଙ୍କଟେଶ ଆୟରଙ୍କୁ ଦଳରେ ସାମିଲ କରାଯାଇଛି।

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ପାଇଁ ବିରାଟ କୋହଲି ମଧ୍ୟ ୧୮ ଜଣିଆ ଦଳରେ ସ୍ଥାନ ପାଇଛନ୍ତି। ପ୍ରଥମ ଥର ପାଇଁ ସେ ଜଣେ ବ୍ୟାଟ୍ସମ୍ୟାନ୍ ଭାବରେ ଖେଳିବେ। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଟେଷ୍ଟ ସିରିଜ୍ ପୂର୍ବରୁ ମଧ୍ୟ ରୋହିତ ଶର୍ମାଙ୍କୁ ବିରାଟ କୋହଲିଙ୍କ ଦିନିକିଆ ଦଳର ଅଧିନାୟକତ୍ୱ ହସ୍ତାନ୍ତର କରାଯାଇଥିଲା। ତେବେ ଆଘାତ ହେତୁ ସେ ଏହି ସିରିଜରେ ଭାଗ ନେଇ ପାରିବେ ନାହିଁ। ଏଭଳି ପରିସ୍ଥିତିରେ କେ.ଏଲ୍ ରାହୁଲଙ୍କୁ ତାଙ୍କ ସ୍ଥାନରେ ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି।

୧୮ ସଦସ୍ୟ ବିଶିଷ୍ଟ ଦଳରେ ବିସିସିଆଇ ୬ ଟି ଦ୍ରୁତ ବୋଲରଙ୍କୁ ଅନ୍ତର୍ଭୁକ୍ତ କରିଛି। ଏଥିରେ ଜସପ୍ରୀତ ବୁମରା, ଭୂବନେଶ୍ୱର କୁମାର, ଦୀପକ ଚହର, ପ୍ରସିଦ୍ଧ କୃଷ୍ଣ, ଶାର୍ଦ୍ଦୁଲ ଠାକୁର ଏବଂ ମହମ୍ମଦ ସିରାଜ ଅନ୍ତର୍ଭୁକ୍ତ। ସ୍ପିନ୍ ବିଭାଗରେ ୟୁଜବେନ୍ଦ୍ର ଚହଲ, ଆର ଅଶ୍ୱିନ୍ ଏବଂ ୱାଶିଂଟନ୍ ସୁନ୍ଦରଙ୍କୁ ସୁଯୋଗ ମିଳିଛି। ଏହା ବ୍ୟତୀତ ଭେଙ୍କଟେଶ ଆୟର୍ ମଧ୍ୟ ପ୍ରଥମ ଥର ପାଇଁ ଭାରତୀୟ ଦିନିକିଆ ଦଳରେ ମନୋନୀତ ହୋଇଛନ୍ତି।

ଆହତ କାରଣରୁ କ୍ୟାପଟେନ ରୋହିତ ଶର୍ମା, ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଏହି ଦଳରେ ନାହାଁନ୍ତି। ଏଥି ସହିତ ଟେଷ୍ଟ ସିରିଜରେ ଚମତ୍କାର ପ୍ରଦର୍ଶନ କରିଥିବା ଦ୍ରୁତ ବୋଲର ମହମ୍ମଦ ଶାମି ଦଳରେ ଅନ୍ତର୍ଭୁକ୍ତ ହୋଇନାହାଁନ୍ତି। ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତର ଶେଷ ଗସ୍ତରେ ଚମତ୍କାର ପ୍ରଦର୍ଶନ କରିଥିବା କୁଲଦୀପ ଯାଦବ ମଧ୍ୟ ଦଳରେ ପ୍ରତ୍ୟାବର୍ତ୍ତନ କରିବାରେ ବିଫଳ ହୋଇଛନ୍ତି।

ଦିନିକିଆ ସିରିଜ୍ ପାଇଁ ଇଣ୍ଡିଆନ୍ ସ୍କ୍ବାଡ: କେ.ଏଲ୍ ରାହୁଲ (କ୍ୟାପଟେନ୍), ଶିଖର ଧାୱନ, ଋତୁରାଜ ଗାଇକୱାଡ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟାସ ଆୟର, ଭେଙ୍କଟେଶ ଆୟର, ଋଷଭ ପନ୍ତ (ୱିକି), ଇଶାନ କିଶନ (ୱିକି), ୟୁଜବେନ୍ଦ୍ର ଚହଲ, ଆର ଅଶ୍ୱିନ, ୱାଶିଂଟନ ସୁନ୍ଦର , ଜସପ୍ରୀତ ବୁମ୍ରା (ଉପ-ଅଧିନାୟକ), ଭୂବନେଶ୍ୱର କୁମାର, ଦୀପକ ଚହର, ପ୍ରସିଦ୍ଧ କୃଷ୍ଣ, ଶାର୍ଦ୍ଦୁଲ ଠାକୁର ଏବଂ ମହମ୍ମଦ ସିରାଜ।

BJP Ads
କେ.ଏଲ୍ ରାହୁଲ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍ ବିସିସିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
BJP Ads
Latest News

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.