Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗିନିଜ ରେକର୍ଡ଼ଧାରୀ ଓଡ଼ିଆପୁଅ ସଚିନଙ୍କୁ ସମ୍ବର୍ଦ୍ଧିତ କଲେ କ୍ରିଡ଼ାମନ୍ତ୍ରୀ ତୁଷାରକାନ୍ତି
ଆଜିର ଖବର

ଗିନିଜ ରେକର୍ଡ଼ଧାରୀ ଓଡ଼ିଆପୁଅ ସଚିନଙ୍କୁ ସମ୍ବର୍ଦ୍ଧିତ କଲେ କ୍ରିଡ଼ାମନ୍ତ୍ରୀ ତୁଷାରକାନ୍ତି

February 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତର ନିଷ୍ଟାଇକର ଭାବରେ ସୁପରିଚିତ ସଚିନ ବେହେରା ପାଞ୍ଚକେଜି ଏଙ୍କେଲ ୱେଟ୍ ବାନ୍ଧି ତିନି ମିନିଟ ଆଣ୍ଠୁ ପ୍ରଘାତ ବା ନିଷ୍ଟାଇକ କରି ପୂର୍ବରୁ ପାକିସ୍ତାନର ମୁଷ୍ଟିଯୋଦ୍ଧା ମହମ୍ମଦ ରସିଦଙ୍କ ନାମରେ ଥିବା ୧୭୮ନିଷ୍ଟାଇକକୁ ଭାଙ୍ଗି ୨୦୪ ଆଣ୍ଠୁ ପ୍ରଘାତ କରି ନୂତନ ଗିନିଜ୍ ବୁକ୍ ରେକର୍ଡ଼ ସ୍ଥାପନ କରିଛନ୍ତି। ତାଙ୍କର ଏହି କୃତିତ୍ୱ ପାଇ ସାରା ଓଡ଼ିଶାର କୋଣ ଅନୁକୋଣରୁ ସଚିନଙ୍କ ପାଖକୁ ପ୍ରଶଂସା ଓ ଶୁଭେଚ୍ଛାର ସୁଅ ଛୁଟିଥିଲା ବେଳେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ସଚିନଙ୍କୁ ଭେଟି ତାଙ୍କ କୃତିତ୍ୱ ପାଇଁ ଶୁଭେଚ୍ଛା ଜଣାଇବା ସହିତ ସମ୍ବର୍ଦ୍ଧିତ କରିଛନ୍ତି।

ଗତକାଲି କ୍ରୀଡ଼ାମନ୍ତ୍ରୀଙ୍କ ସରକାରୀ ବାସଭବନରେ ସଚିନଙ୍କୁ ଭେଟି, କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ପାଇଁ ଗୌରବ ଆଣିଥିବାରୁ ସଚିନଙ୍କୁ ଭୂୟସୀ ପ୍ରଶଂସା କରିବା ସହିତ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରି ଆଗକୁ ଏହାକୁ ଜାରି ରଖିବାକୁ ପରାମର୍ଶ ଦେବା ସହିତ, ଆହୁରି ଅନେକ ବିଶ୍ୱ ରେକର୍ଡ଼ର ଅଧିକାରୀ ହେବାକୁ ଉତ୍ସାହିତ କରିଥିଲେ। ମନ୍ତ୍ରୀଙ୍କ ଠାରୁ ପ୍ରତିଶ୍ରୁତି ପାଇ ସଚିନ ଆଗକୁ ଓଡ଼ିଶା ପାଇଁ ଆହୁରି ସଫଳତା ଆଣି ଦେବେ ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଥିଲେ।

ନୂଆପଡ଼ା ଜିଲ୍ଲାର ବୋଡ଼େନ ବ୍ଲକ ଲରକା ଗ୍ରାମର ପିତା ଲକ୍ଷ୍ମୀପ୍ରସାଦ ବେହେରା ଏବଂ ଆରତୀ ବେହେରାଙ୍କ ପୁତ୍ର ସଚିନ ବେହେରା ପିଲାଟି ବେଳରୁ ପାଠ ପଢିବା ସମୟରେ ଖେଳ ପ୍ରତି ରଚି ରଖିଥିଲେ। ଏଥିପାଇଁ ପିତାମାତା ସଚିନକୁ ପ୍ରୋତ୍ସାହନ ଦେଇ ଆସୁଥିଲେ। ତେଣୁ ସଚିନ ଖେଳରେ ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରୁଥିଲେ।

ପ୍ରଥମେ ସେ ୧୦୦ ମିଟର ଧାବକ ଭାବରେ ପରିିଚିତ ଥିଲେ। ଖାଲି ସେତିକି ନୁହେଁ ସଚିନଙ୍କ ଇଚ୍ଛା ଥିଲା ସେ ଆଣ୍ଠୁ ପ୍ରଘାତରେ ବିଶ୍ୱରେକର୍ଡ଼ କରି ଓଡ଼ିଶା ତଥା ଦେଶ ପାଇଁ ଗୌରବ ଆଣିବେ। ସେଥିପାଇଁ ସଚିନ ଦିନକୁ ୧୦ଘଣ୍ଟାର କଠିନ ପରିଶ୍ରମ କରୁଥିଲେ ଏବଂ ଦୀର୍ଘ ଚାରିମାସ କାଳ ଅକ୍ଲାନ୍ତ ପରିଶ୍ରମ କରି ନିଜ ନାମ ଗିନିଜ ବୁକରେ ଲିପିବଦ୍ଧ କରିବା ପାଇଁ ପ୍ରସ୍ତୁତ ହୋଇଥିଲେ। ଆଜି ତାଙ୍କ ସ୍ୱପ୍ନ ପୂରଣ ହୋଇଥିବାରୁ ସଚିନ ତାଙ୍କ ସଫଳତା ପାଇଁ ପିତାମାତାଙ୍କ ସମେତ ପ୍ରଶିକ୍ଷକମାନଙ୍କୁ ସବୁ ଶ୍ରେୟ ଦେଇଛନ୍ତି।

ତୁଷାରକାନ୍ତି ବେହେରା ନିଷ୍ଟାଇକର ସଚିନ ବେହେରା
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.