Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ସ୍ପେଶାଲ୍ ଅଲିମ୍ପିକ୍ସ ଭାରତର ସ୍ୱତନ୍ତ୍ର କାର୍ଯ୍ୟକ୍ରମ
ଆଜିର ଖବର

ସୋଆରେ ସ୍ପେଶାଲ୍ ଅଲିମ୍ପିକ୍ସ ଭାରତର ସ୍ୱତନ୍ତ୍ର କାର୍ଯ୍ୟକ୍ରମ

April 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ୍ ମହାମାରୀ ଯୋଗୁଁ ୨ ବର୍ଷ ଧରି ଘରେ ରହିଥିବା ମାନସିକ ଭାବେ ଭିନ୍ନକ୍ଷମ ପିଲାମାନଙ୍କ ନିମନ୍ତେ ଆଜି ସ୍ପେଶିଆଲ୍ ଅଲିମ୍ପିକ୍ସ ଭାରତ ସଂସ୍ଥା ଦ୍ୱାରା ଦେଶବ୍ୟାପୀ ଏକ ସ୍ୱାସ୍ଥ୍ୟ ପରୀକ୍ଷା ତଥା “ଜଗିଂ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ନିମନ୍ତେ ଏହି କାର୍ଯ୍ୟକ୍ରମ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ ଠାରେ ଆୟୋଜିତ ହୋଇଥିଲା।

ନ୍ୟାସ୍‌ନାଲ୍ ହେଲ୍‌ଥ ଟେଷ୍ଟ ଫର ଦିବ୍ୟାଙ୍ଗଜନ ଭାବେ ନାମିତ ଏହି କାର୍ଯ୍ୟକ୍ରମରେ ପ୍ରାୟ ୭୫,୦୦୦ ପିଲାମାନଙ୍କର ଏପ୍ରିଲ୍ ୫ ଓ ୭ ମଧ୍ୟରେ ଦେଶର ୭୫ଟି ସ୍ଥାନରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିବା ବେଳେ ଏହାକୁ ଦେଶରେ ପାଳିତ ହେଉଥିବା ‘ଆଜାଦି କି ଅମ୍ରିତ୍ ମହୋତ୍ସବ’ ସହ ସାମିଲ୍ କରାଯାଇଥିଲା।

ଉଲ୍ଲେଖ ଯୋଗ୍ୟ ଯେ ସୋଆ ସମେତ ଆଜି ସାରା ଦେଶରେ ୭,୫୦୦ ମାନସିକ ଭାବେ ଭିନ୍ନକ୍ଷମ ପିଲାମାନେ ଦେଶର ୧୨୬ଟି ସ୍ଥାନରେ ଏକ ସଂଗେ ଏକ ମିନିଟ ପାଇଁ ଜଗିଂ କରି ଗିନିଜ୍ ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡସ୍‌ରେ ସ୍ଥାନ ପାଇପାରିଛନ୍ତି।

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଦିନ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପିଲାମାନଙ୍କୁ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଏକ ଡାକ୍ତରୀ ଦଳ ତଥା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ଡାକ୍ତରମାନେ ପରୀକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ୪ଟି ଗୁରୁତ୍ୱପୂର୍ଣ୍ଣ ମନ୍ତଣାଳୟ ସହଯୋଗ କରିଥିଲେ।

ଏହାର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଇ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ମାନସିକ ଭାବେ ଭିନ୍ନକ୍ଷମ ଲୋକଙ୍କର ସଶକ୍ତିକରଣ ନିମନ୍ତେ ସବୁ ପ୍ରକାର ଉଦ୍ୟମ ହେବା ଆବଶ୍ୟକ ବୋଲି କହିଥିଲେ। ଏହି ପିଲାମାନଙ୍କର ଲୁକ୍କାୟିତ ପ୍ରତିଭା ବିଷୟରେ ଆଲୋଚନା କରି ସେ କହିଥିଲେ ଯେ ଏହି ପିଲାମାନେ ପାରା ଅଲିମ୍ପିକ୍ସରେ ଭାରତ ନିମନ୍ତେ
ଗୌରବ ଅର୍ଜନ କରିପାରିଛନ୍ତି। ବିଖ୍ୟାତ ଚିତ୍ରକର ସତୀଶ ଗୁଜରାଲ୍‌ଙ୍କ ବିଷୟ ଉଲ୍ଲେଖ କରି ପ୍ରଫେସର ମହାପାତ୍ର କହିଥିଲେ ଯେ ସେ ମୁକ ଓ ବଧିର ହୋଇଥିଲେ ମଧ୍ୟ ଦେଶର ୫ ଜଣ ଶ୍ରେଷ୍ଠ ଚିତ୍ରକରଙ୍କ ମଧ୍ୟରେ ସ୍ଥାନ ପାଇପାରିଛନ୍ତି।

ସ୍ପେଶିଆଲ୍ ଅଲିମ୍ପିକ୍ସ ଭାରତର ଆଂଚଳିକ ନିର୍ଦ୍ଦେଶକ ପ୍ରକାଶ ରଥ ଏହି କାର୍ଯ୍ୟକ୍ରମ ପିଲାମାନଙ୍କୁ ୨ ବର୍ଷ ପରେ ସେମାନଙ୍କ ଘରୁ ବାହାରକୁ ଆଣିବା ପାଇଁ ଉଦ୍ଦିଷ୍ଟ ବୋଲି କହିଥିଲେ। ଗତବର୍ଷ ସ୍ପେଶିଆଲ୍ ଅଲିମ୍ପିକ୍ସରେ ଯୋଗ ଦେଇ ଏହିପରି ମାନସିକ ଭାବେ ଭିନ୍ନକ୍ଷମ କ୍ରୀଡାବିତମାନେ ଦେଶ ପାଇଁ ୮୫ଟି ସ୍ୱର୍ଣ୍ଣ ସହ ୩୭୯ଟି ପଦକ ଅର୍ଜନ କରିଥିବା ସେ କହିଥିଲେ।

ଏହି ଉତ୍ସବରେ ଆଇଡିଏସ୍‌ର ଡିନ୍ ପ୍ରଫେସର ନୀତା ମହାନ୍ତି, ଆଇଏଏସ୍‌ର ଡିନ୍ ପ୍ରଫେସର ବିଜୟ କୁମାର ସାହୁ ଓ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ। ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ମୁଖ୍ୟ ଡାକ୍ତର ସ୍ଥିତିପ୍ରଜ୍ଞା ଦଳବେହେରା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସୋଆ ସ୍ୱତନ୍ତ୍ର କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

“ତୃତୀୟ ପକ୍ଷର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ”: ସୀମା ବିବାଦ ଉପରେ ଭାରତର ନେପାଳକୁ କଡ଼ା ବାର୍ତ୍ତା

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026
Latest News

“ତୃତୀୟ ପକ୍ଷର ହସ୍ତକ୍ଷେପ ଗ୍ରହଣୀୟ ନୁହେଁ”: ସୀମା ବିବାଦ ଉପରେ ଭାରତର ନେପାଳକୁ କଡ଼ା ବାର୍ତ୍ତା

June 2, 2026

ଆଫଗାନିସ୍ତାନ ବିରୋଧରେ ପ୍ରଥମ ଟେଷ୍ଟ ପାଇଁ ଏହି ୧୧ ଖେଳାଳିଙ୍କୁ ମିଳିବ ସୁଯୋଗ!

June 2, 2026

ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: CBSE ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କ ହେଲା ବଦଳି

June 2, 2026

CBSEର ପୁନଃମୂଲ୍ୟାୟନ ପୋର୍ଟାଲରେ ସାଇବର ଆକ୍ରମଣ

June 2, 2026

ଜୁନ୍ ୬ରେ ଭାରତ-ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ୍: ଜାଣନ୍ତୁ କେବେ ଏବଂ କେଉଁଠାରେ ଲାଇଭ୍ ଷ୍ଟ୍ରିମିଂ

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.