BIG NEWS: ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହେଲେ ଦିଲ୍ଲୀପ ତିର୍କୀ

Published: Sep 23, 2022, 6:12 pm IST

ଭୁବନେଶ୍ୱର: ଶେଷରେ ହକି ଇଣ୍ଡିଆ ସଭାପତି ହୋଇଛନ୍ତି ଓଡ଼ିଆ ପୁଅ। ଆନ୍ତର୍ଜାତୟ ହକି ତାରକା ଦିଲ୍ଲୀପ ତିର୍କୀ ହୋଇଛନ୍ତି ସଭାପତି। ପୂର୍ବତନ ଭାରତୀୟ ହକି କ୍ୟାପେଟନ ଦିଲ୍ଲୀପ ତିର୍କୀ। ଆସନ୍ତା ଅକ୍ଟୋବର ୧ତାରିଖରେ ହକି ଇଣ୍ଡିଆ ସଭାପତି ନିର୍ବାଚନ ହେବାକୁ ଥିଲା। ହେଲେ ଦିଲ୍ଲୀପ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

ଦିଲ୍ଲୀପଙ୍କ ସମେତ ଅନ୍ୟ ଦୁଇ ଜଣ ମଧ୍ୟ ହକି ଇଣ୍ଡିଆ ସଭାପତି ନେଇ ନାମାଙ୍କନ ପତ୍ର ଦାଖଲ କରିଥିଲେ । ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଥିବାବେଳେ ଅନ୍ୟ ଦୁଇ ଜଣ ନାମାଙ୍କନ ପ୍ରତ୍ୟାହାର କରିନେଇଥିଲେ । ଫଳରେ ଦିଲ୍ଲୀପ ତିର୍କୀ ନିର୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି ।

ଏହାପରେ ପ୍ରତିକ୍ରିୟା ଦେଇ ଦିଲ୍ଲୀପ କହିଛନ୍ତି ଭାରତୀୟ ହକିକୁ ଶୀର୍ଷ ସ୍ତରରେ ପହଁଚାଇବା ମୋର ଲକ୍ଷ୍ୟ । ତେଣୁ ଯଥା ସମ୍ଭବ ଦଳକୁ ଆଗକୁ ନେବାକୁ ପ୍ରୟାସ କରିବି। ଦିଲ୍ଲୀପ ତିର୍କୀ ବର୍ତମାନ ଓଡ଼ିଶା ହକି ପ୍ରମୋସନ କାଉନସିଲର ଅଧ୍ୟକ୍ଷ ଅଛନ୍ତି। ଦିଲ୍ଲୀପ ସଭାପତି ଭାବେ ନିର୍ବାଚିତ ହୋଇଥିବାରୁ ଓଡିଶା କ୍ରୀଡାପ୍ରେମୀଙ୍କ ମହଲରେ ଖୁସିର ଲହରି ଖେଳିଯାଇଛି।

Related posts