Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସପ୍ତମ ଥର ପାଇଁ ଏସିଆ କପ୍ ଜିତିଲା ଭାରତ: ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ରଚିଲା ଇତିହାସ
ଆଜିର ଖବର

ସପ୍ତମ ଥର ପାଇଁ ଏସିଆ କପ୍ ଜିତିଲା ଭାରତ: ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ରଚିଲା ଇତିହାସ

October 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଇତିହାସ ସୃଷ୍ଟି କରି ଭାରତୀୟ ମହିଳା କ୍ରିକେଟ୍ ଦଳ ସପ୍ତମ ଥର ପାଇଁ ଏସିଆ କପ୍ ଟାଇଟଲ୍ ଜିତିଛି। ଏସିଆ କପ୍‌ର ଫାଇନାଲରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୮ ୱିକେଟରେ ପରାସ୍ତ କରିଛି। ସ୍ମୃତି ମାନ୍ଧନା ଭାରତ ପାଇଁ ୫୧ ରନର ଚମତ୍କାର ଇନିଂସ ଖେଳିଛନ୍ତି। ଅନ୍ତିମ ମ୍ୟାଚରେ ଶ୍ରୀଲଙ୍କା ଦଳ ଭାରତୀୟ ବୋଲରଙ୍କ ସମ୍ମୁଖରେ ସମ୍ପୂର୍ଣ୍ଣ ବିଫଳ ହୋଇଥିଲା ଏବଂ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହରାଇ ମାତ୍ର ୬୫ ରନ୍ ସ୍କୋର କରିପାରିଥିଲେ। ରେଣୁକା ସିଂ ଭାରତ ପାଇଁ ୩ ୱିକେଟ୍ ନେଇଥିଲେ।

ଏଥି ସହିତ ୬୬ ରନ୍‌ର ଟାର୍ଗେଟକୁ ପିଛା କରି ଭାରତୀୟ ଦଳ କୌଣସି ସମସ୍ୟାର ସମ୍ମୁଖୀନ ହୋଇନଥିଲା ଏବଂ ଦଳ ୨ ୱିକେଟ୍ ହରାଇ ଏହି ଲକ୍ଷ୍ୟ ହାସଲ କରିଥିଲା। ଭାରତୀୟ ଦଳ ପାଇଁ ସ୍ମୃତି ମାନ୍ଧନା ୬ ଟି ଚୌକା ଓ ୩ ଟି ଛକା ସହାୟତାରେ ୨୫ ବଲରେ ୫୧ ରନ୍ ର ବିସ୍ଫୋରକ ଅର୍ଦ୍ଧଶତକ ଖେଳିଥିଲେ।

ମହିଳା ଏସିଆ କପ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତୀୟ ବୋଲରମାନେ ଆଶ୍ଚର୍ଯ୍ୟଜନକ ଭାବେ ବୋଲିଂ କରିଥିଲେ। ମୁଖ୍ୟ ବୋଲର ରେଣୁକା ସିଂ ୩ ଓଭରରେ ମାତ୍ର ୫ ରନ୍ ଦେଇ ୩ ଟି ୱିକେଟ୍ ନେଇଥିଲେ। ଏହା ବ୍ୟତୀତ ରାଜେଶ୍ୱରୀ ଗାଇକ୍ଵାଡ ୪ ଓଭରରେ ୧୬ ରନ୍ ଦେଇ ୨ ଟି ୱିକେଟ୍ ନେଇଥିଲେ। ଅନ୍ୟପକ୍ଷରେ ସ୍ନେହା ରାଣା ୪ ଓଭରରେ ୧୩ ରନ୍ ଦେଇ ୨ ଟି ୱିକେଟ୍ ନେଇଥିଲେ।

ଏସିଆ କପ୍‌ ଭାରତୀୟ ମହିଳା କ୍ରିକେଟ୍ ଶ୍ରୀଲଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.