Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭବାନୀପାଟଣା ଠାରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟର ପ୍ରଥମ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା
ଆଜିର ଖବର

ଭବାନୀପାଟଣା ଠାରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟର ପ୍ରଥମ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା

November 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଆନୁକୁଲ୍ୟରେ ପ୍ରଥମ କ୍ରୀଡା ପ୍ରତିଯୋଗିତା କଳାହାଣ୍ଡି ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କ ସଭାପତିତ୍ବରେ ପାଞ୍ଚ ଦିନିଆ କ୍ରୀଡା ପତିଯୋଗିତା ଉଦଯାପିତ ହୋଇ ଯାଇଛି। କଳାହାଣ୍ଡି ଓ ନୂଆପଡା ଜିଲ୍ଲା ର ୧୮ଟି ମହାବିଦ୍ୟାଳୟ ଏଥିରେ ଭାଗ ନେଇଥିଲେ। ୧୯ ତାରିଖ କୁଳପତିଙ୍କ କରକମଳରେ ଚେସ ଏବଂ କାରମ୍ ପ୍ରତିଯୋଗିତା ଉଦ୍ଘାଟିତ ହୋଇଥିଲା। ଚେସ ପ୍ରତିଯୋଗିତାରେ ପ୍ରଗତି ମହାବିଦ୍ୟାଳୟର ତୁଷାର କାନ୍ତ ସାହୁ ବିଜୟୀ ହୋଇଥିବା ବେଳେ କାରରମ୍ ରେ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ର ସୌମ୍ୟ ରଂଜନ ତ୍ରିପାଠୀ ବିଜୟୀ ହୋଇଥିଲେ। କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦ ତାରିଖ ଦିନ ଉଦ୍ଘାଟିତ ହୋଇଥିଲା ଏବଂ ଚାରିଦିନ ଧରି ୟୁନିଭରସିଟି ଖେଳ ପଡିଆ ଏବଂ ରିଜର୍ଭ ପଡିଆ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଠର ଟି ଦଳ ଭାଗ ନେଇଥିଲେ। ପ୍ରଥମେ ପଞ୍ଚାୟତ ମହାବିଦ୍ୟାଳୟ ନାର୍ଲା ନୂଆପଡା ମହାମାୟା କଲେଜ କୁ ପରାସ୍ତ କରି ଫାଇନାଲ କୁ ଉନ୍ନୀତ ହୋଇଥିଲା। ୨୪ ତାରିଖ କଳାହାଣ୍ଡି ବିଶ୍ଵବିଦ୍ୟାଳୟ ନେସନାଲ୍ କଲେଜ ନୂଆପଡାକୁ ପରାଜିତ କରି ଫାଇନାଲକୁ ଉନ୍ନୀତ ହୋଇଥିଲା।

ଫାଇନାଲ ମ୍ୟାଚରେ ନର୍ଲା କଲେଜ ଟସ୍ ଜିଣି ପ୍ରତିପକ୍ଷ କଳାହାଣ୍ଡି ବିଶ୍ଵବିଦ୍ୟାଳୟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରି କଳାହାଣ୍ଡି ବିଶ୍ଵବିଦ୍ୟାଳୟ ପାଞ୍ଚ ଉଇକେଟ ବିନିମୟରେ ୧୮୭ ରନ ସଂଗ୍ରହ କରିଥିଲା। ୧୮୮ ରନ ର ବିଜୟ ଲକ୍ଷ୍ୟକୁ ପିଛା କରି ନିର୍ଦ୍ଧାରିତ ୨୦ ଓଭର ରେ ୭ ଉଇକେଟ୍ ବିନିମୟରେ ୧୬୨ ରନ ସଂଗ୍ରହ କରି ପାରିଥିଲା। କଳାହାଣ୍ଡି ବିଶ୍ଵବିଦ୍ୟାଳୟ ଏହି ମ୍ୟାଚ କୁ ୨୫ ରନ ବ୍ୟବଧାନରେ ବିଜୟ ଲାଭ କରି ପ୍ରଥମ ଆନ୍ତ ମହାବିଦ୍ୟାଳୟ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ ହୋଇଥିଲା। ଏଥିରେ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ସେରିଜ୍ କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ରିକେଟ ଦଳର କ୍ୟାପଟେନ ନରେନ୍ଦ୍ର କୁମାର ବାଗ ହାତେଇ ଥିଲେ। କଳାହାଣ୍ଡି ବିଶ୍ଵବିଦ୍ୟାଳୟର ଅଭିଳାଷ ପୁରୋହିତ କୁ ବେଷ୍ଟ୍ ବୋଲର ର ମାନ୍ୟତା ମିଳିଥିଲା ଏବଂ ପଞ୍ଚାୟତ ସମିତି ମହାବିଦ୍ୟାଳୟ ନର୍ଲା ର ଯଶୋବନ୍ତ ମାଝିଙ୍କୁ ଵେଷ୍ଟ ବ୍ୟାଟ୍ସମ୍ୟାନ୍ ଭାବେ ପୁରସ୍କୃତ କରା ହେଇଥିଲା।

ଆଜିର ମ୍ୟାଚରେ ରାନର୍ସ ଅଫ ଦଳକୁ କୁଳପତି ଟ୍ରଫି ପ୍ରଦନ କରିଥିଲେ ଏବଂ ବିଜୟୀ ଦଳକୁ ମୁଖ୍ୟ ଅତିଥି ପୂର୍ବତନ ରଣଜୀ ଟ୍ରଫି ଖେଳାଳି ଭାରତ ଭୂଷଣ ଦେଓ ଟ୍ରଫି ପ୍ରଦାନ କରିଥିଲେ। ଏଥିରେ ଅତିଥି ଭାବରେ ଯୋଗ ଦେଇଥିଲେ ପୂର୍ବତନ ରଣଜୀ ଟ୍ରଫି ଖେଳାଳି ସୁବ୍ରତ ବହିଦାର, ଡି ଆଇ ପି ଆର୍ ଓ ମନୋଜ ବେହେରା, ପୂର୍ବତନ ରଣଜୀ ଖେଳାଳି ପ୍ରସନ୍ନ ସାହାଣୀ, ପି କେ ସାହୁ, ସତ୍ୟନାରାୟଣ ମହାପାତ୍ର, ରଘୁନାଥ ମିଶ୍ର, ଲୁଡୁ ସାସନି, ଜୟଦେବ ସାହୁ ପ୍ରଭୃତି ଯୋଗ ଦେଇଥିଲେ।

ଆଜିର ଖେଳକୁ ପରିଚାଳନା କରିଥିଲେ ଓ ସି ଏ ଆମ୍ପାୟର ବୁଲୁ ସିଂହ ଏବଂ ସୁମିତ ପଟ୍ଟନାୟକ। ଏଇ କ୍ରୀଡା ମହୋସବ କୁ ପରିଚାଳନା କରିଥିଲେ ଡକ୍ଟର ଘନଶ୍ୟାମ ବେହେରା , ପ୍ରଦୀପ କୁମାର ପ୍ରଧାନ ଏବଂ ଅନ୍ୟ ଅଧ୍ୟାପକ ଓ ଅଧ୍ୟାପିକା ଗଣ। ଧାରା ବିବରଣୀ ପ୍ରଦାନ କରିଥିଲେ ଶ୍ରୀ ଅଂଶୁମାନ ବାବୁ। ଏଥିରେ ଶତାଧିକ ଛାତ୍ରଛାତ୍ରୀ ଯୋଗ ଦେଇ ଖେଳକୁ ଉପଭୋଗ କରିଥିଲେ।

କଳାହାଣ୍ଡି ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026

ନେପାଳରେ ପହଞ୍ଚିଲା ଭାରତର ପ୍ରଥମ ସିଧାସଳଖ ମାଲବାହୀ ଟ୍ରେନ୍

July 28, 2026

ରଣପୁର ପୋଲିସର ବଡ଼ ସଫଳତା: ବ୍ରାଉନ ସୁଗାର ଜବତ, ଜଣେ ଗିରଫ

July 28, 2026
Latest News

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

July 28, 2026

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 28, 2026

ନେପାଳରେ ପହଞ୍ଚିଲା ଭାରତର ପ୍ରଥମ ସିଧାସଳଖ ମାଲବାହୀ ଟ୍ରେନ୍

July 28, 2026

ରଣପୁର ପୋଲିସର ବଡ଼ ସଫଳତା: ବ୍ରାଉନ ସୁଗାର ଜବତ, ଜଣେ ଗିରଫ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.