Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଭୁବନେଶ୍ବରରେ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା, ଅଲିମ୍ପିକ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର କଲେ ସମୀକ୍ଷା
ଖେଳ

ଭୁବନେଶ୍ବରରେ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା, ଅଲିମ୍ପିକ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର କଲେ ସମୀକ୍ଷା

December 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Abhinav Bindra
ଭୁବନେଶ୍ବରରେ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା, ଅଲିମ୍ପିକ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର କଲେ ସମୀକ୍ଷା

ଭୁବନେଶ୍ୱର : ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଚଳିତ ବର୍ଷ ଭୁବନେଶ୍ୱର ଓ ରାଉରକେଲାର ୯୦ଟି ବିଦ୍ୟାଳୟରେ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଅଛି।

ଏହି ଅବସରରେ ଗତ ମଙ୍ଗଳବାର ଦିନ ବିଶିଷ୍ଟ ଅଲିମ୍ପିଆନ୍‌-ତଥା-ଅଭିନବ ବିନ୍ଦ୍ରା ଫାଉଣ୍ଡେସନ ଟ୍ରଷ୍ଟର ଫାଉଣ୍ଡର ତଥା ବିଶିଷ୍ଟ କ୍ରୀଡ଼ାବିତ୍‌ ଅଭିନବ ବିନ୍ଦ୍ରା ଓ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ଭୁବନେଶ୍ୱର ଲକ୍ଷ୍ମୀସାଗରସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିବା ସହିତ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ।

ଏହି ପରିପ୍ରେକ୍ଷୀରେ ଉଭୟ ଅତିଥି ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରସ୍ତୁତ ଅଲିମ୍ପିକ୍‌ ମୂଲ୍ୟବୋଧ ସମ୍ପର୍କିତ ଫଟୋ ପ୍ରଦର୍ଶନୀ ଓ ବିଦ୍ୟାଳୟ ଖେଳ ପଡ଼ିଆରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ୍‌ ମ୍ୟାଚ୍‌ ବୁଲି ଦେଖିବା ସହିତ ଛାତ୍ରଛାତ୍ରୀମାନଙ୍କ ସହ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ ସମ୍ପର୍କରେ ଆଲେଚନା କରିଥିଲେ।

ଉପସ୍ଥିତ ଛାତ୍ରଛାତ୍ରୀ ତଥା ବିଦ୍ୟାଳୟ କର୍ତ୍ତୃପକ୍ଷ କ୍ରୀଡା ତାରକା ଅଭିନବ ବିନ୍ଦ୍ରା ତଥା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅତି ନିକଟରେ ପାଇ ଖୁସି ହେବା ସହିତ ବିଭିନ୍ନ ପ୍ରସଙ୍ଗରେ ବାର୍ତ୍ତାଳାପ କରି ଖୁବ୍‌ ଉତ୍ସାହିତ ହୋଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ନିର୍ଦ୍ଦେଶକ, ଓସେପା, ବରିଷ୍ଠ ମଣ୍ଡଳ ଶିକ୍ଷା ଅଧିକାରୀ, ଭୁବନେଶ୍ୱର, ପ୍ରଧାନ ଶିକ୍ଷୟିତ୍ରୀ, ସରକାରୀ ଉଚ୍ଚ ବିଦ୍ୟାଳୟ, ଲକ୍ଷ୍ମୀସାଗର ଏବଂ ବିଭିନ୍ନ ବିଦ୍ୟାଳୟର ଖେଳ ଶିକ୍ଷକ ଉପସ୍ଥିତ ଥିଲେ। ଅତିଥିମାନେ ପିଲାମାନଙ୍କ ମଧ୍ୟରେ ଅଲିମ୍ପିକ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମର ସକରାତ୍ମକ ପ୍ରଭାବ ଦେଖି ସନ୍ତୋଷ ବ୍ୟକ୍ତ କରିଥିଲେ।

ଅନୁପମ ସାହା
Share. Facebook Twitter LinkedIn Email WhatsApp Copy Link

Related Posts

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026
Latest News

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.