Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗ୍ରାମୀଣ ମହିଳା ମହାବିଦ୍ୟାଳୟରେ ୩୦ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ
ଆଞ୍ଚଳିକ

ବାଣପୁର ଗ୍ରାମୀଣ ମହିଳା ମହାବିଦ୍ୟାଳୟରେ ୩୦ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

December 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗ୍ରାମୀଣ ମହିଳା ମହାବିଦ୍ୟାଳୟ ଠାରେ ଆଜି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଆରମ୍ଭ ହୋଇଛି। ଉକ୍ତ କ୍ରୀଡା ଉତ୍ସବକୁ ବାଣପୁର ଏନଏସି ଅଧ୍ୟକ୍ଷ ମିଟୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ। ଅଧ୍ୟକ୍ଷା ରଶ୍ମିତା ମହାନ୍ତି ଉତ୍ସବରେ ସଭାପତିତ୍ବ କରି ଏଠାରୁ ବହୁ ଛାତ୍ରୀ କ୍ରୀଡ଼ାରେ କୃତିତ୍ୱ ଅର୍ଜନ କରିଥିବା ଜଣାଇଥିଲେ।

କରୋନା ଲାଗି ଦୀର୍ଘ ଦୁଇବର୍ଷ ପ୍ରତିଯୋଗିତା ବନ୍ଦ ଥିବାରୁ ପିଲାମାନଙ୍କ ଅପେକ୍ଷା ଅଧ୍ୟାପକ ଓ ଅଧ୍ୟପିକା ମାନେ ଅଧିକ ଉତ୍ସାହିତ ଅଛନ୍ତି ବୋଲି ସଭାରେ ମତ ପ୍ରକାଶ କରିଥିଲେ। ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଯଥା ୧୦୦ ଓ ୨୦୦ମିଟର ଦୌଡ଼, ସର୍ଟପୁଟ ସହ ଡିସକସର ବିଭିନ୍ନ ବିଭାଗରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରୀ ଭାଗ ନେଇଥିଲେ। ସମସ୍ତ ପ୍ରତିଯୋଗୀ ନିଜ ନିଜର ସର୍ବୋତ୍ତମ ପ୍ରତିଭା ପ୍ରଦର୍ଶନ କରିବା ନିମନ୍ତେ ଚେଷ୍ଟା କରିଥିଲେ।

ତେବେ ଏହି ଖେଳାଳି ମାନଙ୍କ ମଧ୍ୟରୁ ଶ୍ରେଷ୍ଠ କୃତ୍ତିତ୍ଵ ଅର୍ଜନ କରିଥିବା ଛାତ୍ରୀମାନଙ୍କୁ ମାନପତ୍ର ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। କ୍ରୀଡା ସଂସଦ ଉପସଭାପତି ତଥା ଅଧ୍ୟାପକ ସର୍ବେଶ୍ୱର ଷଡ଼ଙ୍ଗୀ ସଭାମଞ୍ଚ ପରିଚାଳନା କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟାପକ ପ୍ରଶାନ୍ତ କୁମାର ଦାସ, ବାଣପୁର ବିଜ୍ଞାପିତ ଅଂଚଳ ପରିଷଦ ଉପାଧ୍ୟକ୍ଷା ପ୍ରାଚୀପ୍ରଭା ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିବାବେଳେ କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ କ୍ରୀଡ଼ା ପ୍ରତିଯୋଗିତା ପରିଚାଳନା କରିଥିଲେ। ଆସନ୍ତା କାଲି ମଧ୍ୟ ଛାତ୍ରୀ ମାନକର ପ୍ରତିଯୋଗିତା ଜାରି ରହିବ ବୋଲି ଅଧକ୍ଷା ଜଣାଇଛନ୍ତି।

ଗ୍ରାମୀଣ ମହିଳା ମହାବିଦ୍ୟାଳୟ ବାଣପୁର ବାର୍ଷିକ କ୍ରୀଡା ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ସେବା ସଙ୍କଳ୍ପ ଅଭିଯାନ: ରକ୍ତଦାନ ଶିବିର ସାଙ୍ଗକୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 30, 2026

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026
Latest News

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ସରକାର ଧାର୍ଯ୍ୟ କରନ୍ତୁ ଦୀପାବଳୀରେ ବାଣ ଫୁଟାଇବା ନିର୍ଦ୍ଦିଷ୍ଟ ସମୟ : ସୁପ୍ରିମକୋର୍ଟ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.