Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଡଦିନରେ ସୋଆ କ୍ୟାମ୍ପସ୍ ପରିଭ୍ରମଣ କରିବ ବିଶ୍ୱକପ୍ ହକି ଟ୍ରଫି
ଆଜିର ଖବର

ବଡଦିନରେ ସୋଆ କ୍ୟାମ୍ପସ୍ ପରିଭ୍ରମଣ କରିବ ବିଶ୍ୱକପ୍ ହକି ଟ୍ରଫି

December 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
soa university
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର: ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ପ୍ରତିଯୋଗିତା ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ବେଳେ ଏହାର ଟ୍ରଫି ବଡ଼ଦିନ ଦିନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରକୁ ଆସିବ। ଭାରତ ସମେତ ୧୬ଟି ଦେଶ ଏହି ବିଶ୍ୱକପ୍‌ରେ ଭାଗ ନେଉଥିôବା ବେଳେ ଡିସେମ୍ବର ୨୫ରେ ମନ୍ଦିରମାଳିନୀ ସହର ଭୁବନେଶ୍ୱର ସାରା ବୁଲିବ ଏହି ଟ୍ରଫି।

ଏହି ଟ୍ରଫି ବର୍ତ୍ତମାନ ସାରା ଦେଶରେ ବୁଲି ବୁଲି ପ୍ରଦର୍ଶିତ ହେଉଥିବା ବେଳେ ଆସନ୍ତା ଡିସେମ୍ବର ୨୫ ରେ ଭୁବନେଶ୍ୱରରେ ପହଂଚିବ ଏବଂ ସାଧାରଣ ଜନତା ଏହାକୁ ଦେଖିବା ନିମନ୍ତେ ସହରର ବିଭିନ୍ନ ସ୍ଥାନରେ ପ୍ରଦର୍ଶିତ କରାଯିବ।

ଏହି ଟ୍ରଫିଟି ସୋଆର କ୍ୟାମ୍ପସ ୨ ସଂଲଗ୍ନ ନୂତନ ଷ୍ଟାଡିୟମ୍‌ରେ କିଛି ସମୟ ପାଇଁ ରଖାଯିବାର କାର୍ଯ୍ୟକ୍ରମ ଥିôବା ବେଳେ ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟତ୍ରୀ ଓ କର୍ମକର୍ତାମାନେ ଏହି ଟ୍ରଫିକୁ ଦେଖବାର ସୁଯୋଗ ପାଇବେ ଏବଂ ହକି ବିଶ୍ୱକପ୍ ଭଳି ଆନ୍ତର୍ଜାତୀୟ କାର୍ଯ୍ୟକ୍ରମର ଅଂଶୀ ହୋଇପାରିବେ। ସୋଆ କୁଳପତି ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ସୋଆ ପକ୍ଷରୁ ଏହି ଟ୍ରଫିକୁ ସ୍ୱାଗତ କରିବେ। ଏନ୍‌ସିସି କ୍ୟାଡେଟ୍‌ମାନେ ପରେଡ୍ ମାର୍ଚ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବାର ଯୋଜନା ରଖାଯାଇଛି।

ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ବିଶ୍ୱକପ ହକି ଚାମ୍ପିଅନସିପ୍ ଅନୁଷ୍ଠିତ ହେଉଥିବା ବେଳେ ୨୦୧୮ରେ ଆୟୋଜିତ ହୋଇଥିବା ବିଶ୍ୱ ଚାମ୍ପିଅନ୍‌ସିପ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଠାରେ ଆୟୋଜନ କରାଯାଇଥିଲା। ହକି ବିଶ୍ୱକପ୍‌ର ୧୫ ତମ ସଂସ୍କରଣର ମ୍ୟାଚଗୁଡ଼ିକ ଚଳିତ ଥର ଓଡ଼ିଶାର ଦୁଇଟି ସ୍ଥାନ- ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଏବଂ ରାଉରକେଲା ସ୍ଥିତ ନୂତନ ଭାବେ ନିର୍ମିତ ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ରେ ଖେଳାଯିବାର ଆୟୋଜନ କରାଯାଇଛି।

ଓଡିଶା ବଡ଼ଦିନ ସୋଆ କ୍ୟାମ୍ପସ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ରାତ୍ରିଭୋଜନରେ ଗୁଳିମାଡ଼

April 26, 2026

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026
Latest News

ଟ୍ରମ୍ପଙ୍କ ରାତ୍ରିଭୋଜନରେ ଗୁଳିମାଡ଼

April 26, 2026

ଋଣ ଭାର ସହିନପାରି ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

April 26, 2026

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.