Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ରାଉରକେଲାରେ ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିଅମକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଖେଳ

ରାଉରକେଲାରେ ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିଅମକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

January 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
HockeyStadium
ରାଉରକେଲାରେ ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିଅମକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲାଠାରେ ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।

ବିଶ୍ଵ କ୍ରୀଡା ଇତିହାସ ରେ ଯୋଡି ହେଲା ଏକ ସ୍ଵର୍ଣ୍ଣିମ ଅଧ୍ୟାୟ। ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ।

ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳିଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ।

ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳୀ ମାନଙ୍କୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ମହାପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିଅମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟ ମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । 261 କୋଟି ଟଙ୍କା ଖର୍ଚ୍ଚରେ ରେକର୍ଡ ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି।

ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲୀପ ତିର୍କୀ ,5T ସଚିବ ଶ୍ରୀ ପାଣ୍ଡିଆନ୍ ଓ ହକି ଇଣ୍ଡିଆ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଇଣ୍ଡିଆ A ଓ ଇଣ୍ଡିଆ B team ମଧ୍ୟରେ ଉଦଘାଟନୀ ମ୍ଯାଚ କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ।

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହାପରେ ସେ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

Men's Worldcup Hockey23 Naveen Patnaik ନବୀନ ପଟ୍ଟନାୟକ ରାଉରକେଲା ହକି ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

Budget 2026 ଉପସ୍ଥାପନା ପୂର୍ବରୁ ରାଷ୍ଟ୍ରପତିଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ, ଖାଇଲେ ଦହିଚିନି

February 1, 2026

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.