Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ପୁରୁଷ ହକି ବିଶ୍ବକପର ଉଦଘାଟନୀ ସମାରୋହରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର
ଖେଳ

ପୁରୁଷ ହକି ବିଶ୍ବକପର ଉଦଘାଟନୀ ସମାରୋହରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର

January 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦେଶରେ କ୍ରୀଡ଼ା ଓ ଖେଳର ପ୍ରୋତ୍ସାହନ ଲାଗି ଭାରତ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହା କହିଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର। ସେ କହିଥିଲେ ଯେ ସହଯୋଗୀ ସଂଘୀୟ ବ୍ୟବସ୍ଥାର ଭାବନା ନେଇ ରାଜ୍ୟମାନେ ମଧ୍ୟ ଏ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଛନ୍ତି। କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଏଫଆଇଏଚ୍‌ ପୁରୁଷ ହକି ବିଶ୍ବକପର ଉଦଘାଟନୀ ସମାରୋହକୁ ଉଦଘାଟନ କରି କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ କ୍ରୀଡ଼ାପ୍ରେମୀ ହୋଇଥିବା ବେଳେ ତାଙ୍କ ନେତୃତ୍ବରେ ଭାରତ ସରକାର ଜାତୀୟ ହକି ଦଳକୁ ସବୁ ପ୍ରକାର ସହାୟତା ଯୋଗାଇ ଦେଇଛନ୍ତି। କୋଭିଡ-୧୯ ମହାମାରୀ ଭଳି କଷ୍ଟକର ସମୟରେ ହକି ଦଳକୁ ପ୍ରୋତ୍ସାହନ ଦିଆଯିବା ଫଳରେ ଭାରତୀୟ ହକି ଦଳ ଟୋକିଓ ଅଲିମ୍ପିକ୍ସରେ ସମ୍ମାନଜନକ ବ୍ରୋଞ୍ଜ ପଦକ ଜିତିଥିଲା।

କେନ୍ଦ୍ର ମନ୍ତ୍ରୀ କହିଥିଲେ ଯେ ହକି ଖେଳରେ ଭାରତର ଏକ ସମୃଦ୍ଧ ଇତିହାସ ରହିଛି। ସ୍ବାଧୀନତା ପୂର୍ବରୁ କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ ନେତୃତ୍ବରେ ଏବଂ ସ୍ବାଧୀନତା ପରେ ହକି କିମ୍ବଦନ୍ତୀ ବଲବୀର ସିଂ ସିନିୟରଙ୍କ ନେତୃତ୍ବରେ ଭାରତୀୟ ଦଳ ତିନି ଥର ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ଜିତିଥିଲା।

କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ହକି ବିଶ୍ବକପର ଭବ୍ୟ ଉଦଘାଟନୀ ସମାରୋହକୁ ପ୍ରଶଂସା କରିଥିଲେ। ଭାରତରେ ଲଗାତାର ଦୁଇ ଥର ଏଫଆଇଏଚ ପୁରୁଷ ହକି ବିଶ୍ବକପ ଆୟୋଜନ ପାଇଁ ସୁଯୋଗ ଦେଇଥିବାରୁ ଏଫଆଇଏଚ ସଭାପତି ତୟବ ଇକ୍ରାମଙ୍କୁ ଶ୍ରୀ ଠାକୁର ଧନ୍ୟବାଦ ଜଣାଇଥିଲେ। ଦେଶକୁ ଏକ ସୁନ୍ଦର ହକି ଷ୍ଟାଡିୟମ ଭେଟି ଦେଇଥିବାରୁ ସେ ମଧ୍ୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନୀ ସମାରୋହ ଅବସରରେ ଅତିଥିମାନଙ୍କୁ ସ୍ବାଗତ ଜଣାଇଥିଲେ। ହକି ବିଶ୍ବକପ ଆୟୋଜନ ପାଇଁ ଓଡ଼ିଶା ସରକାରଙ୍କୁ ସବୁ ପ୍ରକାର ସହଯୋଗ ଯୋଗାଇ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତ ସରକାରଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

ଏଫଆଇଏଚ ସଭାପତି ତୟବ ଇକ୍ରାମ, ହକି ଇଣ୍ଡିଆ ସଭାପତି ଦିଲିପ ତିର୍କୀ, ଓଡ଼ିଶା କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ସମେତ ଭାରତୀୟ ଦଳ ଏବଂ ବିଭିନ୍ନ ଅନ୍ତର୍ଜାତୀୟ ଦଳର ଖେଳାଳୀମାନେ ଏହି ଅବସରରେ ଉପସ୍ଥିତ ଥିଲେ।

ଏଥିପୂର୍ବରୁ ଆଜି ସକାଳେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଠାକୁର ଭୁବନେଶ୍ବର ଦୂରଦର୍ଶନ କେନ୍ଦ୍ର ଏବଂ ଭୁବନେଶ୍ବରସ୍ଥିତ ନେସନାଲ ଏକାଡେମୀ ଫର ବ୍ରଡକାଷ୍ଟିଂ ଏଣ୍ଡ ମଲ୍ଟିମିଡିଆ (ଏନଏବିଏମ) ପରିଦର୍ଶନ କରିଥିଲେ। ବିଭାଗୀୟ ଅଧିକାରୀଙ୍କ ସହିତ ସେ ଏହି ଦୁଇ ସଂସ୍ଥାର କାର୍ଯ୍ୟଧାରା ସମୀକ୍ଷା କରିଥିଲେ। ଦୂରଦର୍ଶନର ଦର୍ଶକ ସଂଖ୍ୟା ବଢ଼ାଇବା ପାଇଁ କାର୍ଯ୍ୟକ୍ରମର ମାନରେ ସୁଧାର ଆଣିବା ଉପରେ ସେ ଗୁରୁତ୍ବାରୋପ କରିଥିଲେ। ଏହାଦ୍ବାରା ଦୂରଦର୍ଶନର ବଜାର ଅଂଶଧନ ବୃଦ୍ଧି ପାଇବ ବୋଲି ସେ କହିଥିଲେ।

ଉଭୟ ଦୂରଦର୍ଶନ ଏବଂ ନେସନାଲ ଏକାଡେମୀ ଫର ବ୍ରଡକାଷ୍ଟିଂ ଏଣ୍ଡ ମଲ୍ଟିମିଡିଆ ପରିସରରେ କେନ୍ଦ୍ର ମନ୍ତ୍ରୀ ବୃକ୍ଷରୋପଣ କରିଥିଲେ। ସନ୍ଧ୍ୟାରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ କଟକ ଆକାଶବାଣୀ ପରିଦର୍ଶନ କରିଥିଲେ।

ଅନୁରାଗ ସିଂ ଠାକୁର ଉଦଘାଟନୀ ସମାରୋହ ପୁରୁଷ ହକି ବିଶ୍ବକପ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.