Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସ୍ଥାନ ରୟାଲ୍ସ ବିପକ୍ଷରେ ସବୁଜ ଜର୍ସିରେ ଦେଖିବାକୁ ମିଳିବେ ଆରସିବି ଖେଳାଳି, ଜାଣନ୍ତୁ କାରଣ
ଆଜିର ଖବର

ରାଜସ୍ଥାନ ରୟାଲ୍ସ ବିପକ୍ଷରେ ସବୁଜ ଜର୍ସିରେ ଦେଖିବାକୁ ମିଳିବେ ଆରସିବି ଖେଳାଳି, ଜାଣନ୍ତୁ କାରଣ

April 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏକ ବିଜୟ ସହିତ ଆଇପିଏଲ-୨୦୨୩ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଥିଲା, କିନ୍ତୁ ଏହା ପରେ ଦଳକୁ ଲଗାତାର ୨ ଟି ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଦ୍ୱିତୀୟ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର କୋଲକାତା ନାଇଟ୍ ରାଇଡର୍ସ ଠାରୁ ପରାସ୍ତ ହୋଇଛି। ଏହା ପରେ ତୃତୀୟ ମ୍ୟାଚ୍‌ରେ କେ.ଏଲ୍ ରାହୁଲଙ୍କ ଅଧିନାୟକତ୍ଵରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍ ଠାରୁ ଶେଷ ବଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରାସ୍ତ ହୋଇଛି।

ରାଜସ୍ଥାନ ବିପକ୍ଷରେ ଆରସିବି ଖେଳାଳିଙ୍କୁ ସବୁଜ ଜର୍ସିରେ ଦେଖିବାକୁ ମିଳିବ:

ତେବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏପ୍ରିଲ ୨୩ ତାରିଖରେ ରାଜସ୍ଥାନ ରୟାଲ୍ସ ସହ ମୁହାଁମୁହିଁ ହେବ। ଏହି ମ୍ୟାଚ୍‌ରେ ଫାଫ୍ ଡୁପ୍ଲେସିଙ୍କ ଦଳର ଚେହେରା ବଦଳିଯିବ। ବାସ୍ତବରେ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଖେଳାଳିମାନେ କମଳା ବଦଳରେ ସବୁଜ ଜର୍ସିରେ ନଜର ଆସିବେ। ସବୁଜ ଜର୍ସିରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଖେଳାଳିଙ୍କ ଫଟୋ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଭାଇରାଲ ଫଟୋରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ଫାଫ ଡୁପ୍ଲେସି, ବିରାଟ କୋହଲି, ଦୀନେଶ କାର୍ତ୍ତିକ ଏବଂ ଗ୍ଲେନ ମ୍ୟାକ୍ସୱେଲ ନଜର ଆସିଛନ୍ତି।

RCB will be wearing Green Colour jersey against Rajasthan on April 23rd. pic.twitter.com/Bj2X0Qe13a

— Johns. (@CricCrazyJohns) April 13, 2023

ଏହି ଫଟୋ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଏଥି ସହିତ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ପ୍ରଶଂସକମାନେ ଦଳର ଏହି ଜର୍ସିକୁ ବହୁତ ପସନ୍ଦ କରନ୍ତି। ଏହା ବ୍ୟତୀତ ସୋସିଆଲ ମିଡିଆ ବ୍ୟବହାରକାରୀମାନେ କ୍ରମାଗତ ଭାବରେ ନିଜର ମତାମତ ଦେଉଛନ୍ତି। ତେବେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମ୍ୟାଚ୍ ଏପ୍ରିଲ ୨୩ ତାରିଖରେ ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଏହି ମ୍ୟାଚ୍ ଅପରାହ୍ନ ୩.୩୦ ରେ ଆରମ୍ଭ ହେବ।

ଆଇପିଏଲ ୨୦୨୩ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସବୁଜ ଜର୍ସି
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026
Latest News

ଟି-୨୦ ବିଶ୍ୱକପ୍ ପରେ ରାଙ୍କିଂ ଜାରି କଲା ଆଇସିସି: ସବୁ କ୍ଷେତ୍ରରେ ଭାରତୀୟ ଖେଳାଳିଙ୍କ ପ୍ରାଧାନ୍ୟ

March 11, 2026

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.