Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା
ଖେଳ

ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ
ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ପ୍ରତିଯୋଗିତା

ବାଣପୁର: ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ୨୮ ତାରିଖରୁ ଆରମ୍ଭ ହୋଇଥିବା ଆନ୍ତଃ ବିଦ୍ୟାଳୟ ସ୍ତରୀୟ ବାଳିକା ଖୋ-ଖୋ ଜୋନ-୫ ପ୍ରତିଯୋଗିତା ରବିବାର ଉଦଯାପିତ ହୋଇ ଯାଇଛି।

ମହାବିଦ୍ୟାଳୟ ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଅତିଥି ଭାବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ନଗରପାଳ ମିଟୁ ନାୟକ ଯୋଗଦେଇ ପ୍ରତିଯୋଗିତାର ଶୁଭ ଉଦ୍ଘାଟନ କରିଥିବା ବେଳେ ଉଦଯାପନୀ ଉତ୍ସବରେ ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଅତିଥି ଭାବେ ଯୋଗ ଦେଇ ବିଜୟୀ ଦଳକୁ ଟ୍ରଫି ପ୍ରଦାନ କରିଥିଲେ।

ତିନି ଦିନ ଧରି ଚାଲିଥିବା ଜୋନ୍-୫ ର ଏହି ଖୋ-ଖୋ ପ୍ରତିଯୋଗିତା ରେ ବହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଖୋ-ଖୋ ଦଳ ଅଂଶ ଗ୍ରହଣ କରିଥିବା ବେଳେ ରବିବାର ଅନୁଷ୍ଠିତ ଫାଇନାଲ ମ୍ଯାଚ ବାଣପୁର ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ଯରେ ହୋଇଥିଲା। ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ହାରି ରନରସ୍ ଅପ୍ ହୋଇଥିବା ବେଳେ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋ-ଖୋ ଟିମ ବିଜୟଲାଭ କରି ଜୋନ-୫ ର ଚମ୍ପିୟାନ ବିବେଚିତ ହୋଇଛି।

ବିଦ୍ୟାଳୟର କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ, କମ୍ପ୍ୟୁଟର ପ୍ରଶିକ୍ଷକ ଶିବ ଶଙ୍କର ପଣ୍ଡାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ପ୍ରତିଯୋଗିତାରେ ମ୍ଯାଚ୍ ଅଫିସିଆଲ ଭାବେ ସୁନୀଲ ପଟ୍ଟନାୟକ, କଳ୍ପଶ୍ରୀ ପ୍ରଧାନଙ୍କ ସମେତ ବିଭିନ୍ନ ବିଦ୍ୟାଳୟ କ୍ରୀଡା ଶିକ୍ଷକ ମ୍ଯାଚ ପରିଚାଳନା କରିଥିଲେ। ବରିଷ୍ଠ ଅଧ୍ୟାପକ ପ୍ରଶାନ୍ତ କୁମାର ଦାସ, ଅଧ୍ୟାପିକା ସୁଚିତ୍ରା ଦାସ, ରବିନ୍ଦ୍ର କୁମାର ମାର୍ଥାଙ୍କ ସମେତ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଟୁର୍ଣ୍ଣାମେଣ୍ଟର ପରିଚାଳନାରେ ସହଯୋଗ କରିଥିଲେ।

banpur ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣପୁର ବାଣପୁରରେ ଆନ୍ତଃ ଉଚ୍ଚମାଧ୍ୟମିକ
Share. Facebook Twitter LinkedIn Email WhatsApp Copy Link

Related Posts

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବାଣପୁରରେ ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକାଙ୍କର ପ୍ରଶିକ୍ଷଣ ତାଲିମ ଶିବିର

August 2, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.