Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାମିଲ୍‌ଟ୍‌ନ୍‌ ଟି 20 : ନ୍ୟୁଜିଲ୍ୟାଣ୍ଡ ସମ୍ମୁଖରେ 180 ରନ୍‌ର ବିଜୟଲକ୍ଷ୍ୟ
ଆଜିର ଖବର

ହାମିଲ୍‌ଟ୍‌ନ୍‌ ଟି 20 : ନ୍ୟୁଜିଲ୍ୟାଣ୍ଡ ସମ୍ମୁଖରେ 180 ରନ୍‌ର ବିଜୟଲକ୍ଷ୍ୟ

January 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାମିଲଟନ୍‌ : ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଅନୁଷ୍ଠିତ ଟି20 ଶୃଙ୍ଖଳାର ତୃତୀୟ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ 179 ରନ୍‌ ସଂଗ୍ରହ କରିଛି । ସିରିଜରେ ଜୀବନ୍ତ ରହିବା ପାଇଁ କର ବା ମର ମ୍ୟାଚ୍‌ରେ ବିଜୟ ପାଇଁ ନ୍ୟୁଜିଲ୍ୟାଣ୍ଡକୁ 180 ରନ୍‌ ଆବଶ୍ୟକ । ଭାରତ ପକ୍ଷରୁ ରୋହିତ ଶର୍ମା ସର୍ବାଧିକ 65 ରନ୍‌ ସଂଗ୍ରହ କରିଥିବା ବେଳେ କୋହଲି 38 ରନ୍‌ ସଂଗ୍ରହ କରିଥିଲେ । ରୋହିତ 40ଟି ବଲ୍‌ର ସମ୍ମୁଖୀନ ହୋଇ 6ଟି ଚୌକା ଏବଂ 3ଟି ଛକ୍କା ସହାୟତାରେ 65 ରନ୍‌ ସଂଗ୍ରହ କରିଥିଲେ । କୋହଲି 27ଟି ବଲ୍‌ର ସମ୍ମୁଖୀନ ହୋଇ 2 ଚୌକା ଏବଂ 1 ଛକ୍କା ସହାୟତାରେ 38 ରନ୍‌ ସଂଗ୍ରହ କରିଥିଲା । ଦୁଇ ଓପନର ଓଭର ପିଛା 12 ରନ୍‌ ହାରରେ ରନ୍‌ ସଂଗ୍ରହ କରୁଥିବା ବେଳେ ଭାରତ 200 ରନ୍‌ ଅତିକ୍ରମ କରିବାର ଆଶା କରାଯାଉଥିଲା । ମାତ୍ର କ୍ରମାଗତ ଓ୍ବିକେଟ ପତନ ସହିତ ଦଳର ରନ୍‌ ହାର ଧୀମେଇ ଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ କେ ଏଲ୍‌ ରାହୁଲ(27), ଶ୍ରେୟସ ଆୟାର(17) ଏବଂ ମନୀଷ ପାଣ୍ଡେ (14*)ର ଉପଯୋଗୀ ଇନିଂସ ଖେଳିଥିଲେ । ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ହାମିଶ ବେନେଟ୍‌ 54 ରନ୍‌ରେ 3ଟି ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ଦୁଇ ସ୍ପିନର ଇସ୍‌ ସୋଧୀ ଏବଂ ମିଚେଲ ସାଣ୍ଟନର ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସୀ)

HAMILTONT20 india nz rohitsharma
Share. Facebook Twitter LinkedIn Email WhatsApp Copy Link

Related Posts

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026
Latest News

ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ

March 21, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 21, 2026

କୃଷି କ୍ଷେତ୍ରର ସମୀକ୍ଷା: ଫସଲ କ୍ଷତି ଓ ବୀମା ଦାବି ଉପରେ ଶିବରାଜ ସିଂହ ଚୌହାନଙ୍କ ଗୁରୁତ୍ୱ

March 21, 2026

‘‘ବିକାଶ ଓ ଭାରତୀୟ ଜ୍ଞାନପ୍ରଣାଳୀ ଉପରେ ପୁନର୍ବିଚାର: ଏକ ସମାଜ ଶାସ୍ତ୍ରୀୟ ପ୍ରତିଫଳନ’’ ଶୀର୍ଷକ ଅର୍ନ୍ତଜାତୀୟ ସମ୍ମିଳନୀ

March 21, 2026

ଆଜି ମାର୍ଚ୍ଚ ୨୧ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.