Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»74 ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କ୍ରୀଡ଼ାବିତ୍‌
ଆଜିର ଖବର

74 ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କ୍ରୀଡ଼ାବିତ୍‌

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ଆଜି ଦେଶବ୍ୟାପୀ 74ତମ ସ୍ବାଧୀନତା ଦିବସ ପାଳନ ହେଉଛି । ସ୍ବାଧୀନତା ଦିବସ ଅବସରରେ କ୍ରୀଡାବିତ୍‌ମାନେ ଦେଶବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି । ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି, ଅଲମ୍ପିକ୍ସ ପଦକ ବିଜୟିନୀ ସାକ୍ଷୀ ମଲ୍ଲିକ, ସୁନୀଲ ଛେତ୍ରୀ ପ୍ରମୁଖ ଟ୍ୱିଟ୍ଟର ଜରିଆରେ ଦେଶବାସୀଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି ।

ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଅଭିନନ୍ଦନ,ଦେଶବାସୀଙ୍କୁ ଭଗବାନ ସୁରକ୍ଷିତ ରଖନ୍ତୁ ଏବଂ ଯେଉଁମାନେ ମହାମାରୀ ସମୟରେ ନିଜର ପରିବାରଠୁ ଦୂରରେ ରହି ଆମର ସୁରକ୍ଷାରେ ବ୍ୟସ୍ତ ଅଛନ୍ତି ସେମାନଙ୍କୁ ସ୍ୱାଧୀନତା ଦିବସର ଅଭିନନ୍ଦନ ବୋଲି ଭାରତୀୟ ଅଧିନାୟକ କୋହଲି ଟ୍ୱିଟ୍ କରିଛନ୍ତି ।

ଆମ ଦେଶର ବିବିଧତା ହିଁ ଆମର ଶକ୍ତି ଏହାକୁ ନେଇ ଆମକୁ ସଶକ୍ତ ହେବା ଉଚିତ। ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଅଭିନନ୍ଦନ ବୋଲି ଫୁଟବଲର ସୁନୀଲ ଛେତ୍ରୀ ଟ୍ୱିଟ କରିଛନ୍ତି । ଅନେକ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନରୁ ଆମେ ଆଜି ସ୍ୱାଧୀନ, ପ୍ରତ୍ୟେକ ଭାରତୀୟଙ୍କୁ ସ୍ୱାଧୀନତା ଦିବସର ଅଭିନନ୍ଦନ ବୋଲି ଅଲମ୍ପିକ୍ସ ପଦକ ବିଜୟିନୀ କୁସ୍ତି ଯୋଦ୍ଧା ସାକ୍ଷୀ ମଲ୍ଲିକ ଟ୍ୱିଟ୍ କରିଥିଲେ ।

ସେହିପରି ମାଷ୍ଟର ବ୍ଲାଷ୍ଟର ସଚିନ୍‌ ସାରା ଦେଶବାସୀଙ୍କ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହିତ ଏକ ଭିଡିଓ ସେୟାର କରିଛନ୍ତି । ଏମାନଙ୍କ ବ୍ୟତୀତ ଟେନିସ ଷ୍ଟାର ସାନିଆ ମିର୍ଜା, ସୁମିତ ନାଗଲ, ଜ୍ୱାଲା ଗୁଟ୍ଟା ଏବଂ ରୋହିତ ଶର୍ମା ମଧ୍ୟ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଥିଲେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026

“FCRA ବିଲ୍ ପ୍ରତ୍ୟାହାର କରାଯିବା ଉଚିତ”: କେନ୍ଦ୍ର ଉପରେ ଆକ୍ରମଣ କଲେ ଚିଦମ୍ବରମ୍

August 12, 2026

ତାମିଲନାଡୁରେ ସୀମା ନିର୍ଦ୍ଧାରଣ ବିରୋଧରେ ପ୍ରସ୍ତାବ?: ମୁଖ୍ୟମନ୍ତ୍ରୀ ବିଜୟ କହିଲେ…

August 12, 2026
Latest News

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026

“FCRA ବିଲ୍ ପ୍ରତ୍ୟାହାର କରାଯିବା ଉଚିତ”: କେନ୍ଦ୍ର ଉପରେ ଆକ୍ରମଣ କଲେ ଚିଦମ୍ବରମ୍

August 12, 2026

“ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.