ପୂର୍ବତନ କ୍ରିକେଟର ତଥା ଉତ୍ତର ପ୍ରଦେଶର ମନ୍ତ୍ରୀ ଚେତନ ଚୌହାନଙ୍କ ପରଲୋକ

Published: Aug 16, 2020, 6:24 pm IST

ନୂଆଦିଲ୍ଲୀ : ପୂର୍ବତନ ଭାରତୀୟ କ୍ରିକେଟର ତଥା ଉତ୍ତରପ୍ରଦେଶର କ୍ୟାବିନେଟ୍‌ ମନ୍ତ୍ରୀ ଚେତନ ଚୌହାନ ଆଉ ନାହାଁନ୍ତି । କିଡ୍‌ନୀ ସଂକ୍ରମଣ ଯୋଗୁଁ ଗୁରୁତର ହେବା ପରେ ତାଙ୍କୁ ଗୁରୁଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗତ ମାସରେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । କିନ୍ତୁ ପରେ କରୋନାରୁ ସୁସ୍ଥ ହୋଇଥିଲେ।

ଚେତନ ଚୌହାନ ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ)ରେ ବିଭିନ୍ନ ପଦବୀରେ କାର୍ଯ୍ୟ କରିଛନ୍ତି । ସେ ଡିଡିସିଏର ସଭାପତି, ଉପସଭାପତି, ସଚିବ, ମୁଖ୍ୟ ଚୟନକର୍ତ୍ତା ଭାବେ କାମ କରିଥିଲେ । ଏପରିକି ଭାରତୀୟ କ୍ରିକେଟ ଟିମର ଅଷ୍ଟ୍ରେଲିଆ ଗସ୍ତ କାଳରେ ପରିଚାଳକ ଦାୟିତ୍ୱ ତୁଲାଇଥିଲେ ।  ସେ 1981 ମସିହାରେ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। (ଏଜେନ୍ସି)

Related posts