Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ବିକାଶ ପାଇଁ ଖର୍ଚ୍ଚ ହେବ 12 କୋଟି ଟଙ୍କା: କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ
ଖେଳ

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ବିକାଶ ପାଇଁ ଖର୍ଚ୍ଚ ହେବ 12 କୋଟି ଟଙ୍କା: କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ

September 15, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ବିକାଶ ପାଇଁ ଖର୍ଚ୍ଚ ହେବ 12.02 କୋଟି ଟଙ୍କା: କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ

ନୂଆଦିଲ୍ଲୀ, ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଉନ୍ନୟନ କାର୍ଯ୍ୟ କରାଯିବ। ଦେଶରେ ପ୍ରଥମ ପର୍ଯ୍ୟାୟରେ ଯେଉଁ 8ଟି ଖେଲୋ ଇଣ୍ଡିଆ ରାଜ୍ୟ ଉତ୍କର୍ଷ କେନ୍ଦ୍ରର ବିକାଶ କରାଯିବ ସେଥିମଧ୍ୟରେ କଳିଙ୍ଗ ଷ୍ଟାଡିୟମ ଅନ୍ତର୍ଭୁକ୍ତ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସମେତ 8ଟି ଏଭଳି କେନ୍ଦ୍ରକୁ ବଛାଯାଇଛି । ଏହାଛଡା ମିଜୋରାମ, ତେଲଙ୍ଗାନା, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, କର୍ଣ୍ଣାଟକ ଓ କେରଳରେ ଏଭଳି ଗୋଟିଏ ଗୋଟିଏ କେନ୍ଦ୍ର ବିକଶିତ କରାଯିବ।

ଖେଲୋ ଇଣ୍ଡିଆ ଭାରତୀୟ କ୍ରୀଡ଼ା ପ୍ରାଧିକରଣର ଏକ ପ୍ରମୁଖ କାର୍ଯ୍ୟକ୍ରମ ଏବଂ ଏହା ମାଧ୍ୟମରେ ପ୍ରତିଭା ଚିହ୍ନଟ ଓ ତାହାର ବିକାଶ କାର୍ଯ୍ୟକ୍ରମ ବ୍ୟବସ୍ଥା କାର୍ଯ୍ୟକାରୀ ହେଉଛି । କଳିଙ୍ଗ ଷ୍ଟାଡିୟମର ବିକାଶ ପାଇଁ 12.02 କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ 4 ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଶେଷ ହେବ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତୀ ଶ୍ରୀ କିରେନ୍‌ ରିଜିଜୁ କହିଛନ୍ତି ।

ଏହି ଷ୍ଟାଡିୟମର ବିକାଶ ପାଇଁ ଯେଉଁସବୁ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେବ ସେଥିରେ ଭିତ୍ତିଭୂମି ଉନ୍ନୟନ, କ୍ରୀଡା ବିଜ୍ଞାନ କେନ୍ଦ୍ର ସ୍ଥାପନ, ଉତ୍କୃଷ୍ଟମାନର ପ୍ରଶିକ୍ଷକ ନିଯୁକ୍ତି, କ୍ରୀଡ଼ା ବିଜ୍ଞାନ ମାନବ ସମ୍ବଳ ବା ଫିଜିଓଥେରାପିଷ୍ଟ ତଥା ସାମର୍ଥ୍ୟ ଓ ବ୍ୟବସ୍ଥା ବିଶେଷଜ୍ଞ  ଆଦି ଏଥିରେ ଅନ୍ତର୍ଭୁକ୍ତ। ଏହି ବିକାଶ ଯୋଜନାରେ କ୍ରୀଡାବିତ୍‌ମାନଙ୍କୁ ଉଚ୍ଚମାନର ଉପକରଣ ଯୋଗାଇ ଦିଆଯିବ ଏବଂ ଏକାଡେମୀରେ ହାଇପରଫର୍ମାନ୍ସ ମ୍ୟାନେଜରମାନଙ୍କ ଜରିଆରେ କ୍ରୀଡା ବିଜ୍ଞାନ ଏବଂ ପ୍ରଦର୍ଶନ ପରିଚାଳନା କ୍ଷେତ୍ରରେ ଉତ୍ତମମାନ ନିଶ୍ଚିତ କରିବା ପାଇଁ ଉଦ୍ୟମ କରାଯିବ ବୋଲି ସେ କହିଛନ୍ତି।

କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପ୍ରାଦେଶିକ ସହଯୋଗରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଥିବା କ୍ରୀଡା ଭିତ୍ତିଭୂମିର ବିକାଶ କାର୍ଯ୍ୟ ଅଂଶୀଦାରୀଭିତ୍ତିରେ କାର୍ଯ୍ୟକାରୀ କରୁଛନ୍ତି। ଏଥିପାଇଁ ଖେଲୋ ଇଣ୍ଡିଆ ରାଜ୍ୟ ଉତ୍କର୍ଷ କେନ୍ଦ୍ରମାନ ପ୍ରତିଷ୍ଠା କରାଯାଉଛି। ମୋଟାମୋଟିଭାବେ ଏହି ଯୋଜନାର ଲକ୍ଷ୍ୟ ହେଲା ସମଗ୍ର ଦେଶରେ ଏକ ଦୃଢ ଓ ବ୍ୟବସ୍ଥିତ କ୍ରୀଡା ଭିତ୍ତିଭୂମି ସୃଷ୍ଟି କରିବା।

ପ୍ରତ୍ୟେକ କ୍ରୀଡା ଉତ୍କର୍ଷ କେନ୍ଦ୍ରରେ ଅଲିମ୍ପିକ୍‌ ଖେଳକୁଦକୁ ପ୍ରୋତ୍ସାହତ କରାଯିବ । ପ୍ରତ୍ୟେକ ରାଜ୍ୟ ଉତ୍କର୍ଷ କେନ୍ଦ୍ରରେ ସର୍ବାଧିକ 3 ପ୍ରକାର ଏଭଳି ଖେଳକୁ ପ୍ରୋତ୍ସାହନ ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ସମଗ୍ର ଦେଶରେ ଏହି ଉକ୍ରର୍ଷ କେନ୍ଦ୍ର ମାଧ୍ୟମରେ 14ଟି ଅଲିମ୍ପିକ୍‌ କ୍ରୀଡା ପାଇଁ ଅଭ୍ୟାସ ଓ ଅନ୍ୟାନ୍ୟ ପ୍ରୋତ୍ସାହନ ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଛି ।

କେନ୍ଦ୍ର କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ଶ୍ରୀ ରିଜିଜୁ କହିଛନ୍ତି ଯେ ଦେଶରେ ଏକ ଦୃଢ ଭିତ୍ତିଭୂମି ସ୍ଥାପନ କରିବାକୁ ଏହି ପଦକ୍ଷେପ ନିଆଯାଇଛି। ଅଲିମ୍ପିକ୍‌ ପଦକ ଜିତିବା ଭଳି କ୍ରୀଡାବିତ୍‌ ସୃଷ୍ଟି କରିବା ଏହାର ଲକ୍ଷ୍ୟ।  କ୍ରୀଡାବିତ୍‌ଙ୍କ ଅଭ୍ୟାସ ପାଇଁ ଏସବୁ କେନ୍ଦ୍ରରେ ଅତ୍ୟାଧୁନିକ ସୁବିଧା ସୁଯୋଗ ସୃଷ୍ଟି କରାଯିବ ଏବଂ ଅଭ୍ୟାସ ପାଇଁ କ୍ରୀଡାବିତ୍‌ଙ୍କୁ ବିଶ୍ୱସ୍ତରୀୟ ସୁବିଧା ସୁଯୋଗ ଯୋଗାଇ ଦିଆଯିବ।

2028ରେ ଅନୁଷ୍ଠିତ ହେବାକୁ ଥିବା ଅଲିମ୍ପିକ୍‌ କ୍ରୀଡାରେ ଭାରତ ଯେପରି ପଦକ ତାଲିକାରେ ଶ୍ରେଷ୍ଠ 10ଟି ଦେଶ ମଧ୍ୟରେ ରହେ ସେହି ଲକ୍ଷ୍ୟ ରଖି ଏହି ଉଦ୍ୟମ ଆରମ୍ଭ ହୋଇଛି ବୋଲି ସେ କହିଛନ୍ତି ।

କଳିଙ୍ଗ ଷ୍ଟାଡିୟମ କିରେନ ରିଜିଜୁ ଖେଲୋ ଇଣ୍ଡିଆ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଉଭୟ ଇନିଂସରେ ଗୋଟିଏ ବି ରନ ନାହିଁ: ୧୩୧ ବର୍ଷ ପରେ ଇତିହାସ ରଚିଲେ ମାନବ ସୂତାର

September 12, 2026

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026
Latest News

ଉଭୟ ଇନିଂସରେ ଗୋଟିଏ ବି ରନ ନାହିଁ: ୧୩୧ ବର୍ଷ ପରେ ଇତିହାସ ରଚିଲେ ମାନବ ସୂତାର

September 12, 2026

ପ୍ରଧାନମନ୍ତ୍ରୀ ମାନଧନ ଯୋଜନା ପାଇଁ କିପରି ଆବେଦନ କରିବେ?: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

September 12, 2026

ସୁନା ଓ ରୂପା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

September 12, 2026

ନନ୍ଦନକାନନକୁ ଗୁଜରାଟ ବନ୍ତାରାରୁ ଆସିଲେ ୭ ପ୍ରଜାତିର ନୂଆ ଅତିଥି

September 12, 2026

ବ୍ରିକ୍ସ ପ୍ଲାଟଫର୍ମରୁ ମହିନ୍ଦ୍ରାଙ୍କୁ ପ୍ରଶଂସା କଲେ ପୁଟିନ୍: ଜାଣନ୍ତୁ କାହିଁକି?

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.