Categories
ଆଜିର ଖବର ଧର୍ମ

ଚାଣକ୍ୟ ନୀତି: ଆପଣଙ୍କ ଜୀବନରେ ଏହି ବ୍ୟକ୍ତିମାନଙ୍କୁ କେବେ ବି ବିଶ୍ବାସ କରନ୍ତୁ ନାହିଁ

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେଉଁ ଲୋକଙ୍କୁ କେବେ ବି ବିଶ୍ବାସ କରିବ ନାହିଁ ତାହାର ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତି ଅନୁସାରେ ଯେଉଁମାନେ ସାକ୍ଷାତରେ ସବୁବେଳେ ମିଠା କଥା କହନ୍ତି ସେମାନଙ୍କୁ ବର୍ଜନ କରନ୍ତୁ। କାରଣ ମିଠା କଥା କହି ଆପଣଙ୍କ ବିଶ୍ବାସକୁ ସେମାନେ ହରଣ କରନ୍ତି। ଆଉ ଠିକ୍ ସମୟରେ ପଛରୁ ଛୁରାଘାତ କରିଥାନ୍ତି। ଏହି ଶ୍ରେଣୀର ଲୋକେ ଆପଣଙ୍କୁ ବିଶ୍ବାସ ଜନ୍ମମାଇ ଆପଣଙ୍କର ଗୁପ୍ତ କଥା ହାତେଇ ନିଅନ୍ତି। ପରବର୍ତ୍ତି ସମୟରେ ଆପଣଙ୍କୁ ଘାଟାରେ ପକାନ୍ତି।

ସେଥିପାଇଁ ମିଷ୍ଟଭାଷୀ ଲୋକଙ୍କଠାରୁ ସବୁବେଳେ ଦୂରେଇ ରହନ୍ତୁ। କଦାପି ସେମାନଙ୍କୁ ବିଶ୍ବାସକୁ ନିଅନ୍ତୁ ନାହିଁ। ହଁ ଆପଣ ତାଙ୍କ ସହିତ ସଂପର୍କ ରଖିପାରନ୍ତି, ହେଲେ ଗଭୀର ସଂପର୍କ ରଖନ୍ତୁ ନାହିଁ। ଏମାନେ ହେଉଛନ୍ତି ପୂର୍ଣ ବିଷ ମାଠିଆ ଉପରେ ଥିବା କିଛି ଅମୃତ ସଦୃଶ୍ୟ।

Categories
ଆଜିର ଖବର ଧର୍ମ

ଚାଣକ୍ୟ ନୀତି: ଆପଣ ପୃଥିବୀରେ ଥିଲେ ମଧ୍ୟ ସ୍ବର୍ଗ ସୁଖ ଲାଭ କରି ପାରିବେ, ଜାଣନ୍ତୁ କିପରି

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ସ୍ବର୍ଗ ସୁଖ ଲାଭ କରୁଥିବା ବ୍ୟକ୍ତିଙ୍କ ସଂପର୍କରେ ଉଲ୍ଲେଖ କରିଛନ୍ତି। ତାଙ୍କ ମତରେ ପୃଥିବୀରେ ବାସ କରୁଥିବା ଲୋକେ ସ୍ବର୍ଗ ସୁଖ ମଧ୍ୟ ପାଇଥାନ୍ତି। ତେବେ ସମସ୍ତେ ନୁହଁନ୍ତି। କିଛି ଲୋକ ଅଛନ୍ତି ଯେଉଁମାନେ ଏହି ଭାଗ୍ୟଶାଳୀ ଗୋଷ୍ଠୀରେ ଆସୁଛନ୍ତି।

ଚାଣକ୍ୟ ନୀତିରେ ରହିଛି ଯେ ଯାହାଙ୍କ ସନ୍ତାନର ପିତୃଭକ୍ତି ରହିଛି, ଯାହାର ଦାମ୍ପତ୍ୟ ଜୀବନ ମଧୁର ଅଛି, ଯିଏ ନିଜ ଧନସଂପତ୍ତିରେ ସନ୍ତୁଷ୍ଠ ଅଛି ସେ ସ୍ବର୍ଗ ସୁଖ ଲାଭ କରିପାରିବ। ଅର୍ଥାତ ଆପଣଙ୍କର ପିଲାମାନେ ଯଦି ଦୁଷ୍ଟ ନ ହୋଇ ପିତୃଭକ୍ତ ହେବେ ତେବେ ଆପଣଙ୍କର କୌଣସି ଚିନ୍ତା ରହିବ ନାହିଁ। ସେହିପରି ଆପଣଙ୍କ ଧର୍ମପତ୍ନୀଙ୍କ ସହିତ ଯଦି ଭଲ ସଂପର୍କ ଅଛି ତେବେ ସୁଖରେ ରହିବେ। କାରଣ ପତିପତ୍ନୀ ମଧ୍ୟରେ ଯଦି ଅପଡ ହେଲା ତେବେ ସେହି ଘରେ ସବୁବେଳେ କଳିଝଗଡା ଲାଗି ରହିବ।

ସେହିପରି ସଂପତ୍ତି ପ୍ରତି ଯଦି ଲୋଭ ରହିଲା ତେବେ ଆପଣଙ୍କର ସୁଖ ଚାଲିଗଲା ବୋଲି ଭାବି ନିଅନ୍ତୁ। କାରଣ ସଂପତ୍ତି ଲୋଭ ହିଁ ଦୁଃଖର ଅନ୍ୟତମ କାରଣ। ସେଥିପାଇଁ ଭଗବାନ ଯେତିକି ସଂପତ୍ତି ଦେଇଛନ୍ତି ବା ଦେଉଛନ୍ତି ତାହାକୁ ନେଇ ସନ୍ତୁଷ୍ଠ ରୁହନ୍ତୁ। ଅସତ୍ ଉପାୟରେ ସଂପତ୍ତି ଅର୍ଜନ କଲେ ପରିମାଣ ବଢିପାରେ ହେଲେ ସୁଖ ରହିବ ନାହିଁ।

Categories
ଆଜିର ଖବର ଧର୍ମ ବ୍ୟବସାୟ

ଆଶ୍ଚର୍ଯ୍ୟ କଥା, ଚାଣକ୍ୟ ନୀତିରେ ରହିଛି ଆପଣ କଣ କଲେ କାମରେ ସଫଳ ହେବେ, ଜାଣନ୍ତୁ

ନୂଆଦିଲ୍ଲୀ, ଚାଣକ୍ୟ ନୀତିରେ ଏପରି ଅନେକ କଥା ଉଲ୍ଲେଖ କରାଯାଇଛି ଯାହା ଆମର ଦୈନ୍ୟନ୍ଦିନ ଜୀବନରେ ବେଶ୍ ଗୁରୁତ୍ବ ବହନ କରେ। ଆଉ ଆଚାର୍ଯ୍ୟ ଚାଣକ୍ୟଙ୍କ କଥା ସତ ବୋଲି ମଧ୍ୟ ପ୍ରମାଣିତ ହୋଇଥାଏ। ଏହି ପରିପ୍ରେକ୍ଷୀରେ ଆଚର୍ଯ୍ୟ କହିଛନ୍ତି ଯେ, ଜଣେ ମଣିଷ ତାହାର କାମକୁ କଣ କଲେ ସେ ସଫଳତା ହାସଲ କରିପାରି।

ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, ତେବେ ତାହା ସଫଳ ହେବା ପରେ କୁହନ୍ତୁ। ଆପଣଙ୍କ କାମ ଶେଷ ନ ହେବା ପୂର୍ବରୁ ଯଦି ପ୍ରଘଟ କଲେ ତେବେ ତାହା ଆଉ ହେବ ନାହିଁ। ସେଥିପାଇଁ ଚାଣକ୍ୟ କହିଛନ୍ତି ଆପଣଙ୍କ କାମ ଗୋପନରେ କରନ୍ତୁ। ଏହି କାମରେ ଯଦି କାହାର ଆବଶ୍ୟକତା ଥାଏ ତେବେ ତାଙ୍କ ସହିତ ଆଲୋଚନା କରନ୍ତୁ। କିନ୍ତୁ ଅନ୍ୟ କାହା ସହିତ ନୁହେଁ।

ଆଚାର୍ଯ୍ୟ ଚାଣକ୍ୟ ଆଉ ଏକ କଥା କହିଛନ୍ତି। ତାହା ହେଲା ଯଦି କୌଣସି କାମ ପୂର୍ବରୁ ଆପଣ ପ୍ରଘଟ କଲେ ଏବଂ କାମଟି ପରେ ବିଫଳ ହେଲା, ତେବେ ଆପଣ ଲୋକହସା ହେବେ। ଆପଣଙ୍କ କାମଟି ସଫଳ ହେବେ କି ନାହିଁ ତାହା କେହି କହିପାରିବେ ନାହିଁ। ସେଥିପାଇଁ ଚାଲାକ ବ୍ୟକ୍ତି କେବେ ବି ନିଜର କାମ ସଫଳ ବା ସଂପୂର୍ଣ୍ଣ ନ ହେବା ପୂର୍ବରୁ କାହାକୁ କହେ ନାହିଁ।

Categories
ଆଜିର ଖବର ମତାମତ ସଂସ୍କୃତି

ଚାଣକ୍ୟ ନୀତି: ଏହି ଛଅଟି କ୍ଷେତ୍ରରେ ଯେଉଁମାନେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ

ନୂଆଦିଲ୍ଲୀ, ଆପଣଙ୍କ ଜୀବନରେ ପ୍ରକୃତ ବନ୍ଧୁର ବହୁ ଆବଶ୍ୟକତା ରହିଛି। ହେଲେ ପ୍ରକୃତ ବନ୍ଧୁ କିଏ, ସେମାନେ କିପରି ହେବା ଉଚିତ୍ ? ଏ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ବିସ୍ତୁତ କଥା ବର୍ଣ୍ଣନା କରିଛନ୍ତି। ଚାଣକ୍ୟଙ୍କ ମତରେ ଛଅଟି କ୍ଷେତ୍ରରେ ଯେଉଁମାନେ ଆପଣଙ୍କ ପାଖରେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ।

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି, ଅସୁସ୍ଥତା ସମୟରେ, ଦୁଃଖ ଦୁର୍ଦ୍ଦିନ ସମୟରେ, ଖାଦ୍ୟାଭବ ସମୟରେ, ଶତ୍ରୁଙ୍କ ଦ୍ବାରା ବିପଦରେ ପଡିଥିବା ସମୟରେ, ସରକାରୀ କ୍ଷେତ୍ରରେ ଏବଂ ମଶାଣୀ ଭୂମିରେ ଯେ ରହିବ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ।

ଆପଣଙ୍କର ପ୍ରକୃତ ବନ୍ଧୁ ଆପଣଙ୍କର କିମ୍ବା ପରିବାରର କାହାର ଦେହ ଖରାପ ହେଲେ ସେମାନେ ସମସ୍ତ ସାହାର୍ଯ୍ୟ କରିବାକୁ ଆଗେଇ ଆସନ୍ତି। ଦୁଃଖ ସମୟରେ ଦୂରେଇ ନ ଯାଇ ପାଖେ ପାଖେ ରହି ମନୋବଳକୁ ବଢାଇବା ବ୍ୟକ୍ତି ପ୍ରକୃତ ବନ୍ଧୁ। ସେହିପରି ସରକାରୀ କାମ ଅର୍ଥାତ ମାଲିମକଦ୍ଦମା, ପୋଲିସ ଆଦି କାର୍ଯ୍ୟରେ ଯେ ସାହାର୍ଯ୍ୟ କରେ ସେ ପ୍ରକୃତ ବନ୍ଧୁ।

ପ୍ରକୃତ ବନ୍ଧୁ ହେଉଛନ୍ତି ସିଏ ଯିଏ କି ଦୁଃଖ ଦୁର୍ଦ୍ଦିନ ସହିତ ମଶାଣୀ ଭୂମିରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳେ। ଯଦି ପରିବାରର କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥାଏ ତେବେ ପ୍ରକୃତ ବନ୍ଧୁ ଆପଣଙ୍କ ପାଖେପାଖେ ରହି ଆପଣଙ୍କୁ ସାନ୍ତନ୍ବା ଦେବେ।

ସେଥିପାଇଁ ଚାଣକ୍ୟ କହିଛନ୍ତି

ଆତୁରେ ବ୍ୟସନେ ପ୍ରାପ୍ତେ ଦୁର୍ଭିକ୍ଷେ ଶତ୍ରୁ ସଙ୍କଟେ । ରାଜଦ୍ବାରେ ଶ୍ବଶାନେ ଚ ଯସ୍ତିଷ୍ଠତି ସ ବାନ୍ଧବଃ ।।

Categories
ଆଜିର ଖବର ବ୍ୟବସାୟ

ଚାଣକ୍ୟ ନୀତି: ବାସସ୍ଥାନ କରିବା ବେଳେ କେଉଁ ଚାରୋଟି ସ୍ଥାନ ବର୍ଜନ କରିବା ଉଚିତ

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବାସସ୍ଥାନ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଏପରି ଚାରୋଟି ସ୍ଥାନ ଅଛି ଯାହାକୁ ବର୍ଜନ କରିବା ଉଚିତ। ଅର୍ଥାତ ସେପରି ସ୍ଥାନରେ ବାସ କରିବା ଅନୁଚିତ। ସେହି ଚାରୋଟି ସ୍ଥାନ ହେଲା, ଯେଉଁ ସ୍ଥାନରେ ରହିଲେ ସମ୍ମାନ ମିଳିବ ନାହିଁ , ଯେଉଁଠି ଜୀବିକା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାରେ ବିଦ୍ୟା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାର ଲୋକେ ବନ୍ଧୁଭାବାପନ୍ନ ନୁହଁନ୍ତି। ଏପରି ସ୍ଥାନକୁ ବର୍ଜନ କରିବା ନିହାତି ଆବଶ୍ୟକ ବୋଲି ଚାଣକ୍ୟ କହିଛନ୍ତି।

ଆପଣଙ୍କ ବାସସ୍ଥାନ ଏପରି ହେବା ଉଚିତ ଯେଉଁଠାରେ ସମ୍ମାନର ସହ ବଞ୍ଚି ହେବ। ଯେଉଁଠାରେ ନିଜର ଏବଂ ପିଲାମାନଙ୍କର ଶିକ୍ଷା ପାଇଁ ସୁବିଧା ଥିବ। ଯଦି ନିଜ ପାଖରେ ପଢିବା ପାଇଁ କୌଣସି ବ୍ୟବସ୍ଥା ନାହିଁ ତେବେ ସେଠାରେ ରହିବା ଉଚିତ ନୁହେଁ। ଯେଉଁ ସ୍ଥାନରେ ଅଶିକ୍ଷିତ ଏବଂ ଅସଭ୍ୟମାନେ ଅଛନ୍ତି ସେହି ସ୍ଥାନରୁ ମଧ୍ୟ ଦୂରରେ ରୁହନ୍ତୁ। କାରଣ ସେସବୁ ପରିବେଶରେ ଆପଣ କିମ୍ବା ଆପଣଙ୍କ ପିଲାମାନେ କେବେ ବି ଭଲ ଶିକ୍ଷା ହାସଲ କରିପାରିବେ ନାହିଁ। ବଂର କୁଶିକ୍ଷା ମିଳିବାର ସମ୍ଭାବନା ବେଶୀ ଥାଏ।

ଚାଣକ୍ୟ ନୀତିରେ ରହିଛି-

ଯସ୍ମିନ୍ ଦେଶେ ନ ସମ୍ମାନୋ ନ ବୃତ୍ତିର୍ନ ଚ ବାନ୍ଧବାଃ । ନ ଚ ବିଦ୍ୟାଗମଃ କଶ୍ଚିତ୍ ତଂ ଦେଶଂ ପରିବର୍ଜୟେତ୍ ।।