Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବୈଧ ମାପ ଓ ଓଜନ ବିଭାଗ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରର ଡମଣା, ନୀଳାଦ୍ରୀ ବିହାର ମାଛ ମାର୍କେଟ, ଲେବର କଲୋନୀ, ସୁନ୍ଦରପଦା ଓ ହାଇଟେକ ଛକ ଅଞ୍ଚଳର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇ ଓଜନ ମାପର ସଠିକତା ଯାଞ୍ଚ କରାଯାଇଛି। ଏହି ଯାଞ୍ଚ ସମୟରେ ଲାଇସେନ୍ସ ନବୀକରଣ କରିନଥିବା ଅଭିଯୋଗରରେ ୯୩୦୯ଟଙ୍କା ଜରିମାନା ଆଦାୟ କରାଯାଇଥିବା ବେଳେ ଚାରୋଟି ଦୋକାନର ଓଜନ ମାପ ଉପକରଣକୁ ଜବତ କରାଯାଇଛି।

ଏଥିସହ ଯୋଗାଣ ବିଭାଗ ପକ୍ଷରୁ ସମ୍ପୃକ୍ତ ଅଂଚଳର ବିଭିନ୍ନ ଆଳୁ ଗୋଦାମ ଓ ଦୋକାନରେ ମଧ୍ୟ ଚଢ଼ାଉ କରାଯାଇଛି। ଅଧିକ ଦାମରେ ଆଳୁ ବିକୁଥିବା ଅସାଧୁ ବ୍ୟବସାୟୀଙ୍କୁ ସଚେତନତା କରାଯିବା ସହ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ କୁହାଯାଇଛି। ଗତକାଲି ୟୁନିଟ- ୧ ହାଟରେ ମଧ୍ୟ ଚଢ଼ାଉ କରାଯାଇଥିଲା।
ଏହି ଚଢ଼ାଉ ଅବସରରେ ଉଭୟ ବିଭାଗର ରାଜ୍ୟ ଓ ଭୁବନେଶ୍ୱର ମହାନଗର ନିଗମ ଅଂଚଳର ସମ୍ପୃକ୍ତ ଅଧିକାରୀ ମାନେ ସାମିଲ ହୋଇଥିଲେ।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ଆଳୁ ସଙ୍କଟ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଲେ ଯେ ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନୁରୋଧ କରିଥିଲେ।

ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।