Categories
ଆଞ୍ଚଳିକ

ଏମ୍ ରାମପୁର ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ଏମ ରାମପୁର ବ୍ଲକସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ,କଳାହାଣ୍ଡି ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ, ଏମ ରାମପୁର ବ୍ଲକ ଅଧ୍ୟକ୍ଷ ମନ୍ଦାକିନୀ ସିଂଦେଓ, ବି ଡି ଓ ବିନୟ କୁମାର ଭୋଇଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୮୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୬୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଏମ ରାମପୁର ବ୍ଲକର ଦୁଟା ଗ୍ରାମର ମୁରଲିଧର ସାହୁ ଙ୍କ ମା ଙ୍କ କାନ୍ଥ ପଡ଼ି ମୃତ୍ୟୁ ସହାୟତା ବାବଦକୁ ୧୦୦୦୦ ଟଙ୍କା ଏବଂ ଗୌଡ କର୍ଲାଖୁଣ୍ଟା ଗ୍ରାମର ଗୋଲାପି ଭୋଇ ଙ୍କୁ ତାଙ୍କ ଝିଅର ଚିକିତ୍ସା ସହାୟତା ବାବଦକୁ ୧୦୦୦୦ ଟଙ୍କା ରେଡକ୍ରସ ପାଣ୍ଠିରୁ ଅନୁମୋଦନ କରାଯାଇଥିଲା।