Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ସୋମବାରରେ ୨୪୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଆଶ୍ଚର୍ଯ୍ୟ ହେବେ ୩ଟି ସ୍ଥାନରେ ଅଛନ୍ତି ମାତ୍ର ୩ ଲେଖାଏଁ ପ୍ରାର୍ଥୀ

ଭୁବନେଶ୍ବର: ଆସନ୍ତାକାଲି ସୋମବାରରେ ଓଡିଶାରେ ହେବାକୁ ଥିବା ପ୍ରଥମ ନିର୍ବାଚନରେ ହେବ ନେତାଙ୍କ ଭାଗ୍ୟ ପରୀକ୍ଷା। ଏଥିରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମୋଟ ୩୭ ଜଣ ପ୍ରାର୍ଥୀ ରହିଛନ୍ତି । ସେମାନଙ୍କ ମଧ୍ୟରେ ପୁରୁଷ-୩୦ ଜଣ ଥିବା ବେଳେ ମହିଳା ପ୍ରାର୍ଥୀ ୭ ଜଣ ଅଛନ୍ତି।

ଏହି ସଂସଦୀୟ କ୍ଷେତ୍ରଗୁଡ଼ିକ ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୨୪୩ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେମାନଙ୍କ ମଧ୍ୟରେ ପୁରୁଷ ପ୍ରାର୍ଥୀଙ୍କ ସଂଖ୍ୟା ୨୧୪ ଥିବା ବେଳେ ମହିଳା ପ୍ରାର୍ଥୀ ୨୯ ଜଣ ରହିଛନ୍ତି।

କୋରାପୁଟ, କଳାହାଣ୍ଡି ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ୧୧ ଜଣ ଲେଖାଏଁ ପ୍ରାର୍ଥୀ ଏବଂ ନବରଙ୍ଗପୁରରେ ୪ ଜଣ ପ୍ରାର୍ଥୀ ରହିଛନ୍ତି। ଝରିଗାଁ, ନବରଙ୍ଗପୁର ଓ ଡେବୁଗାଁ ବିଧାନସଭା ପାଇଁ ସର୍ବନିମ୍ନ ୩ ଜଣ ଲେଖାଏଁ ପ୍ରାର୍ଥୀ ରହିଛନ୍ତି। ବ୍ରହ୍ମପୁର ବିଧାନସଭା କ୍ଷେତ୍ର ପାଇଁ ସର୍ବାଧିକ ୧୭ ପ୍ରାର୍ଥୀ ରହିଛନ୍ତି।