Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଦେବଗଡ ଜିଲ୍ଲାରୁ- ୮

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ – ୩

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୯୯

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୭

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୬

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୩୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୪୫ ଏବଂ ବର୍ତ୍ତମାନ ୧୮୦୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୪୬ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୪

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୩

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୭୨

ମୟୂରଭଞ୍ଜ ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୯

ଷ୍ଟେଟ ପୁଲରୁ- ୧୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୧୬୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୮୭୫ ଏବଂ ବର୍ତ୍ତମାନ ୧୭୯୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଦରମା ବୃଦ୍ଧି ଏବଂ ବିଭିନ୍ନ ଦାବି ନେଇ ଓଡ଼ିଶା ପେଟ୍ରୋଲ ଓ ଡ଼ିଜେଲ ପମ୍ପ କର୍ମଚାରୀଙ୍କ ବିକ୍ଷୋଭ

ଭୁବନେଶ୍ୱର: ସର୍ବନିମ୍ନ ୨୧ ହଜାର ଟଙ୍କା ଦରମା ବୃଦ୍ଧି, ମହାଙ୍ଗା ଭତ୍ତା ପ୍ରଦାନ ଏବଂ ଶ୍ରମିକ ଛଟେଇ ବନ୍ଦ ପ୍ରଦିବାଦରେ ଓଡ଼ିଶା ପେଟ୍ରୋଲ ଓ ଡ଼ିଜେଲ ପମ୍ପ କର୍ମଚାରୀ ସଂଘ ତରଫରୁ ଚନ୍ଦ୍ରଶେଖରପୁରସ୍ଥିତ ଭାରତୀୟ ତୈଳ ନିଗମ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିକ୍ଷୋଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ସୁରେଶ ଚନ୍ଦ୍ର ରାଉତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ତୈଳପମ୍ପର ଶ୍ରମିକ, ଶ୍ରମ କରି ଗରାଖମାନଙ୍କ ଠାରୁ ଦାୟିତ୍ୱର ସହ ତୈଳ ଦେଇ ଅର୍ଥ ସଂଗ୍ରହ କରନ୍ତି। ଯେଉଁ ଅର୍ଥରେ କମ୍ପାନୀ, ସରକାର ଏବଂ ଡ଼ିଲରମାନେ ଲକ୍ଷ ଲକ୍ଷ ଟଙ୍କା ଲାଭ ପାଆନ୍ତି। କିନ୍ତୁ ଗରିବ ତୈଳ ପମ୍ପ ର୍କମଚାରୀଟି ତାର ସ୍ୱଳ୍ପ ଦରମାରେ ନିଜ ପରିବାରର ଗୁଜୁରାଣ ମେଣ୍ଟାଇ ପାରେନାହିଁ।

ଆଜିର ଆକାଶଛୁଆଁ ଦରବୃଦ୍ଧିରେ ସେ ମଧ୍ୟ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ କିଣିପାରେ ନାହିଁ। ସହରରେ ରହି ଘରଭଡ଼ା ମଧ୍ୟ ଦେଇପାରେ ନାହିଁ, ପିଲାଙ୍କୁ ଠିକ୍ ଭାବେ ପାଠ ପଢାଇପାରେ ନାହିଁ। ଯାହାଫଳରେ ଦୈନନ୍ଦିନ ଜୀବନରେ କର୍ମଚାରୀଟି ଦୁଃଖକଷ୍ଟ ସତ୍ତ୍ୱେ ତୈଳପମ୍ପରେ କାର୍ଯ୍ୟ କରେ। ତେଣୁ ମହଙ୍ଗା ଭତ୍ତା ଏବଂ ସର୍ବନିମ୍ନ ୨୧୦୦ ଟଙ୍କା ଦରମା ବୃଦ୍ଧି ସହିତ ଇନ୍‌ସେନଟିଭ ପ୍ରଦାନ କରାଯାଉ। ଶ୍ରମିକମାନଙ୍କର ସୁରକ୍ଷା ଓ ସିଟି ଆଲାଉନ୍ସ ଏବଂ ସ୍ୱାସ୍ଥ୍ୟବୀମା ଯୋଗାଇ ଦେବାକୁ ଦାବି କରାଯାଇଛି।

ଭାରତୀୟ ତୈଳ ନିଗମ ଓଡ଼ିଶାରେ ଅନ୍ୟ ତୈଳ ନିଗମମାନଙ୍କର କୋର୍ଡ଼ିନେଟର ଅଟେ। ତେଣୁ ଭାରତୀୟ ତୈଳ ନିଗମ ଉପରୋକ୍ତ ଦାବିକୁ ଦୃଷ୍ଟିରେ ରଖି ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସଭାପତି ଶ୍ରୀ ରାଉତରାୟ ଆହ୍ୱାନ କରିଛନ୍ତି।

ଏହି ବିକ୍ଷୋଭରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ସାଧାରଣ ସମ୍ପାଦକ ପବିତ୍ର କୁମାର ଛାଟୋଇ, ଉପସଭାପତି ଶଙ୍କର ମାଝୀ, କୋଷାଧ୍ୟକ୍ଷ ଆର୍ତ୍ତବନ୍ଧୁ ସ୍ୱାଇଁ, ଜିତେନ୍ଦ୍ର ପଣ୍ଡା, ବାସୁଦେବ ସାହୁ, ପବିତ୍ର ସାମନ୍ତରାୟ, ସିଟୁର ସାଥୀ ପ୍ରଭାତ ପାଣିଗ୍ରାହୀ, ନୀଳକଣ୍ଠ ରଣା, ନବକିଶୋର ସାହୁ ପ୍ରମୁଖ ନେତୃତ୍ୱ ନେଇଥିଲେ। ଉକ୍ତ ବିକ୍ଷୋଭରେ ଶତାଧିକ ପମ୍ପ ଶ୍ରମିକମାନେ ଯୋଗ ଦେଇଥିଲେ।

ଶେଷରେ ଏକ ପାଞ୍ଚଜଣିଆ ପ୍ରତିନିଧି ଦଳ ସଭାପତି ଶ୍ରୀ ରାଉତରାୟଙ୍କ ନେତ୍ୱରେ ୫ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ତୈଳ କମ୍ପାନୀ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକଙ୍କୁ ପ୍ରଦାନ କରାଯାଇଥିଲା।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା ରାଜ୍ୟର ପ୍ରଥମ T ସେତୁ। ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି।

ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ। ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୮୬ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୮

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ – ୨

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୪

ମୟୂରଭଞ୍ଜ ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୮

ସୁନ୍ଦରଗଡ଼ ଜିଲ୍ଲାରୁ – ୭

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୨୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୭୦୧ ଏବଂ ବର୍ତ୍ତମାନ ୧୮୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ଓଡିଶାର ଉମରକୋଟ ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ  

ଭୁବନେଶ୍ୱର/ନବରଙ୍ଗପୁର: ଭାରତର ବୃହତମ ତଥା ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ନବରଙ୍ଗପୁର ଜିଲାର ଉମରକୋଟ ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହିତ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଉମରକୋଟର ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ୍ ଓ ସାମଗ୍ରୀ ଏବଂ ସୁଲଭ ମୂଲ୍ୟ ତଥା ଟଙ୍କାକୁ ଚାହିଁ ଉଚ୍ଚ ମୂଲ୍ୟ ପ୍ରଦାନ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ମହିଳା ପରିଧାନପୁରୁଷ ପରିଧାନପିଲାଙ୍କ ପରିଧାନ (କିଡ୍‌ସ ୱିୟର) ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୯୫୦୦ ବର୍ଗଫୁଟର ଷ୍ଟୋର ହେଉଛି ଉମରକୋଟର ପ୍ରଥମ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ଉଦ୍‌ଘାଟନୀ ଅଫର ରହିଛି। ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। ଏଥି ସହିତ ୨୯୯୯ ଟଙ୍କାର ସାମଗ୍ରୀ କ୍ରୟ ଉପରେ ଗ୍ରାହକମାନେ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ମାଗଣାରେ ପାଇପାରିବେ। ଗ୍ରାହକମାନଙ୍କୁ ଏକ ଅନନ୍ୟ ଫ୍ୟାଶନ୍ ଅନୁଭୁତିର ଆନନ୍ଦ ପ୍ରଦାନ କରିବା ପାଇଁ ସମ୍ପୂର୍ଣ୍ଣ ରହିଛି ଉମରକୋଟର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୭

ଦେବଗଡ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ – ୩

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡା ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୦୭

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୪

ଷ୍ଟେଟ ପୁଲରୁ- ୨୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୮୩୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୪୪୩ ଏବଂ ବର୍ତ୍ତମାନ ୧୮୯୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୯

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ – ୩

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୮

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ଼ ଜିଲ୍ଲାରୁ – ୯

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୬୪୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨୨୪ ଏବଂ ବର୍ତ୍ତମାନ ୧୯୨୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ସଂଧ୍ୟାରୁ ରାଜ୍ୟରେ ଶୀତର ପ୍ରକୋପ ବଢିବ, ଥରାଇବ ଦାରିଙ୍ଗିବାଡି

ଭୁବନେଶ୍ବର: ଆଜି ସଂଧ୍ୟାରୁ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇବାର ସମ୍ଭାବନା ସୃଷ୍ଟି ହୋଇଛି। ପାଣିପାଗ ବିଜ୍ଞାନୀଙ୍କ ଏହି ଅନୁମାନ କରିଛନ୍ତି। ସେମାନଙ୍କ ଅନୁସାରେ ବର୍ତ୍ତମାନ ରାଜ୍ୟରେ ଉତ୍ତର ଦିଗରୁ ଥଣ୍ଡା ତଥା ଶୁଷ୍କ ଜଳବାୟୁ ଲଗାତର ପ୍ରବେଶ କରିବାରେ ଲାଗିଛି। ଏହା ଧିରେଧିରେ ଶକ୍ତିଶାଳୀ ହେଉଥିବାରୁ ଆଜି ସଂଧ୍ୟାରୁ ଶୀତ ବଢିବାର ସମ୍ଭାବନା ରହିଛି ବୋଲି ଅନୁମାନ କରାଯାଉଛି।

ରାଜ୍ୟରେ ଗତକାଲିଠାରୁ ଶୀତର ପ୍ରକୋପ ଅଧିକ ଅନୁଭୂତ ହେବାରେ ଲାଗିଛି। ଗତକାଲି ରାଜ୍ୟର 22ଟି ସ୍ଥାନର ତାପମାତ୍ରା 15 ଡିଗ୍ରୀ ତଳେ ରହିଥିଲା। ଓଡିଶାର ସବୁଠାରୁ ଥଣ୍ଡାସ୍ଥାନ ଦାରିଙ୍ଗିବାଡିର ତାପମାତ୍ରା 7 ଡିଗ୍ରୀ ଭିତରେ ରହୁଛି। ପାଣିପାଗ ବିଭାଗ ଅନୁସାରେ ଗତକାଲି ରାଜ୍ୟର ତାପମାତ୍ର 1.5 ଡିଗ୍ରୀରୁ 3 ଡିଗ୍ରୀକୁ ହ୍ରାସ ପାଇଛି। ଶୀତ ସହିତ କେତେକ ସ୍ଥାନରେ ହାଲକା କୁହୁଡି ମଧ୍ୟ ଅନୁଭୂତ ହେବ ବୋଲି ଅନୁମାନ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୫୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୨୦

ଦେବଗଡ ଜିଲ୍ଲାରୁ- ୭

ଢେଙ୍କାନାଳ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୨

କଳାହାଣ୍ଡି ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୭୯

ମୟୂରଭଞ୍ଜ ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୨

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୪୭୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨ ଏବଂ ବର୍ତ୍ତମାନ ୧୯୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡ଼ିଶାରେ ନିର୍ମାଣ, ପୁନରୁଦ୍ଧାର ଓ ଉନ୍ନତିକରଣ ପ୍ରକଳ୍ପକୁ ମଞ୍ଜୁର କଲେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ 4 ଲେନ ବିଶିଷ୍ଟ କେସିଙ୍ଗା ଆରଓବି 4 ଲେନ ସଡ଼କ ପ୍ରକଳ୍ପ ନିର୍ମାଣକୁ ମଞ୍ଜୁରି ଦେଇଛନ୍ତି। ଓଡ଼ିଶାର କଳାହାଣ୍ଡି ଜିଲ୍ଲା କେସିଙ୍ଗାର 201 ନମ୍ବର ଜାତୀୟ ରାଜପଥ (ବର୍ତ୍ତମାନର ଜାତୀୟ ରାଜପଥ ସଂଖ୍ୟା 26)ର 176 କିମି ଠାରେ ଲେଭେଲ କ୍ରସିଂ ସଂଖ୍ୟା ଆରଭି-172 ପାଇଁ ଭୂମି ଅଧିଗ୍ରହଣକୁ ମଧ୍ୟ ମଞ୍ଜୁର କରାଯାଇଛି।  ଏହି ପ୍ରକଳ୍ପ ପାଇଁ 324.09 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ଏକାଧିକ ଟୁଇଟରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଗଡ଼କରୀ ସୂଚନା ଦେଇଛନ୍ତି ଯେ, ଆନ୍ଧ୍ରପ୍ରଦେଶର 30 ନମ୍ବର ଜାତୀୟ ରାଜପଥର ଦୁଇ ଲେନ ବିଶିଷ୍ଟ ପେଭଡ ସୋଲଜର ସହିତ 170+700ରୁ 234+567(ଡିଜାଇନ ପରିବର୍ତ୍ତନ) ଭାଗର ପୁନରୁଦ୍ଧାର ଏବଂ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ପାଇଁ 388.70 କୋଟି ଟଙ୍କା ଖର୍ଚ୍ଚ କରାଯିବ।

ଏହା ଛଡ଼ା ଆନ୍ଧ୍ରପ୍ରଦେଶ ଦେଇ ଯାଇଥିବା 42 ନମ୍ବର ଜାତୀୟ ରାଜପଥର ମୁଲାକାଲାଚେରୁଭୁ ଠାରୁ ମଦନାପଲ୍ଲୀ ସେକ୍ସନ ପର୍ଯ୍ୟନ୍ତ ସଡ଼କର ପୁନରୁଦ୍ଧାର ଏବଂ ଉନ୍ନତିକରଣ କରାଯିବ। ଇପିସି ମୋଡ଼ରେ ପେଭଡ ସୋଲଜର ସହିତ ଏହି ସଡ଼କକୁ 2 ଲେନରୁ 2/4 ଲେନ କରାଯିବ ଏବଂ ଏଥିପାଇଁ 480.10 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ମଧ୍ୟପ୍ରଦେଶରେ ସିଆରଆଇଏଫ ଯୋଜନା ଅଧୀନରେ 2021-22 ଆର୍ଥିକ ବର୍ଷରେ 600.13 କିମି ଲମ୍ବ 23ଟି ପ୍ରକଳ୍ପର ବିକାଶ କରାଯିବ। ଏଥିପାଇଁ 1814.90 କୋଟି ଟଙ୍କା ବଜେଟ ବ୍ୟୟବରାଦ କରାଯାଇଛି।

Categories
ବିଶେଷ ଖବର

କେନ୍ଦ୍ରାପଡା ଓ ଯାଜପୁରରେ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଯୋଜନାରେ ସାମିଲ ହେଲା ସାରା ଓଡିଶା

ଭୁବନେଶ୍ବର: ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତାର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ। ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି। କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି ସ୍ମାର୍ଟ କାର୍ଡ ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ ।ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା।

Categories
ଆଜିର ଖବର ଜାତୀୟ ଖବର

ଓଡିଶାରେ ମୁଣ୍ଡ ପିଛା ଆୟ ବୃଦ୍ଧି ପାଉଛି: ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର

ଭୁବନେଶ୍ବର: ଓଡିଶା ଗସ୍ତରେ ଆସିଥିବା ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଆଜି ରାଜ୍ୟ ସରକାର ସହିତ ବୈଠକ ଆରମ୍ଭ କରିଛନ୍ତି। ଏହି ବୈଠକରେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର, ସଦସ୍ୟ ଭି କେ ପଲ ଉପସ୍ଥିତ ଥିବା ବେଳେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଛନ୍ତି। ଏତଦବ୍ୟତୀତ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ଅନ୍ୟ ପଦାଧିକାରୀ ଉପସ୍ଥିତ ଅଛନ୍ତି। ତେବେ ଏହି ବୈଠକରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଵତନ୍ତ୍ର ଫୋକସ ରାଜ୍ୟ ସହ ଅନ୍ୟ ଦାବି ଉପସ୍ଥାପନ କରାଯିବା ନେଇ ସୂଚନା ରହିଛି।

କିନ୍ତୁ ଓଡିଶା ପହଞ୍ଚିବା ପରେ ନୀତି ଆୟୋଗ ଉପାଧ୍ୟକ୍ଷ ଏକ ବଡ ବୟାନ ଦେଇଥିଲେ। ଓଡିଶାରେ ମୁଣ୍ଡ ପିଛା ଆୟ ବୃଦ୍ଧି ପାଉଛି ବୋଲି ରାଜୀବ କୁମାର କହିଥିଲେ। ୨୦୧୧ ମସିହା ଠାରୁ ୨୦୨୦ ପର୍ଯ୍ୟନ୍ତ ଓଡିଶାର ମୁଣ୍ଡ ପିଛା ଆୟ ବୃଦ୍ଧି ପାଇଥିବା ନେଇ ସେ କହିଥିଲେ। ଦେଶ ତୁଳନାରେ ଏହା ଅଧିକ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୨୧୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୫

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୪

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୧୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୭

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୪

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୧୪୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୨୮ ଏବଂ ବର୍ତ୍ତମାନ ୧୯୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା

ଭୁବନେଶ୍ବର: ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି। ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି।

ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ। ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ। ତେଣୁ ସାଇବର ଅପରାଧ ତଥା ତଦ୍ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁର ରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ। ଏହା ଦ୍ଵାରା ଏହି ଥାନର ସଖ୍ୟା ୧୪ରେ ପହଞ୍ଚିଲା।

ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ। ସେଗୁଡିକ ହେଲା – କଟକ, ଭୁବବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଂଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ।

ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି। ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ଏ.ଏସ୍.ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ। ଏମାନଙ୍କ ବ୍ୟତୀତ ଫାଇନାନ୍ସ ଓ ଆକାଉଣ୍ଟ ଆନାଲିଷ୍ଟ  ଆଇଟି ଏକ୍ସପର୍ଟ, ଓ ସାଇବର ଫୋରେଂସିକ ଏକ୍ସପର୍ଟ ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି। ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୭୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୭

ଖୋର୍ଦ୍ଧା ଜିଲ୍ଲାରୁ- ୮୨

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୪

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୯୨୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୫୩୬ ଏବଂ ବର୍ତ୍ତମାନ ୧୯୦୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ସୁପରସୋନିକ କ୍ଷେପଣାସ୍ତ୍ର ସହାୟତାରେ ଟର୍ପେଡୋର ଓଡିଶାର ହ୍ୱିଲରଦୀପରୁ ସଫଳତାର ସହ ପରୀକ୍ଷଣ

ଭୁବନେଶ୍ବର: ପ୍ରତିରକ୍ଷା ଗବେଷଣା ଓ ବିକାଶ ପରଷଦ (ଡିଆରଡିଓ) ଦ୍ୱାରା ବିକଶିତ ସୁପରସୋନିକ କ୍ଷେପଣାସ୍ତ୍ର ଦ୍ୱାରା ସଂଚାଳିତ ଟର୍ପେଡୋ ପ୍ରଣାଳୀକୁ ଆଜି(୧୩-୧୨-୨୧) ଓଡିଶାର ହ୍ୱିଲର ଦୀପରୁ ସଫଳତାର ସହ ପରୀକ୍ଷା କରାଯାଇଛି। ଏଥିରେ  ଅତ୍ୟାଧୁନିକ କ୍ଷେପଣାସ୍ତ୍ର ଭିତିକ ଟର୍ପେଡୋ ସଞ୍ଚାଳନ ଅଭିଯାନରେ କ୍ଷେପଣାସ୍ତ୍ରର ସମ୍ପୂର୍ଣ୍ଣ ରେଞ୍ଜ ସାମର୍ଥ୍ୟ ମଧ୍ୟ ସଫଳତାର ସହ ପରକ୍ଷା କରାଯାଇଛି। ପାରମ୍ପରିକ ଟର୍ପେଡୋ ଦୂରତାଠାରୁ ଯଥେଷ୍ଟ ଅଧିକ, ଏହି ପଦ୍ଧତି ଅତ୍ୟାଧୁନିକ ବୁଡାଜାହାଜର  ଯୁଦ୍ଧ ସାମର୍ଥ୍ୟକୁ ଦୃଷ୍ଟିରେ ରଖି ବିକଶିତ ହୋଇଛି।

ଏହି ପରୀକ୍ଷାକୁ ସମ୍ପୂର୍ଣ୍ଣଭାବେ ଇଲେକ୍‌ଟ୍ରୋ ଅପଟିକ୍ ଟେଲିମାଟ୍ରି ପଦ୍ଧତି ଓ ବିଭିନ୍ନ ରେଂଜର ରାଡାର ଇତ୍ୟାଦି ଦ୍ୱାରା ଅନୁଶୀଳନ କରାଯାଇଥିଲା। ଏହି କ୍ଷେପଣାସ୍ତ୍ର ଭୂମିଗତ ଭ୍ରାମ୍ୟମାଣ ପ୍ରକ୍ଷେପକ ଯାନରୁ ଛଡାଯାଇଥିଲା।

ଅନେକ ଡିଆରଡିଓ ପରୀକ୍ଷାଗାର ଏପରି ଅତ୍ୟାଧୁନିକ କ୍ଷେପଣାସ୍ତ୍ର ପଦ୍ଧତି ବିକଶିତ କରୁଛନ୍ତି। ଏହାର ବିଭିନ୍ନ ଉପପ୍ରଣାଳୀ ବିକଶିତ କରିବା ନିମନ୍ତେ ଅନେକ ଶିଳ୍ପ ସଂସ୍ଥା ମଧ୍ୟ ସହାୟତା କରିଛନ୍ତି।

ଏହି ସୁପରସୋନିକ କ୍ଷେପଣାସ୍ତ୍ର ସଂଚାଳିତ ଟର୍ପେଡୋ ପଦ୍ଧିତର ସଫଳ ପରୀକ୍ଷା ପାଇଁ ପ୍ରତିରକ୍ଷାମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଏଥିରେ ସଂଶ୍ଳିଷ୍ଟ ବିଶେଷଜ୍ଞଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ଭବିଷ୍ୟତ ପାଇଁ ପ୍ରତିରକ୍ଷା ପଦ୍ଧତିର ଦେଶୀୟ ବିକାଶର ବଳିଷ୍ଠ ଉଦାହରଣ ବୋଲି ଶ୍ରୀ ସିଂ କହିଛନ୍ତି।

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଚିବ ତଥା ଡିଆରଡିଓ ଅଧ୍ୟକ୍ଷ ଡକ୍ଟର ଜି ସତୀଶ ରେଡ୍ଡୀ ଏଥିରେ ସଂଶ୍ଳିଷ୍ଟ ସମସ୍ତ ପ୍ରତିରକ୍ଷା ବିଶେଷଜ୍ଞଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ଭବିଷ୍ୟତରେ ପ୍ରତିରକ୍ଷା ବିଭାଗର ଆତ୍ମନିର୍ଭରଶୀଳତା ସହ ନୌସେନାର ଶକ୍ତି ବୃଦ୍ଧିରେ ସହାୟକ ହେବ ବୋଲି  କହିଛନ୍ତି।

Categories
PanchayatElection ଆଜିର ଖବର ରାଜ୍ୟ ଖବର

ଫେବୃଆରୀ ପ୍ରଥମ ସପ୍ତାହରେ ହେବ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ବର: ଆସନ୍ତା ବର୍ଷ ରାଜ୍ୟରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନ ଫେବୃଆରୀ ମାସ ୨୦୨୨ର ପ୍ରଥମ ସପ୍ତାହରେ ହେବ। ଏହି ମାସର ଶେଷ ଆଡକୁ ନିର୍ବାଚନ ତାରିଖ ଘୋଷଣା କରାଯିବ। ଆସନ୍ତା ୧୭ ତାରିଖରେ ଚୁଡାନ୍ତ ଭୋଟର ତାଲିକା ଘୋଷଣା ହେବ। ଏନେଇ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ଯାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୫

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୧

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୫

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ଼ ଜିଲ୍ଲାରୁ – ୧୦

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୭୫୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୩୬୫ ଏବଂ ବର୍ତ୍ତମାନ ୧୮୯୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୬୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୭

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୫

ଝାରସୁଗୁଡା ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୬

ମୟୂରଭଞ୍ଜ ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୫

ସୁନ୍ଦରଗଡ଼ ଜିଲ୍ଲାରୁ – ୧୦

ଷ୍ଟେଟ ପୁଲରୁ- ୨୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୫୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୧୩୨ ଏବଂ ବର୍ତ୍ତମାନ ୧୯୫୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୪

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୬

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୯

ପୁରୀ ଜିଲ୍ଲାରୁ- ୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୫

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୭

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୪୧୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୨୭ ଏବଂ ବର୍ତ୍ତମାନ ୨୦୦୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।