ଭୁବନେଶ୍ବର: ଆଜି ରାଜ୍ୟରୁ ୨୭୮୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୧୪୫ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୨୩୦ , ପୁରୀରୁ ୧୯୨, ମୟୂରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ବରରୁ ୭୮, କେନ୍ଦୁଝରରୁ ୭୬, ବରଗଡରୁ ୭୫, ଯାଜପୁରରୁ ୬୮, କୋରାପୁଟରୁ ୬୮, ଜଗତସିଂହପୁରରୁ ୬୪, ସମ୍ବଲପୁରରୁ ୬୨, ଭଦ୍ରକରୁ ୫୪, ଝାରସୁଗୁଡାରୁ ୫୦, ନବରଙ୍ଗପୁରରୁ ୪୫, ମାଲକାନଗିରିରୁ ୪୧, ସୋନପୁରରୁ ୩୬, ଢେଙ୍କାନାଳରୁ ୩୫, ବଲାଙ୍ଗିରିରୁ ୨୮, କନ୍ଧମାଳରୁ ୨୮, ନୂଆପଡାରୁ ୨୫, ସୁନ୍ଦରଗଡରୁ ୨୩, କଳାହାଣ୍ଡିରୁ ୧୮, ରାୟଗଡାରୁ ୧୮, ଗଜପତିରୁ ୧୭, କେନ୍ଦ୍ରାପଡାରୁ ୧୫, ନୟାଗଡରୁ ୧୨, ଅନୁଗୁଳରୁ ୯, ବୌଦ୍ଧରୁ ୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଆଜି ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରୁ ୧ ଲକ୍ଷ ୨ ହଜାର ୧୮୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ସର୍ବମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୩୧ ହଜାର ୩୮୨ ଥିବା ବେଳେ ଚିକିତ୍ସିତ ହେଉଛନ୍ତି ୨୮ ହଜାର ୫୭୫ ଜଣ ଏବଂ ମୃତ୍ୟୁବରଣ କରିଛନ୍ତି ୫୬୯ ଜଣ।
Tag: ଓଡିଶା
ଭୁବନେଶ୍ବର: ଆଜି ରାଜ୍ୟ୨୯ ଟି ଜିଲ୍ଲାରୁ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦୧୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୮୬୮ ଜଣ ଏବଂ ସ୍ଥାନୀୟ ମାମଲା ୧୪୬୪ ଜଣ। ଆଜି ଚିହ୍ନଟ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୩୪ କୁ ବୃଦ୍ଧି ହୋଇଛି। କୋରୋନରୁ ସୁସ୍ଥ ହୋଇ ୭୦ ହଜାର ୭୧୪ ଜଣ ଘରକୁ ଫେରିଥିବା ବେଳେ ସକ୍ରିୟ କେସ ଅଛି ୨୯ ହଜାର ୬୮୫।
ତେବେ ଆଜି ଖୋର୍ଦ୍ଧା ଜିଲାରେ ସର୍ବାଧିକ ୬୮୪ ଚିହ୍ନଟ ହୋଇଥିବା ବେଳେ କଟକରେ ୩୩୪, ମୟୂରଭଞ୍ଜରେ ୨୯୨ , ଗଞ୍ଜାମରେ ୨୧୬, ବାଲେଶ୍ବରରେ ୧୩୮, ବରଗଡରେ ୧୨୪, କୋରାପୁଟରେ ୧୨୦, ରାୟଗଡାରେ ୧୦୪, ସମ୍ବଲପୁରରେ ୧୦୨, ସୁନ୍ଦରଗଡରେ ୯୧, କେନ୍ଦୁଝରରେ ୬୮, ଜଗତସିଂହପୁରରେ ୬୬, କନ୍ଧମାଳରେ ୬୦, ମାଲକାନଗିରିରୁ ୪୯, ଢେଙ୍କାନାଳରୁ ୪୯, ଝାରସୁଗୁଡାରୁ ୪୫, ସୋନପୁରରୁ ୪୪, କେନ୍ଦ୍ରାପଡାରୁ ୪୪, ଭଦ୍ରକରୁ ୪୦, କଳାହାଣ୍ଡିରୁ ୪୦, ଯାଜପୁରରୁ ୩୮, ନବରଙ୍ଗପୁରରୁ ୩୮, ବଲାଙ୍ଗିରିରୁ ୩୫, ନୟାଗଡରୁ ୨୯, ଅନୁଗୁଳରୁ ୨୫, ଗଜପତିରୁ ୯, ନୂଆପଡାରୁ ୭, ଦେବଗଡରୁ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବର: ରାଜ୍ୟରେ ଆଜି 3 ହଜାର 371 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 2053ଜଣ ଚିହ୍ନଟ ହୋଇଥିବାବେଳେ 1318ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 87ହଜାର602କୁ ବୃଦ୍ଧି ହୋଇଛି। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 27 ହଜାର 638ଜଣ। ସେହିପରି ସୁସ୍ଥ ହୋଇଛନ୍ତି 59 ହଜାର 470ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 441ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୨୫୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୨୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡରୁ ୧୪୩, ପୁରୀରୁ ୧୪୧, ରାୟଗଡାରୁ ୧୧୨, କୋରାପୁଟରୁ ୧୦୪, ଭଦ୍ରକରୁ ୯୯, କଟକରୁ ୯୮, ବୌଦ୍ଧରୁ ୮୭, ମାଲକାନଗିରିରୁ ୭୬, କେନ୍ଦ୍ରାପଡାରୁ ୭୪, କନ୍ଧମାଳରୁ ୭୩, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୭୨, ମୟୂରଭଞ୍ଜରୁ ୭୦, ବାଲେଶ୍ବରରୁ ୬୩, ନବରଙ୍ଗପୁରରୁ ୪୪, ଗଜପତିରୁ ୪୨, ଯାଜପୁରରୁ ୪୦, କେନ୍ଦୁଝରରୁ ୩୭, ଅନୁଗୁଳରୁ ୩୨, ଜଗତସିଂହପୁରରୁ ୩୨, ସମ୍ବଲପୁରରୁ ୩୨, ବରଗଡରୁ ୨୯, ଢେଙ୍କାନାଳରୁ ୨୦, ସୋନପୁରରୁ ୨୦, ବଲାଙ୍ଗିରିରୁ ୧୮, ଝାରସୁଗୁଡାରୁ ୧୭ ଏବଂ ଦେବଗଡରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୨୪,୨୮୦ ଜଣ ଏବଂ ମୋଟ ୫୯, ୪୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ କୋରୋନଜନିତ ମୃତ୍ୟୁ ସଂଖ୍ୟା ୪୨୮ ରେ ପହଞ୍ଚିଛି।
ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍ ୨ହଜାର ୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ୧୮୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯କୁ ବୃଦ୍ଧି ହୋଇଛି। କୋରୋନରୁ ୫୪,୪୦୫ ଜଣ ସୁସ୍ଥ ହୋଇଥିବାବେଳେ ୨୬,୬୦୨ ଜଣ ଚିକିତ୍ସାଧୀନ ଅଛନ୍ତି।
କଟକରୁ ସର୍ବାଧିକ ୫୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୭୪ ଜଣ ଚିହ୍ନ ହୋଇଛନ୍ତି। ସେହିପରି ଯାଜପୁରରୁ ୨୧୫, କୋରାପୁଟରୁ ୧୮୧, ଗଞ୍ଜାମରୁ ୧୭୯, ମୟୂରଭଞ୍ଜରୁ ୧୫୬, ରାୟଗଡାରୁ ୧୪୩, ସମ୍ବଲପୁରରୁ ୧୦୪, ନୟାଗଡରୁ ୯୩, ବାଲେଶ୍ବରରୁ ୮୮, ପୁରୀରୁ ୮୬, ସୁନ୍ଦରଗଡରୁ ୮୧, ମାଲକାନଗିରିରୁ ୭୮, ଭଦ୍ରକରୁ ୬୬, ବରଗଡରୁ ୬୨, ବଲାଙ୍ଗିରିରୁ ୫୭, କେନ୍ଦ୍ରାପଡାରୁ ୫୬, ଜଗତସିଂହପୁରରୁ ୫୧, କନ୍ଧମାଳରୁ ୩୪, କଳହାଣ୍ଡିରୁ ୩୦, କେନ୍ଦୁଝରରୁ ୩୦, ନବରଙ୍ଗପୁରରୁ ୨୬, ସୋନପୁରରୁ ୨୬, ଝାରସୁଗୁଡାରୁ ୨୦, ଢେଙ୍କାନାଳରୁ ୧୩, ବୌଦ୍ଧରୁ ୩, ଗଜପତିରୁ ୩, ଦେବଗଡରୁ ୨, ନୂଆପଡାରୁ ୨, ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍ ୨ହଜାର ୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ୧୮୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯କୁ ବୃଦ୍ଧି ହୋଇଛି। କୋରୋନରୁ ୫୪,୪୦୫ ଜଣ ସୁସ୍ଥ ହୋଇଥିବାବେଳେ ୨୬,୬୦୨ ଜଣ ଚିକିତ୍ସାଧୀନ ଅଛନ୍ତି।
ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍ ୨ହଜାର ୯୯୩ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ୫୩୦କୁ ବୃଦ୍ଧି ହୋଇଛି। କୋରୋନରୁ ୫୨,୨୭୬ ଜଣ ସୁସ୍ଥ ହୋଇଥିବାବେଳେ ୨୫,୭୯୨ ଜଣ ଚିକିତ୍ସାଧୀନ ଅଛନ୍ତି।
ଖୋର୍ଦ୍ଧାରୁ ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ ୨୭୧ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୫୮, ପୁରୀରୁ ୧୫୬, ନୟାଗଡରୁ ୧୫୩, ରାୟଗଡାରୁ ୧୩୭, ଯାଜପୁରରୁ ୧୨୧, ମୟୂରଭଞ୍ଜରୁ ୧୨୦, ବାଲେଶ୍ବରରୁ ୧୧୫, ସମ୍ବଲପୁରରୁ ୧୦୪, ବରଗଡରୁ ୯୮, କୋରାପୁଟରୁ ୯୫, ଭଦ୍ରକରୁ ୯୨, ମାଲକାନଗିରିରୁ ୮୫, ସୁନ୍ଦରଗଡରୁ ୭୦, ନବରଙ୍ଗପୁରରୁ ୬୮, କେନ୍ଦୁଝରରୁ ୬୩, ବଲାଙ୍ଗିରିରୁ ୬୨, ଢେଙ୍କାନାଳରୁ ୬୦, କନ୍ଧମାଳରୁ ୫୮, ଜଗତସିଂହପୁରରୁ ୪୬, ଝାରସୁଗୁଡା, ଗଜପତି ଓ କେନ୍ଦ୍ରାପଡାରୁ ୪୩ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସୋନପୁରରୁ ୪୦, କଳାହାଣ୍ଡିରୁ ୩୬, ଅନୁଗୁଳରୁ ୨୧, ବୌଦ୍ଧ ଏବଂ ଦେବଗଡରୁ ୯ ଜଣ ଲେଖାଏଁ , ନୂଆପଡାରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୫୩ ଜଣ ଥିବାବେଳେ ୧୪୨ ଜଣ ସ୍ଥାନୀୟ କେସ। ପୋଲିସ ସିକ୍ଯୁରିଟି ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଜଣ, ପଟିଆ କିଟ କ୍ୟାମ୍ପସରୁ ୧୧ଜଣ , ରିଜର୍ଭ ପୋଲିସ କଲୋନୀରୁ ୮, ଚନ୍ଦ୍ରଶେଖରପୁର ଏଚ ବି କଲୋନୀରୁ ୪, ରସୁଲଗଡରୁ ୪, ବିଜେବି ନଗରରୁ ୩, ବଦଗଡ କେନାଲ ରୋଡରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବର: ଆଜି ୨୯ଟି ଜିଲ୍ଲାରୁ ମୋଟ୍ ୨ହଜାର ୮୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨୮୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୮ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୫୩୭କୁ ବୃଦ୍ଧି ହୋଇଛି। କୋରୋନରୁ ୫୦,୫୦୩ ଜଣ ସୁସ୍ଥ ହୋଇଥିବାବେଳେ ୨୪,୫୮୨ ଜଣ ଚିକିତ୍ସାଧୀନ ଅଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବଢୁଥିବା ବେଳେ ରାଜ୍ୟରେ କରୋନା ନମୁନା ପରାକ୍ଷଣ ମଧ୍ୟ ସେହି ଅନୁପାତରେ ବଢିବାରେ ଲାଗିଛି। ଗୋଟିଏ ଦିନରେ ସର୍ବାଧିକ କରୋନା ଟେଷ୍ଟ କରାଯାଇଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ରେକର୍ଡ ସଂଖ୍ୟକ ୬୧ ହଜାର ୩୭୯ ନମୁନା ପରୀକ୍ଷା କରାଯାଇଛି । ମୋଟ୍ ପରୀକ୍ଷା ମଧ୍ୟରୁ ୫୪ ହଜାର ୨୪୩ଟି ଆଣ୍ଟିଜେନ୍ ପରୀକ୍ଷା ହୋଇଥିବାବେଳେ ଆର୍ଟିପିସିଆର ମାଧ୍ୟମରେ ୭ ହଜାର ୫୪ଓ ଟ୍ରୁନାଟ୍ ମାଧ୍ୟମରେ ୮୨ଟି ସାମ୍ପଲ୍ ପରୀକ୍ଷା ହୋଇଥିବାର ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତ ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୮୬୦୩ ଜଣ ଙ୍କ ପରୀକ୍ଷା ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨ ଲକ୍ଷ ୩୩ ହଜାର ୮୦୫ ସାମ୍ପଲ ପରୀକ୍ଷା ହୋଇଥିବାର ସୂଚନା ରହିଛି।
ଭୁବନେଶ୍ବର: ଆଜି ରାଜ୍ୟରେ ୧୯୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡରୁ ୧୫୧, ରାୟଗଡାରୁ ୧୪୬, ସୁନ୍ଦରଗଡରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗୀରିରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ୩୦, ଭଦ୍ରକରୁ ୨୮, ନୂଆପଡାରୁ ୨୭, କଳାହାଣ୍ଡିରୁ ୨୧, କେନ୍ଦ୍ରାପଡାରୁ ୧୯, କେଉଁଝରରୁ ୧୮, ଦେବଗଡରୁ ୧୭, ଝାରସୁଗୁଡାରୁ ୧୩, ବରଗଡରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬, ଅନୁଗୁଳରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ୫୦, ୫୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଭୁବନେଶ୍ବର: ଆଜି ରାଜ୍ୟରେ ୧୬୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଗଞ୍ଜାମରୁ ସର୍ବାଧିକ ୩୬୫ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ସେହିପରି ସୁନ୍ଦରଗଡରୁ ୯୧, ଯାଜପୁରରୁ ୮୬, ଗଜପତି ଜିଲ୍ଲାରୁ ୬୫, କଟକରୁ ୬୩, କୋରାପୁଟରୁ ୬୩, ମୟୂରଭଞ୍ଜରୁ ୬୦, ନ୍ଧମାଳରୁ ୫୦, ରାୟଗଡାରୁ ୪୨, ନୟାଗଡରୁ ୪୧, ମାଲକାନଗିରିରୁ ୩୯, ବଲାଙ୍ଗୀରିରୁ୩୫, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୩୩, ବାଲେଶ୍ବରରୁ ୩୧, କେଉଁଝରରୁ ୨୯, ବରଗଡରୁ ୨୫, ଭଦ୍ରକରୁ ୨୪, ଝାରସୁଗୁଡାରୁ ୨୧, ପୁରୀରୁ ୨୧, ସମ୍ବଲପୁରରୁ ୨୦, କଳାହାଣ୍ଡିରୁ ୧୬, କେନ୍ଦ୍ରାପଡାରୁ ୧୬, ନବରଙ୍ଗପୁରରୁ ୧୧, ଦେବଗଡରୁ ୨, ଅନୁଗୁଳ ଏବଂ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ୪୮,୫୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଭୁବନେଶ୍ବର: ଆଜି ରାଜ୍ୟରେ ମୋଟ ୬୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଡାକ୍ତରଖାନା ରୁ ଘରକୁ ଫେରିଛନ୍ତି ବୋଲି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର ସର୍ବାଧିକ ୯୧ ଜଣ ଆକ୍ରାନ୍ତ କଟକ ଜିଲ୍ଲାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ ଗଜପତିରୁ ୮୮, କୋରାପୁଟରୁ ୬୬, ଖୁର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଞ୍ଜାମରୁ ୪୩, ସୁନ୍ଦରଗଡରୁ ୩୨, ନୟାଗଡରୁ ୩୦, ସୁବର୍ଣ୍ଣପୁରରୁ ୨୫, କନ୍ଧମାଳରୁ ୨୦, କେନ୍ଦୁଝର ଓ ଢେଙ୍କାନାଳରୁ ୧୮, ଭଦ୍ରଖରୁ ୧୬, ସମ୍ବଲପୁରରୁ ୧୫, ଜଗତସିଂପୁରା ଓ ଯାଜପୁରରୁ ୧୪, ଦେବଗଡରୁ ୧୩, ମୟୂରଭଞ୍ଜ ଓ ପୁରୀରୁ ୧୦, ଝାରସୁଗୁଡା ଓ କଳାହାଣ୍ଡି ରୁ ୭, ବଲାଙ୍ଗୀରରୁ ୬, ଅନୁଗୁଳ, ବାଲେଶ୍ବର ଓ ମାଲକାନଗିରିରୁ ୫, କେନ୍ଦ୍ରାପଡା ରୁ ୪ ଓ ବୌଦ୍ଧ ରୁ ଜଣେ ଆରୋଗ୍ଯ ଲାଭ କରିଛନ୍ତି। ଏବେ ରାଜ୍ୟରେ ସମୁଦାୟ ୨୧,୯୫୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କଲେଣି।
ଭୁବନେଶ୍ବର: ଆଜି ରାଜ୍ୟସରକାର ଅନଲକ୍ 3.0ର ଗାଇଡ ଲାଇନ ଜାରି କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚାରେଟି ଜିଲ୍ଲା ଓ ଦୁଇଟି ମହାନଗର ନିଗମକୁ ଜୁଲାଇ 31 ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରିଥିଲେ। ତେବେ ଏହି ଅନ୍ଲକ୍ 3.0ରେ ଲକ୍ଡାଉନ୍କୁ ଖୋଲି ଦେଇଥିବାବେଳେ ପୁଣି ଥରେ ସଟ୍ଡାଉନକୁ ଲାଗୁ କରିଛନ୍ତି। ଗଞ୍ଜାମ, ଖୋର୍ଦ୍ଧା,କଟକ, ଗଜପତି ଓ ରାଉରକେଲାରେ ସପ୍ତାହାନ୍ତ ସଟ୍ଡାଉନ୍ ପୂର୍ବବତ୍ ଲାଗୁ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ସଟ୍ଡାଉନ୍ରେ ପୂର୍ବରୁ ଥିବା ସମସ୍ତ କଟକଣା ଲାଗୁ ହେବ ବୋଲି ସୂଚନା ରହିଛି। ସେହିପରି କେନ୍ଦ୍ର ସରକାର ରାତ୍ରିକାଳୀନ କର୍ଫ୍ୟୁକୁ କୋହଳ କରିଥିବାବେଳେ ରାଜ୍ୟ ସରକାର ଏହାକୁ ବଳବତ୍ତର ରଖିଛନ୍ତି। ରାତ୍ରି 9ଟାରୁ ସକାଳ 5ଟା ଯାଏ ସାଧାରଣ ଆତଯାତ ବନ୍ଦ ରହିବ। ତେବେ ଏହି ସମୟରେ କେବଳ ଜରୁରୀକାଳୀନ ସେବା ଜାରି ରହିବ।
ଅପରପକ୍ଷରେ ରାଜ୍ୟ ସରକାର କୋଭିଡ୍ କଟକଣା ଓ ଜରିମାନାକୁ ଅଧିକ କଡାକଡି କରିଛନ୍ତି। ମାସ୍କ ନ ପିନ୍ଧିଲେ ପ୍ରଥମ ଦୁଇ ଥର ନିୟମ ଉଲ୍ଳଂଘନ ପାଇଁ 1000 ଟଙ୍କାର ଜରିମାନା ରଖାଯାଇଥିବାବେଳେ ପରବର୍ତ୍ତୀ ଥର ନିୟମ ଭଙ୍ଗ ପାଇଁ ଏହା 5000 ଟଙ୍କାକୁ ବୃଦ୍ଧି କରାଯାଇଛି। ବାହାଘର, ଶୁଦ୍ଧିରେ ଗାଇଡଲାଇନ୍ ଭାଙ୍ଗିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ।
ସେହିପରି ବାହାଘର ସର୍ବାଧିକ 50 ଜଣ ଲୋକଙ୍କୁ ଯୋଗ ଦେବାର ଅନୁମତି ରହିଛି। ଏହି ନିୟମ ଉଲ୍ଲଂଘନ କଲେ 10 ହଜାର ଟଙ୍କାର ଜରିମାନା ଦେବାକୁ ପଡିବ ବୋଲି ସୂଚନା ରହିଛି। ସେହିପରି ଶୁଦ୍ଧିକ୍ରିୟାରେ 20ରୁ ଅଧିକ ଲୋକ ରହିପାରିବେନି ବୋଲି ସୂଚନା ରହିଛି। ସେହିପରି ସାମାଜିକ ଦୂରତ୍ବ ଭଙ୍ଗ କରୁଥିବା ଦୋକାନୀଙ୍କ ବିରୋଧରେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ପ୍ରତି ସପ୍ତାହର ଶନିବାର ଦିନ ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ। ନୂଆ କଟକଣା ନେଇ ସାଧାରଣ ପ୍ରଶାସନ ବିଭାଗ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଅନଲକ୍ 3.0ର ଗାଇଡଲାଇନ ଜାରି କରି କହିଛନ୍ତି ଯେ, ଜୀବନ ଜୀବିକାକୁ ଆଖିଆଗରେ ରଖି ଏହାକୁ ସ୍ବାଭାବିକ କରିବାକୁ ଚେଷ୍ଟା ଚାଲିଛି। ଏହା ଏକ ଚାଲେଞ୍ଜିଂ ରୋଗ, ପରିଚାଳନା କରିବାକୁ ସମୟ ଲାଗିବ। ମାତ୍ର 10 ପ୍ରତିଶତ ଅମାନିଆଙ୍କ ପାଇଁ 90 ପ୍ରତିଶତ ବିପଦରେ ପଡୁଛନ୍ତି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ।
ଭୁବନେଶ୍ବର: କରୋନା କଟକଣାକୁ ଆଖିଆଗରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଆଜି ପ୍ରେସ୍ ମିଟ୍ କରାଯାଇଛି। ଗତକାଲି କେନ୍ଦ୍ର ସରକାରଙ୍କ ତରଫରୁ ଅନଲକ୍ 3.0ର ଗାଇଡଲାଇନ୍ ଜାରି କରାଯାଇଥିବାବେଳେ ଆଜି ରାଜ୍ୟସରକାର ଅନ୍ଲକ 3.0ର ଗାଇଡଲାଇନ୍ ଜାରି କରିଛନ୍ତି। ତେବେ ଏହି ଗାଇଡ ଲାଇନ୍ରେ କଟକଣା ଓ ଜରିମାନାକୁ କଡାକଡି କରିଛନ୍ତି।
ମାସ୍କ ନ ପିନ୍ଧିଲେ ପ୍ରଥମ ଦୁଇ ଥର ନିୟମ ଉଲ୍ଲଂଘନ ଅଭିଯୋଗ ପାଇଁ 1000 ଟଙ୍କାର ଜରିମାନା ଆଦାୟ ହେବ। ସେହିପରି ପରବର୍ତ୍ତୀ ସମୟରେ ବିନା ମାସ୍କରେ ଧରାପଡିଲେ ଏହା 5000 ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ। କୋଭିଡ୍ ନିୟମ ନ ମାନି ବାହାଘର କଲେ 10 ହଜାର ଟଙ୍କାର ଜରିମାନା ଦେବାର ପ୍ରାବଧାନ ରହିଛି। ତେବେ ଅଧିକ ଜଟିଳ ପରିସ୍ଥିତି ସୃଷ୍ଟି ହେଲେ 10 ହଜାରରୁ ଅଧିକ ଜରିମାନା ଆଦାୟ ହେବା ନେଇ ନିଷ୍ପତ୍ତି ନିଆଯିବ। ସେହିପରି ବିବାହ ମଣ୍ଡପ ସିଲ୍ ହେବ। ସାମାଜିକ ଦୂରତ୍ବ ବଜାୟ ନ ରଖିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ।
ସେହିପରି ଦୋକାନୀମାନେ ସାମାଜିକ ଦୂରତ୍ବ ନ ମାନିଲେ ବା ପ୍ରଥମ ଥର ନିୟମ ଭଙ୍ଗ ପାଇଁ ଜରିମାନା ସହ ଏକ ସପ୍ତାହ ପର୍ଯ୍ୟନ୍ତ ଦୋକାନ ସିଲ୍ କରାଯିବ। ଦ୍ବିତୀୟ ଥର ନିୟମ ଉଲ୍ଲଂଘନ କଲେ ଦୋକାନକୁ ମାସେ ପାଇଁ ସିଲ୍ ସହ ଜରିମାନା ଆଦାୟ ହେବ।
ଭୁବନେଶ୍ବର: ଆଜି ରାଜ୍ୟର 28ଟି ଜିଲ୍ଲାରୁ 1503 ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ 491 ରହିଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 223, କଟକରୁ 136, କନ୍ଧମାଳ ଓ ଗଜପତିରୁ 73ଜଣ ଲେଖାଏଁ, ରାୟଗଡାରୁ 68, ସୁନ୍ଦରଗଡରୁ 57, ଯାଜପୁରରୁ 51, କେଉଁଝରରୁ 43, ମାଲକାନଗିରି ଓ କୋରାପୁଟରୁ 34 ଜଣ ଲେଖାଏଁ ରହିଥିବାବେଳେ ଢେଙ୍କାନାଳରୁ 32, ମୟୂରଭଞ୍ଜରୁ 28, ଭଦ୍ରକରୁ 25, ବରଗଡରୁ 23, ବଲାଙ୍ଗିରରୁ 21, ବାଲେଶ୍ବରରୁ 19, ସମ୍ବଲପୁରରୁ 17, ଝାରସୁଗୁଡା ଓ କଳାହାଣ୍ଡିରୁ 10 ଜଣ ଲେଖାଏଁ ରହିଛନ୍ତି। ସେହିପରି କେନ୍ଦ୍ରାପଡାରୁ 9, ନୟାଗଡରୁ 8, ଜଗତସିଂହପୁରରୁ 6, ସୋନପୁର ଓ ପୁରୀରୁ 4 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ନବରଙ୍ଗପୁରରୁ 2 ଜଣ ଚିହ୍ନଟ ହୋଇଥିବାବେଳେ ବୌଦ୍ଧ ଓ ଅନୁଗୁଳୁର ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।
ଭୁବନେଶ୍ବର : ରାଜ୍ୟରେ ଆଜି 1503 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 1002ଜଣ ଚିହ୍ନଟ ହୋଇଥିବାବେଳେ 501ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 26ହଜାର 892କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 16ହଜାର 792ଜଣ । ସେହିପରି ସୁସ୍ଥ ହୋଇଛନ୍ତି 9ହଜାର919ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 140ଜଣ । ସେହିପରି 34 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।
ଭୁବନେଶ୍ବର : ଆଜି ରାଜ୍ୟରେ ସର୍ବାଧିକ 1594 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ମୋଟ୍ ପଜିଟିଭଙ୍କ ସଂଖ୍ୟା 22 ହଜାର 693ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା 120ରେ ପହଞ୍ଚିଛି । ସେହିପରି 33 ଜଣ କୋଭିଡ୍ ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।
ବିଶେଷ କରି ଗଞ୍ଜାମ, ଖୋର୍ଦ୍ଧା, କଟକ, ସୁନ୍ଦରଗଡ, ଯାଜପୁର, ଗଜପତି, ବାଲେଶ୍ବର ଆଦି ଜିଲ୍ଲାରେ କରୋନା ସ୍ଥିତି ବେଶ ଗମ୍ଭୀର ରହିଛି ।
ଆଜି 28ଟି ଜିଲ୍ଲାରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ 6ଜଣଙ୍କ ଜୀବନ ନେଇଛି କରୋନା । ଜୁଲାଇ ମାସରେ ସଂକ୍ରମଣ ମାମଲା ବେଶ୍ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ ଆଣ୍ଟିଜନି ଟେଷ୍ଟ ଓ ପ୍ଲାଜ୍ମା ଥେରାପି ଆରମ୍ଭ କରାଯାଇଛି ।
ତେବେ ରାଜ୍ୟର କେଉଁ ଜିଲ୍ଲାରେ କରୋନା ସ୍ଥିତି କିପରି ରହିଛି :
ଜିଲ୍ଲା | ପଜିଟିଭ୍ | ସୁସ୍ଥ | ସକ୍ରିୟ | ମୃତ | ମୃତ (ଅନ୍ୟାନ୍ୟ ରୋଗ) |
---|---|---|---|---|---|
ଗଞ୍ଜାମ | 7634 | 4483 | 3076 | 70 | 5 |
ଖୋର୍ଦ୍ଧା | 2676 | 1375 | 1278 | 15 | 8 |
କଟକ | 1567 | 1043 | 512 | 9 | 3 |
ଯାଜପୁର | 1065 | 889 | 174 | 1 | 1 |
ସୁନ୍ଦରଗଡ | 973 | 731 | 237 | 2 | 3 |
ଗଜପତି | 819 | 568 | 244 | 7 | 0 |
ବାଲେଶ୍ବର | 785 | 587 | 196 | 0 | 2 |
ଜଗତସିଂହପୁର | 617 | 425 | 190 | 2 | 0 |
ମୟୂରଭଞ୍ଜ | 531 | 379 | 150 | 0 | 2 |
ପୁରୀ | 496 | 341 | 151 | 2 | 2 |
କେଉଁଝର | 483 | 375 | 107 | 0 | 1 |
ଭଦ୍ରକ | 483 | 328 | 150 | 2 | 3 |
ରାୟଗଡା | 422 | 139 | 280 | 3 | 0 |
ନୟାଗଡ | 420 | 276 | 142 | 1 | 1 |
କୋରାପୁଟ | 414 | 158 | 256 | 0 | 0 |
କେନ୍ଦ୍ରାପଡା | 406 | 322 | 81 | 2 | 1 |
ମାଲ୍କାନଗିରି | 381 | 201 | 180 | 0 | 0 |
ବରଗଡ | 331 | 223 | 107 | 1 | 0 |
କନ୍ଧମାଳ | 314 | 213 | 100 | 1 | 0 |
ବଲାଙ୍ଗିର | 304 | 266 | 38 | 0 | 0 |
ଝାରସୁଗୁଡା | 271 | 199 | 72 | 0 | 0 |
ସମ୍ବଲପୁର | 247 | 119 | 128 | 0 | 0 |
ଅନୁଗୁଳ | 247 | 159 | 86 | 2 | 0 |
ନବରଙ୍ଗପୁର | 183 | 142 | 40 | 0 | 1 |
ଢେଙ୍କାନାଳ | 152 | 102 | 50 | 0 | 0 |
ବୌଦ୍ଧ | 123 | 53 | 70 | 0 | 0 |
କଳାହାଣ୍ଡି | 110 | 82 | 28 | 0 | 0 |
ନୂଆପଡା | 102 | 100 | 2 | 0 | 0 |
ଦେବଗଡ | 69 | 66 | 3 | 0 | 0 |
ସୋନପୁର | 68 | 49 | 19 | 0 | 0 |
ମୋଟ୍ | 22693 | 14393 | 8147 | 120 | 33 |
କେଦାର ମିଶ୍ର
ଆମ ଲାଗି ଜୀବନ ବଞ୍ଚାଇବା ବହୁତ ଗୁରୁତ୍ୱପୂର୍ଣ୍ଣ- ବାରମ୍ବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏକଥା କହି ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଭିନ୍ନ ସମୟରେ ଭିଡିଓ ବାର୍ତ୍ତା ଜରିଆରେ କରୋନା ଭୂତାଣୁରୁ ପ୍ରତିଟି ଜୀବନ ବଞ୍ଚାଇବା ଲାଗି ତାଙ୍କ ସରକାର ପ୍ରତିବଦ୍ଧ ବୋଲି କହୁଛନ୍ତି। ତେବେ ସରକାରଙ୍କର କଥା ଓ କାମ ଭିତରେ ବହୁତ ବଡ ଫାଙ୍କ ଦେଖିବାକୁ ମିଳୁଛି। ମାର୍ଚ୍ଚ ମାସରେ ଯେତେବେଳେ ସରକାର ଲୋକଙ୍କ ଉପରେ ଲକ ଡାଉନ ଲଦିଦେଲେ, ସେତେବେଳେ ବାରମ୍ବାର ଲୋକଙ୍କୁ ପ୍ରତିଶ୍ରୁତି ଦିଆଗଲା ଯେ ଲୋକଙ୍କ ଜୀବନ ଓ ଜୀବିକାର ସୁରକ୍ଷା କଥା ସରକାର ଚିନ୍ତା କରିବେ। ସମୟ କ୍ରମେ କରୋନା ଜନିତ କଟକଣା ବଢିଲା ଓ ଲକ ଡାଉନ ଯୋଗୁଁ ଦେଶ ତଥା ରାଜ୍ୟର ଅର୍ଥନୀତି ଭୁଶୁଡିବା ଆରମ୍ଭ କଲା। ସଂକ୍ରମଣର ଚାରି ମାସ ପରେ ମଧ୍ୟ ଓଡିଶାରେ ଅର୍ଥନୈତିକ ଗତିବିଧି ଓ ଜନଜୀବନ ସ୍ଵାଭାବିକ ହୋଇନି, ବରଂ ଅଧିକ ଜଟିଳ ହୋଇଛି। ଯଦିଓ ରାଜ୍ୟରେ ସାମଗ୍ରିକ ଲକ ଡାଉନ ନାହିଁ, ହେଲେ ରାଜ୍ୟର ୯୦ ଭାଗ ଅଞ୍ଚଳ ସଂପୂର୍ଣ୍ଣ ବନ୍ଦ ହୋଇ ରହିଛି। ଲୋକଙ୍କର ଜୀବିକା ସହିତ ଜୀବନ ଆଜି ସବୁଠୁ ଅଧିକ ବିପନ୍ନ ହୋଇଛି। ଏଥିଲାଗି ସରକାର ନିଜକୁ ଦାୟୀ କରିବା ଉଚିତ ହେବନାହିଁ କି?
ଲକ ଡାଉନର ପ୍ରଥମ ପର୍ଯ୍ୟାୟରେ ସରକାର ଘରୋଇ ସଂସ୍ଥାମାନଙ୍କୁ ନିଜର କର୍ମଚାରୀମାନଙ୍କ ଦରମା ନ କାଟିବାକୁ ଓ ଛଟେଇ ନ କରିବାକୁ ଅନୁରୋଧ କରୁଥିଲେ। ଓଡିଶା ସରକାର ତାଙ୍କର ନିୟମିତ ସାମ୍ବାଦିକ ସମ୍ମିଳନୀ ଜରିଆରେ ସାଧାରଣ ଲୋକେ ନିଜ ଘରେ କାମ କରୁଥିବା ଲୋକଙ୍କ ପ୍ରତି ସଂବେଦନଶୀଳ ହେବାକୁ ଓ ସେମାନଙ୍କ ଦରମା ନ କାଟିବାକୁ ପରାମର୍ଶ ଦେଉଥିଲେ। ହେଲେ ଗତ ଚାରିମାସର ଆର୍ଥିକ ଦୁର୍ଗତି ସରକାରଙ୍କର ମାନବିକ ଅଙ୍ଗକୁ ଅଚଳ କରି ଦେଇଛି। ଏବେ ଖୋଦ ଓଡିଶା ସରକାର ରାଜ୍ୟର ଲକ୍ଷାଧିକ ଠିକା ଓ ଅସ୍ଥାୟୀ କର୍ମଚାରୀଙ୍କ ଚାକିରୀ କାଟିବାକୁ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସରକାରୀ ବିଭାଗ ଓ ସଂସ୍ଥାରେ କାମ କରୁଥିବା ଅସ୍ଥାୟୀ ତଥା ଠିକା ଭିତ୍ତିକ କର୍ମଚାରୀଙ୍କ କାର୍ୟକାଳ ସମ୍ପ୍ରସାରିତ କରିବାକୁ ସରକାର ମନା କରି ଦେଇଛନ୍ତି। ଏହି କର୍ମଚାରୀମାନେ ପ୍ରାୟତଃ ୩ ମାସିଆ କିମ୍ବା ବାର୍ଷିକ ଠିକା ରେ କାମ କରିଥାନ୍ତି। ସରକାରଙ୍କର ଏହି ନିଷ୍ପତ୍ତି ଯୋଗୁଁ ପ୍ରାୟ ୨ ଲକ୍ଷ ପରିବାର ଆକ୍ରାନ୍ତ ହେବେ ଇଂରାଜୀ ଖବର କାଗଜ “ଦ ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସ” କହିଛି।
କରୋନା କଟକଣା ଆଳରେ ଓଡିଶା ସରକାର ପ୍ରଥମେ ନୂଆ ନିଯୁକ୍ତି ଆଉ ହେବନାହିଁ ବୋଲି କହିଥିଲେ। ଏହା ସହିତ ଗତ ୫ ପାଞ୍ଚ ବର୍ଷ ଭିତରେ ସରକାରରେ ଖାଲି ପଡିଥିବା ପଦବୀ ଆଉ ପୂରଣ କରିବେ ନାହିଁ ବୋଲି ମଧ୍ୟ ଘୋଷଣା କଲେ। ଏ ପ୍ରକାର ନିଷ୍ପତ୍ତିର ପ୍ରତ୍ୟେକ୍ଷ ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡିବା ସ୍ଵାଭାବିକ। ତେବେ କୌଣସି ସରକାରୀ ନିଷ୍ପତ୍ତି କୁ ବିରୋଧ କରିବାର ସ୍ଥିତି ବର୍ତ୍ତମାନ ଆମ ପାଖରେ ନାହିଁ। ମହାମାରୀର ଆତଙ୍କ ସହିତ ସରକାରୀ କଟକଣା ଭିତରେ ସାଧାରଣ ଲୋକ ଡରି ମରି ବଞ୍ଚୁଛନ୍ତି। ସେହି ସମୟରେ ଲକ୍ଷାଧିକ ଲୋକଙ୍କୁ ସରକାରୀ ଚାକିରିରୁ ବିଦା କରିବାର ନିଷ୍ପତ୍ତି, ଅତ୍ୟନ୍ତ ଅମାନବୀୟ। ଆଜିର ମହାମାରୀ ସମୟରେ ସରକାର ନିଜ କର୍ମଚାରୀ (ସେ ଅସ୍ଥାୟୀ ବା ଠିକା କର୍ମଚାରୀ ହୁଅନ୍ତୁ ପଛକେ)ଙ୍କ ପ୍ରତି ଏ ପ୍ରକାର ଆଚରଣ ପ୍ରଦର୍ଶନ କରିବା ଆଦୌ ଗ୍ରହଣୀୟ ନୁହେଁ।
ସଂକ୍ରମଣ ସମୟରେ ଗତ ଚାରି ମାସ ହେଲା ସରକାରୀ ଅଫିସ ଗୁଡିକ ପ୍ରାୟତଃ କାମ କରୁନାହିଁ। ଅନେକ ଅଫିସକୁ ଲୋକଙ୍କ ପ୍ରବେଶ ବାରଣ କରା ଯାଇଛି। ୩୦% କର୍ମଚାରୀଙ୍କୁ ନେଇ କାମ କରନ୍ତୁ ବୋଲି ସରକାରୀ ନିର୍ଦ୍ଦେଶ ପଛରେ ବାକି ୭୦% କର୍ମଚାରୀଙ୍କୁ ବିଦା କରିବାର ଏକ ଗୋପନ ଇଙ୍ଗିତ ରହିନାହିଁ ତ! ପ୍ରଲମ୍ବିତ ଲକ ଡାଉନ ଓ ଆର୍ଥିକ ଦୁର୍ଗତିକୁ ଆଖି ଆଗରେ ରଖି ଅନେକ ବିଭାଗ ଓ ଅଫିସର ସଂକୋଚନ ତଥା ଉଚ୍ଛେଦ କଥା ସରକାର ଚିନ୍ତା କରିପାରନ୍ତି। ଓଡିଶା ଭଳି ରାଜ୍ୟ ଯେଉଁଠି ସଂଖ୍ୟାଧିକ ଶିକ୍ଷିତ ଯୁବକ ଯୁବତୀ ସରକାରୀ ଚାକିରିକୁ ଆଶା କରି ରହିଛନ୍ତି, ସେମାନଙ୍କ ଅବସ୍ଥା ଆଗାମୀ ଦିନରେ ଶୋଚନୀୟ ହେବାକୁ ଯାଉଛି।
କରୋନା ଭୂତାଣୁରୁ ହୁଏତ ବର୍ତ୍ତିବା ସହଜ, କାରଣ ଦେଶରେ ମୃତ୍ୟୁହାର ୨% ରୁ ସାମାନ୍ଯ ଅଧିକ ରହିଛି। ହେଲେ ଭୋକ, ବେକାରି ଓ ଅର୍ଥନୈତିକ ଦୁଃସ୍ଥିତି ରୁ ବଞ୍ଚିବା ସହଜ ନୁହେଁ। ଆଗକୁ ଲକ୍ଷ ଲକ୍ଷ ଲୋକଙ୍କ ଚାକିରୀ ଚାଲିଯିବା ଓ ବ୍ୟବସାୟ ଉଜୁଡି ଯିବାର ସଙ୍କଟ ବିଷୟରେ ରାଜ୍ୟ ସରକାରଙ୍କର ବିଶେଷ କିଛି ଯୋଜନା ଥିଲା ଭଳି ଦେଖା ଯାଉନାହିଁ। ବର୍ଷ ବର୍ଷ ଧରି ଅଳ୍ପ ଦରମାରେ ଅଧିକ କାମ କରୁଥିବା ଠିକା ଓ ଅସ୍ଥାୟୀ କର୍ମଚାରୀଙ୍କୁ ଜୀବିକାରୁ ବଞ୍ଚିତ କରିବା ଲାଗି ରାଜ୍ୟ ସରକାରଙ୍କର ନିଷ୍ପତ୍ତିକୁ ସବୁ ସ୍ତରରେ କଡା ବିରୋଧ ହେବା ଉଚିତ।
ଭୁବନେଶ୍ବର : ରାଜ୍ୟରେ ଆଜି 543 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା । ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ 354 ଜଣ ଚିହ୍ନଟ ହୋଇଥିବାବେଳେ 189ଟି ଲୋକାଲ କେସ୍ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 14ହଜାର 280ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 4ହଜାର 929ଜଣ । ସେହିପରି ସୁସ୍ଥ ହୋଇଛନ୍ତି 9ହଜାର255ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 74ଜଣ । ସେହିପରି 22ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।
ଭୁବନେଶ୍ବର: ଆଜି ରାଜ୍ୟରେ ୩୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୦୬ ଜଣ ସୁସ୍ଥ ହୋଇଛନ୍ତି। ଏହା ପଛକୁ କଟକରୁ ୭୧, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରୁ ୩୮, ଯାଜପୁରରୁ ୨୫, ନବରଙ୍ଗପୁରରୁ ୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ସମ୍ବଲପୁରରୁ ୨୨ ଜଣ, ଖୋର୍ଦ୍ଧାରୁ ୧୫, ବାଲେଶ୍ବରରୁ ୯, ବରଗଡ଼ରୁ ୬ ଜଣ, କେନ୍ଦ୍ରାପଡ଼ା, ଅନୁଗୁଳ ଏବଂ କଳାହାଣ୍ଡିରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଜଗତସିଂହପୁର ଏବଂ କୋରାପୁଟରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଭଦ୍ରକ, କେନ୍ଦୁଝର, ବୌଦ୍ଧରୁ ୩ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀ ଏବଂ ନୟାଗଡରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।
ଆଜି ରାଜ୍ୟରେ ୨୧ଟି ଜିଲ୍ଲାରୁ ୫୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗଂଜାମ ଜିଲ୍ଲାରେ ସଂଖ୍ୟା ଦିନକୁ ଦିନ ବଢୁଥିବାରୁ ସ୍ଥିିତି ସଂଗୀନ ହେବାରେ ଲାଗିଛି। ତେବେ ଏପର୍ଯ୍ଯନ୍ତ ରାଜ୍ୟରୁ ୮୭୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୪୨୮୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲ ରେ ଚିକିତ୍ସାଧୀନ ଅଛନ୍ତି।