Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଓଡିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ନୟାଗଡ କଣ୍ଟିଲୋରେ ନୀଳମାଧବଙ୍କୁ କଲେ ଦର୍ଶନ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଆଜି ନୟାଗଡରେ ପହଞ୍ଚିଛନ୍ତି। ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ସ୍ବତନ୍ତ୍ର ହେଲିକାପ୍ଟରରେ ନୟାଗଡ ଯାଇଥିଲେ। ସେଠାରେ ସେ କଣ୍ଟିଲୋସ୍ଥିତ ନୀଳମାଧବଙ୍କୁ ଦର୍ଶନ କରିଥିଲେ। ଏଥିସହିତ ବିଶ୍ବାବସୁଙ୍କ ଜନ୍ମପିଠ ବୁଲିଥିଲେ।

ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ହରିବାବୁ କୁମ୍ଭମପତି, ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇଥିଲେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆଜି ରାଷ୍ଟ୍ରପତି ନୟାଗଡରୁ ଫେରି ଭୁବନେଶ୍ବର ଆସିବେ। ସେ ରାଜଭବନରେ ରାତ୍ରୀ ଯାପନ କରିବା ପରେ ଆସନ୍ତାକାଲି ସକାଳେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ କଣ ରହିଛି କାର୍ଯ୍ୟକ୍ରମ

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ। ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ।

ପରେ ପରେ ଆଜି ଅପରାହ୍ଣ ୩.୦୫ ମି.ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ। ପରେ ପରେ ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆସିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ବିବରଣୀ, ଜାଣନ୍ତୁ କେଉଁ ଦିନ କେଉଁ ସ୍ଥାନକୁ କେତବେଳେ ଯିବେ

ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ। ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ।

ପରେ ପରେ ସେଦିନ ସେ ଅପରାହ୍ଣ ୩.୦୫ ମି.ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ। ପରେ ପରେ ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

Categories
ଆଜିର ଖବର ରାଜ୍ୟ ଖବର

କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କଲେ ଭି କେ ପାଣ୍ଡିୟାନ, ଉନ୍ନତିକରଣ ପାଇଁ ପ୍ରସ୍ତୁତି

ଭୁବନେଶ୍ବର: ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି କେ ପାଣ୍ଡିୟାନ ନୟଗଡ ଗସ୍ତ କରିଥିଲେ। ସେଠାରେ ସେ କଣ୍ଟିଲୋ ନୀଳମାଧବ ମନ୍ଦିରରେ ଠାକୁରଙ୍କୁ ଦର୍ଶନ କରିବା ସହିତ ମନ୍ଦିର ପରିକ୍ରମା କରିଥିଲେ। ଏଥିସହିତ ମନ୍ଦିର ଉନ୍ନତିକରଣ ପାଇଁ ହୋଇଥିବା ପ୍ରକଳ୍ପ ନକ୍ସା ଅନୁଧ୍ୟାନ କରିଥିଲେ।

ଏହି ଗସ୍ତ ସମୟରେ ନୟାଗଡ଼ ଜିଲ୍ଲାପାଳ ପୁମା ଟୁଡୁ ଏବଂ ଖଣ୍ଡପଡା ବିଡ଼ିଓ, ତହସିଲଦାର ଏବଂ ଅନ୍ୟାନ୍ୟ ସରକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ। ନୀଳମାଧବ ମନ୍ଦିରରେ ସେ ପହଁଛିବା ପରେ ତାଙ୍କୁ ସେବକମାନେ ପାଛୋଟି ନେଇଥିଲେ। ବେକରେ ପାଟ ପିନ୍ଧାଇ ମନ୍ଦିର ପରିକ୍ରମା କରାଇଥିଲେ। ଏହି ପ୍ରସିଦ୍ଧ ମନ୍ଦିରର ଉନ୍ନତିକରଣ ଖୁବ ଶିଘ୍ର ଘୋଷଣା ହେବ ବୋଲି ଜଣାପଡିଛି।