ଭୁବନେଶ୍ବର : ରାଜ୍ୟରେ ଆଉ 114 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ 30 ଜଣ ରହିଛନ୍ତି । ସେହିପରି ଖୋର୍ଦ୍ଧାରୁ 23, ଗଞ୍ଜାମରୁ 17, କଟକରୁ 11, ମୟୂରଭଞ୍ଜରୁ 10, ଗଜପତିରୁ8, ବରଗଡରୁ 5, ନୟାଗଡରୁ 4, ବଲାଙ୍ଗିରରୁ 3 ଜଣ ରହିଛନ୍ତି । ବାଲେଶ୍ବର, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ଉଲ୍ଲେଖଯୋଗ୍ୟ ଯେ, ଆଜିର ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ 2708 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ରାଜ୍ୟରେ 186ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ । ରାଜ୍ୟରେ ଏବେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା 3909ରେ ପହଞ୍ଚିଥିବାବେଳେ ଆଜି ଜଣକର ମୃତ୍ୟୁ ଘଟିଛି । ରାଜ୍ୟରେ ଏବେ କରୋନା ଜନିତ ମୃତ୍ୟୁ ସଂଖ୍ୟା 11କୁ ବୃଦ୍ଧି ହୋଇଛି । ସେହିପରି 3 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।