Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଗତ ୨୪ ଘଣ୍ଟା ମଧ୍ୟରେ ୬ ରୋଗୀଙ୍କ ପ୍ରାଣହାନୀ, ପ୍ରତି ଘଣ୍ଟାରେ ୨୮ ଟି ନୂଆ ମାମଲା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬୯୨ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। ଏହି ସମୟରେ, ସକ୍ରିୟ ମାମଲା ୪ ହଜାର ୯୭ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ଦେଶରେ କୋଭିଡ କାରଣରୁ ୬ ଜଣଙ୍କର ମୃତ୍ୟୁ ଘଟିଛି, ସେଥିମଧ୍ୟରୁ ଦୁଇଜଣ ମହାରାଷ୍ଟ୍ରରେ ହୋଇଥିବା ବେଳେ କର୍ଣ୍ଣାଟକ, ଦିଲ୍ଲୀ, କେରଳ ଏବଂ ପଶ୍ଚିମବଙ୍ଗରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଆଜି ୧୧ ହଜାର ଅତିକ୍ରମ କଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ସାରା ଦେଶରେ ବଢୁଥିବା କରୋନା ମାମଲା ଲୋକଙ୍କ ପାଇଁ ଚିନ୍ତାର କାରଣ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଆଜି ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାର ୧୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହା ସହିତ କରୋନା ସକ୍ରିୟ ମାମଲା ସଂଖ୍ୟା ୪୯ ହଜାର ଅତିକ୍ରମ କରିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଏପ୍ରିଲ ୧୩ ତାରିଖରେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଭାରତରେ ୧୦,୧୫୮ ଟି ନୂଆ କରୋନା ମାମଲା ରୁଜୁ ହୋଇଥିଲା। କରୋନା କ୍ଷେତ୍ରରେ ଦ୍ରୁତ ଲମ୍ଫ ଦେଖିବାକୁ ମିଳିଛି। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଏପ୍ରିଲ୍ ୧୨ ତାରିଖରେ ଦେଶରେ ମୋଟ ୭,୮୩୦ ମାମଲା ରିପୋର୍ଟ ହୋଇଥିଲା।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୦ ରୁ ଅଧିକ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ମାମଲା ବୃଦ୍ଧି ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କୋଭିଡର ୧୧୦୦ ରୁ ଅଧିକ ମାମଲା ପଞ୍ଜିକୃତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋଭିଡର ୧୧୩୪ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଏହା ସହିତ ଦେଶରେ କରୋନା ସକ୍ରିୟ ମାମଲା ସଂଖ୍ୟା ବର୍ତ୍ତମାନ ୭ ହଜାର ୨୬ ରେ ପହଞ୍ଚିଛି। ସୁସ୍ଥ ହୋଇଥିବା ରୋଗୀମାନଙ୍କ ବିଷୟରେ କହିବାକୁ ଗଲେ, ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ କରୋନା ରୋଗୀ ମଧ୍ୟ ସୁସ୍ଥ ହୋଇଛନ୍ତି। ଏହା ସହିତ କରୋନାରୁ ସୁସ୍ଥ ଥିବା ମୋଟ ଲୋକଙ୍କ ସଂଖ୍ୟା ୪ କୋଟି ୪୧ ଲକ୍ଷ ୬୦ ରେ ପହଞ୍ଚିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଭାରତରେ ୨୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତକାଲି ଦେଶରେ ୨୦ ହଜାର ୫୫୭ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଥିବା ବେଳେ ଆଜି ୨୧ ହଜାର ୫୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ମୋଟ ମାମଲା ୪ କୋଟି ୩୮ ଲକ୍ଷ ୨୫ ହଜାର ୧୭୫ ରେ ପହଞ୍ଚିଛି। ବର୍ତ୍ତମାନ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୮ ହଜାର ୮୮୧ କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୨୯୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୧ ଲକ୍ଷ ୫୦ ହଜାର ୪୩୪ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୫ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ମୃତ୍ୟୁବରଣ କରିଥିବା ମୋଟ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୭୦ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଭାରତରେ ନୂତନମାମଲାରେ ୩୨.୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାର ୫୫୭ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଥିବା ବେଳେ ଦେଶରେ ମୋଟ ମାମଲା ୪ କୋଟି ୩୮ ଲକ୍ଷ ୩ ହଜାର ୬୧୯ ରେ ପହଞ୍ଚିଛି। ବର୍ତ୍ତମାନ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୫୪କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୫୧୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୧ ଲକ୍ଷ ୩୨ ହଜାର ୧୪୦ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୦ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ମୃତ୍ୟୁବରଣ କରିଥିବା ମୋଟ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୨୫ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଗତକାଲି ତୁଳନାରେ ୨୬.୬ ପ୍ରତିଶତ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୮୯୭ ଟି ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ତୁଳନାରେ ଏହି ସଂଖ୍ୟା ୨୬.୬ ପ୍ରତିଶତ ଅଧିକ। ବର୍ତ୍ତମାନ ଦେଶରେ ୧୯,୪୯୪ ସକ୍ରିୟ ମାମଲା ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୨,୯୮୬ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ, ଆରୋଗ୍ୟ ହୋଇଥିବା ଲୋକଙ୍କ ସଂଖ୍ୟା ୪,୨୫,୬୬,୯୩୫ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୫୪ ଜଣଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କରୋନା ମାମଲାରେ ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୧୩ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଗତକାଲି ୧୨୬୦ ଟି କରୋନା ମାମଲା ପଞ୍ଜିକୃତ ହୋଇଥିଲା। ଦେଶର କରୋନାର ସର୍ବଶେଷ ପରିସ୍ଥିତି କ’ଣ ଜାଣନ୍ତୁ…

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତକାଲି ଦେଶରେ ୧ ହଜାର ୩୧୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି, ଯାହା ପରେ ସକ୍ରିୟ ମାମଲା ସଂଖ୍ୟା ୧୨ ହଜାର ୫୯୭ କୁ ହ୍ରାସ ପାଇଛି। ଏଥି ସହିତ, ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୩୫୮ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୯୫ ହଜାର ୮୯ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି। ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୩୦ ଲକ୍ଷ ୨୯ ହଜାର ୪୪ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୩୫୧ ଜଣ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରେ ସର୍ବାଧିକ ଜାଣନ୍ତୁ

ଭୁବନେଶ୍ୱର : ଧିରେ ଧିରେ ରାଜ୍ଗୟର କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନର ହୋଇଥିବା ବେଳେ ୧୪୪ ସ୍ଥାନୀୟ ମାମଲା ରହିଛି। ଚିହ୍ନଟ ହୋଇଥିବା ପିଜିଟିଭ୍ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟୟସ ୪୫ ଜଣ ପଜିଟିଭ୍ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବିଭିନ୍ନ ଜିଲ୍ଲା ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି।

ଅନୁଗୁଳ ଜିଲ୍ଲାରୁ ୧ ଜଣ

ବାଲେଶ୍ୱର ଜିଲ୍ଲାରୁ ୧୩ ଜଣ

ଭଦ୍ରକ ଜିଲ୍ଲାରୁ ୬ଜଣ

ବଲାଙ୍ଗୀର ଜିଲ୍ଲାରୁ ୪ଜଣ

କଟକ ଜିଲ୍ଲାରୁ ୩୫ଜଣ

ଦେଓଗଡ଼ ଜିଲ୍ଲାରୁ ୧ ଜଣ

ଗଜପତି ଜିଲ୍ଲାରୁ ୨ଜଣ

ଜଗତସିଂହପୁର ଜିଲ୍ଲାରୁ ୧୦ଜଣ

ଯାଜପୁର ଜିଲ୍ଲାରୁ ୧୫ଜଣ

ଝାରସୁଗୁଡ଼ା ଜିଲ୍ଲାରୁ ୧ ଜଣ

କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ

କେନ୍ଦୁଝର ଜିଲ୍ଲାରୁ ଜଣେ

ଖୋର୍ଦ୍ଧା ଜିଲ୍ଲାରୁ ୧୮୧ଜଣ

କୋରାପୁଟ ଜିଲ୍ଲାରୁ ୨ଜଣ

ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ

ନବରଙ୍ଗପୁର ଜିଲ୍ଲାରୁ ୨ଜଣ

ନୟାଗଡ଼ ଜିଲ୍ଲାରୁ ୬ଜଣ

ନୂଆପଡ଼ା ଜିଲ୍ଲାରୁ ଜଣେ

ପୁରୀ ଜିଲ୍ଲାରୁ ୬ଜଣ

ସମ୍ବଲପୁର ଜିଲ୍ଲାରୁ ୫ଜଣ

ସୋନପୁର ଜିଲ୍ଲାରୁ ଜଣେ

ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ

ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି

Categories
ଆଜିର ଖବର ଜାତୀୟ ଖବର

ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି ଦେଶର କରୋନା ସଂକ୍ରାମଣ ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଧିରେ ଧିରେ କରୋନା ସଂକ୍ରମଣ ସଂଖ୍ୟା ନିୟନ୍ତ୍ରଣକୁ ଆସିବାରେ ଲାଗିଛି। ହିସାବ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୪୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୧ ଲକ୍ଷ ୬୨ ହଜାର ୬୬୧ ରହିଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୪୮ ପ୍ରତିଶତ ଅଟେ।

ହିସାବ ଅନୁସାରେ ବର୍ତ୍ତମାନ ସମଗ୍ର ଦେଶରେ ସମୁଦାୟ ୩ କୋଟି ୩୫ ଲକ୍ଷ ୯୭ ହଜାର ୩୩୯ ଆରୋଗ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ହଜାର ୨୧ ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ଆରୋଗ୍ୟ ହାର ୯୮.୧୯ ପ୍ରତିଶତକୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର

ଦେଶରେ ଧିରେଧିରେ ହ୍ରାସ ପାଉଛି କରୋନା ସଂକ୍ରାମଣ, ନୂଆ ମୃତ୍ୟୁ ସଂଖ୍ୟା ୪୩୧

ନୂଆଦିଲ୍ଲୀ :  ଧିରେ ଧିରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୫୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୪୭ ହଜାର ୩୨୫ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲା ସଂଖ୍ୟା ୩ ଲକ୍ଷ ୪୨ ହଜାର ୯୨୩ ରେ ପହଁଚିଛି।

ସମଗ୍ର ଦେଶରେ ସମୁଦାୟ ୩ କୋଟି ୨୫ ଲକ୍ଷ ୬୦ ହଜାର ୪୭୪ ଆରୋଗ୍ୟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୩୮ ହଜାର ୩୦୩ ରୋଗୀ ସୁସ୍ଥ ହୋଇଛନ୍ତି।  ସେହିପରି ଗତ ୨୪ ଘଣ୍ଟାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୩୧ ହୋଇଛି। ଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୩ ହଜାର ୯୨୮ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଉ ୪ ଜଣଙ୍କର ପ୍ରାଣ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ହେଲା ୮ ହଜାର ୧୧୮

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ଜଣଙ୍କର ପ୍ରାଣ ନେଇଛି କରୋନା। ସେମାନଙ୍କ ମଧ୍ୟରୁ କଟକରୁ ୨, ଜଗତସିଂହପୁର ଓ ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୧୮ରେ ପହଞ୍ଚିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୮ ହଜାର ୨୯୮ରେ ପହଞ୍ଚି। ଏଥିସହିତ ୧୦ ଲକ୍ଷ ୪ ହଜାର ୧୬୪ ଜଣ ସୁସ୍ଥ ଏ ପର୍ଯ୍ୟନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୫ ହଜାର ୯୬୩ ଆକ୍ଟିଭ୍‌ କେସ୍‌ ରହିଛି।

Categories
ଆଜିର ଖବର ଜାତୀୟ ଖବର

ସାରା ଦେଶର ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୭ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ବଢ଼ିଲା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୩୭,୫୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭାରତର ବର୍ତ୍ତମାନ ସଂକ୍ରିୟ ମାମଲା ୩ ଲକ୍ଷ ୨୨ ହଜାର ୩୨୭ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୯୯% ଅଟେ। ସମଗ୍ର ଦେଶରେ ସମୁଦାୟ ୩ କୋଟି ୧୭ ଲକ୍ଷ ୫୪ ହଜାର ୨୮୧ ଆରୋଗ୍ୟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୩୪ ହଜାର ୧୬୯ ରୋଗୀ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୭.୬୭% କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୫ ଲକ୍ଷ ୧୨ ହଜାର ୩୬୬ କୁ ବୃଦ୍ଧି ପାଇଛି। ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି ହୋଇଛି ୨ ହଜାର ୭୭୬ ଜଣ।  ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬୪୮ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୫ ହଜାର ୭୫୮ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ୧୨୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୭୦୨ ଥିବା ବେଳେ ସ୍ଥାନୀୟ ସଂକ୍ରମାଣ ସଂଖ୍ୟା ହେଲା ୫୦୬ ଜଣ। ବିଭିନ୍ନ ଜିଲ୍ଲାର ଆକ୍ରାନ୍ତ ସଂଖ୍ୟା ହେଲା..

୧- ଅନୁଗୁଳ ଜିଲ୍ଲାରୁ – ୫୫
୨- ବାଲେଶ୍ୱର ଜିଲ୍ଲାରୁ – ୬୩
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୨୨
୫- ବଲାଙ୍ଗୀର ଜିଲ୍ଲାରୁ – ୫
୬- କଟକ ଜିଲ୍ଲାରୁ – ୧୭୩
୭- ଦେବଗଡ଼ ଜିଲ୍ଲାରୁ – ୫
୮- ଢେଙ୍କାନାଳ ଜିଲ୍ଲାରୁ – ୧୫
୯- ଗଜପତି ଜିଲ୍ଲାରୁ – ୧
୧୦- ଗଞ୍ଜାମ ଜିଲ୍ଲାରୁ – ୧୨
୧୧- ଜଗତସିଂହପୁର ଜିଲ୍ଲାରୁ – ୬୦
୧୨- ଯାଜପୁର ଜିଲ୍ଲାରୁ – ୫୭
୧୩- ଝାରସୁଗୁଡ଼ା ଜିଲ୍ଲାରୁ – ୩
୧୪- କଳାହାଣ୍ଡି ଜିଲ୍ଲାରୁ – ୨
୧୫- କନ୍ଧମାଳ ଜିଲ୍ଲାରୁ – ୧୬
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୩୨
୧୭- କେନ୍ଦୁଝର ଜିଲ୍ଲାରୁ – ୧୬
୧୮- ଖୋର୍ଦ୍ଧାରୁ : ୩୯୯
୧୯- କୋରାପୁଟ ଜିଲ୍ଲାରୁ – ୨
୨୦- ମାଲକାନଗିରି : ୪
୨୧- ମୟୁରଭଞ୍ଜ ଜିଲ୍ଲାରୁ – ୩୩
୨୨- ନବରଙ୍ଗପୁର ଜିଲ୍ଲାରେ: ୪
୨୩- ନୟାଗଡ଼ ଜିଲ୍ଲାରୁ – ୨୫
୨୪- ନୂଆପଡ଼ା ଜିଲ୍ଲାରୁ – ୨
୨୫- ପୁରୀ ଜିଲ୍ଲାରୁ – ୫୮
୨୬- ରାୟଗଡ଼ା ଜିଲ୍ଲାରୁ – ୮
୨୭- ସମ୍ବଲପୁର ଜିଲ୍ଲାରୁ – ୨୪
୨୮- ସୋନପୁର ଜିଲ୍ଲାରୁ – ୩
୨୯- ସୁନ୍ଦରଗଡ଼ ଜିଲ୍ଲାରୁ – ୨୦
୩୦- ଷ୍ଟେଟ ପୁଲ- ୮୪

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଅଢେଇ ହଜାର ତଳକୁ ଖସିଲା କରୋନା ଗ୍ରାଫ୍, ନିୟନ୍ତ୍ରଣକୁ ଆସୁଛି ମହାମାରି ପରିସ୍ଥିତ

ଭୁବନେଶ୍ବର, ରାଜ୍ୟରେ ଧିରେଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ପୂର୍ବରୁ ତିନିହଜାର ପାଖାପାଖି ରହୁଥିଲା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଏହା ଅଢେଇ ହଜାର ତଳକୁ ଖସି ଆସିଛି।

ସଦ୍ୟତମ ସୂଚନା ଅନୁସାରେ ଗତ 24 ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି 2 ହଜାର 487 ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ  କ୍ୱାରେଣ୍ଟାଇନରୁ 1428 ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି 1059 । ଗତକାଲି ରାଜ୍ୟରୁ 2 ହଜାର ୮03 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Categories
ଜାତୀୟ ଖବର ବିଶେଷ ଖବର

ଜାଣିଛନ୍ତି ବର୍ତ୍ତମାନ ସାରା ଦେଶରେ କରୋନାର ସ୍ଥିତି କିପରି ରହିଛି, ଟୀକାକରଣ କେତେ ହୋଇଛି ?

ନୂଆଦିଲ୍ଲୀ, ସାରା ଦେଶରେ ଟୀକାକରଣ ଅଭିଯାନ ଅଧୀନରେ ଏ ପର୍ଯ୍ୟନ୍ତ 35 କୋଟି 12 ଲକ୍ଷ ଟିକା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଗତକାଲି 63 ଲକ୍ଷ 87 ହଜାରରୁ ଅଧିକ ଟିକା ଡୋଜ ଗୋଟିଏ ଦିନରେ ଦିଆଯାଇଥିଲା।

ଏହି ସମୟରେ, କୋଭିଡରୁ ଦେଶରେ ସୁସ୍ଥ ହାର 97.09 ପ୍ରତିଶତକୁ ବୃଦ୍ଧି ପାଇଛି। ମନ୍ତ୍ରଣାଳୟ କହିଛି ଯେ ଗତକାଲି 52 ହଜାରରୁ ଅଧିକ ରୋଗୀ ସୁସ୍ଥ ହୋଇଥିଲେ। ଏହି ସମୟ ମଧ୍ୟରେ 43 ହଜାରରୁ ଅଧିକ ନୂତନ କୋଭିଡ ରୋଗୀ ଚିହ୍ନଟ ହୋଇଥିଲେ। ଗତ 52 ଦିନ ଧରି ନୂତନ ସଂକ୍ରମିତଙ୍କ ତୁଳନାରେ ପ୍ରତିଦିନ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ଅଧିକ ରହୁଛି।

ବର୍ତ୍ତମାନ ପର୍ଯ୍ୟନ୍ତ ସାରା ଦେଶରେ ଏହି ମହାମାରୀରୁ 2 କୋଟି 96 ଲକ୍ଷ ଲୋକ ସଂକ୍ରମଣ ମୁକ୍ତ ହୋଇଛନ୍ତି। 4 ଲକ୍ଷ 85 ହଜାର 350 ରୋଗୀ ଚିକିତ୍ସିତ ହେଉଛନ୍ତି। ଗତକାଲି କୋଭିଡରେ 9 ଶହ 55 ଜଣଙ୍କର ମୃତ୍ୟୁ ହୋଇଥିଲା। ଏଥିମଧ୍ୟରେ ମହାମାରୀ ହେତୁ ମୃତକଙ୍କ ସଂଖ୍ୟା ଚାରି ଲକ୍ଷ ଦୁଇ ହଜାର ପାଞ୍ଚକୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ କୋଭିଡ ପରୀକ୍ଷଣର କ୍ଷମତା ମଧ୍ୟ ବୃଦ୍ଧି କରାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ଏପର୍ଯ୍ୟନ୍ତ 41 କୋଟି 82 ଲକ୍ଷ ନମୁନା ପରୀକ୍ଷା କରାଯାଇଛି। ଗତକାଲି 18 ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଇଥିଲା।

ଗତ ୨୪ ଘଣ୍ଟାରେ ଦେଶରେ ୪୩ ହଜାର ୭୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୯୫୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୫ ଲକ୍ଷ ୪୫ ହଜାର ୪୩୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫୮ ହଜାର ୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮୫ ହଜାର ୩୫୦ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଚିଲିକା କରୋନା ଅପଡେଟ: ସଂକ୍ରମଣ ସ୍ଥିର, ଆସନ୍ତାକାଲି ବାଣପୁରରେ ଦ୍ଵିତୀୟ ଡୋଜ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୪ ଜଣ, ଚିଲିକା ବ୍ଲକରେ ୧୩ ଜଣ, ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨ ଜଣ, ଚିଲିକା ବ୍ଲକରୁ ୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୫୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୪ ଜଣ, ଚିଲିକା ବ୍ଲକରେ ୬୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ୧୦୦ ଗୋଟି, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଟି ଏବଂ ସୁନାଖେଳା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଚିଲିକା କରୋନା ଅପଡେଟ: ସଂକ୍ରମଣ ସାମାନ୍ୟ, ଆସନ୍ତାକାଲି ବାଣପୁରରେ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୮ ଜଣ, ଚିଲିକା ବ୍ଲକରେ ୯ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୯ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୮ ଜଣ, ଚିଲିକା ବ୍ଲକରୁ ୧୭ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୬ ଜଣ, ଚିଲିକା ବ୍ଲକରେ ୫୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୫୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ସୁନାଖଳା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୨୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ପୁଣି ଉପରମୁହାଁ ହେଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ମିଳିବ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ, ଚିଲିକା ବ୍ଲକରେ ୧୭ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୦ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୨ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୯୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୭ ଜଣ, ଚିଲିକା ବ୍ଲକରେ ୬୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲ, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ସୁନାଖେଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ନୀଳାଦ୍ରିପ୍ରସାଦ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ଆସନ୍ତାକାଲି ୧୦୦ ଗୋଟି ଲେଖାଏଁ ୪୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଈରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୩୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ବାଲୁଗାଁରେ ହେବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଲଗାତାର ଭାବେ ନିମ୍ନଗାମୀ ହେଉଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ, ଚିଲିକା ବ୍ଲକରେ ଜଣେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୩୬ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୫୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଲୁଗାଁରେ ଟୀକାକରଣ ଚାଲୁ ରହିବ। ବାଲୁଗାଁ ଉଚ୍ଚ ବିଦ୍ୟାଳୟ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୨୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ଆଜି ହ୍ରାସ ପାଇଛି ସଂକ୍ରମଣ, ଆସନ୍ତାକାଲି କେବଳ ବାଣପୁରରେ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ତଳମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୬୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୩ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୨ ଜଣ, ଚିଲିକା ବ୍ଲକରେ ୭୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୧ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଣପୁରରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ଆସନ୍ତାକାଲି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: କମିଲା ସଂକ୍ରମଣ, ଆସନ୍ତାକଲି ଚାରୋଟି ସ୍ଥାନରେ ମିଳିବ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୯ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୪ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୧୧୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ଗମ୍ଭାରୀମୁଣ୍ଡା ଓ ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଆସନ୍ତାକାଲି ୧୦୦ ଲେଖାଏଁ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ଚିଲିକାରେ କେବଳ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ୧୦୦ ଜଣ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀମାନେ ସୂଚନା ଦେଇଛନ୍ତି।