Categories
ଆଜିର ଖବର ରାଜ୍ୟ ଖବର

ଶିଶୁ ଶ୍ରମ ମୁକ୍ତ ଓଡିଶା: ମୋବାଇଲ ଭ୍ୟାନ ଅଭିଯାନ ସଚେତନ ରଥର ଶୁଭାରମ୍ଭ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ଖୋର୍ଦ୍ଧା: ଆଜି ସକାଳ ୯.୩୦ ସମୟରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଜିଲ୍ଲା ଶ୍ରମ ଅଧିକାରୀଙ୍କ ତରଫରୁ ଆୟୋଜନ ହୋଇଥିବା ମୋବାଇଲ ଭ୍ୟାନ ଅଭିଯାନ ସଚେତନ ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଶିଶୁ ଶ୍ରମକୁ ହଟାଇବା ପାଇଁ ସଚେତନତା ସୃଷ୍ଟି କରିବା ଏହି ମୋବାଇଲ୍ ଭ୍ୟାନ୍ ଅଭିଯାନର ଲକ୍ଷ୍ୟ।

ଅତିରିକ୍ତ ଜିଲ୍ଲପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ସବ୍-କଲେକ୍ଟରଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲାପାଳ ପରିସରରେ ଏହି ଅଭିଯାନରେ ସି. ଡ଼ବ୍ଲୁ ସି ସଦସ୍ୟ/ଡ଼ି. ଆଇ. ପି. ଆର. ଓ. ବିଭାଗୀୟ ଶ୍ରମ କମିଶନର, ଖୋର୍ଦ୍ଧା/ଭୁବନେଶ୍ୱର, ଡ଼ି. ଏଲ. ଓ., ଖୋର୍ଦ୍ଧା,/ଭୁବନେଶ୍ୱର, ଜିଲ୍ଲା ଶିକ୍ଷା ଅଧିକାରୀ /ବାଲୁଗାଁ ର ଏ. ଏଲ. ଓ. ମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଖୋର୍ଦ୍ଧା ଜିଲ୍ଲାର ଭୋଟ ଗଣତି ତିନୋଟି ସ୍ଥାନରେ ହେବ, ଜିଲ୍ଲା ପ୍ରଶାସନ ତରଫରୁ ପ୍ରସ୍ତୁତି

ଭୁବନେଶ୍ବର: ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପ୍ରକ୍ରିୟା ସ୍ୱରୂପ ଆସନ୍ତାକାଲି ସକାଳ ୮ ଘଟିକାରେ ଭୋଟ ଗଣନା ଆରମ୍ଭ ହେବ । ଖୋରଧା ଜିଲ୍ଲାର ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର- ଏକାମ୍ର ଓ ଜଟଣୀ ବିଧାନସଭା କ୍ଷେତ୍ର ନିମନ୍ତେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ, ଚିଲିକା ବିଧାନସଭା କ୍ଷେତ୍ର ପାଇଁ ଖୋର୍ଦ୍ଧାସ୍ଥିତ ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟ ଏବଂ ବେଗୁନିଆ ଓ ଖୋର୍ଦ୍ଧା ନିମନ୍ତେ ଜିଲ୍ଲା ୱେର ହାଉସ ଠାରେ ଭୋଟ ଗଣତି ହେବ ।

ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାରେ ସ୍ଵଛ, ଅବାଧ, ନିରପେକ୍ଷ ଭାବେ ନିର୍ବାଚନ ପରିଚାଳନା ଏବଂ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଯାରି ନିର୍ଦ୍ଦେଶାନାମାର ପାଳନ ପୂର୍ବକ ମତଦାନ ଗଣନା କେନ୍ଦ୍ର ପରିସରରେ କୌଣସି ପ୍ରକାର ମୋବାଇଲ ଫୋନ, ଟାବଲେଟ, ସ୍ମାର୍ଟ ୱ୍ୟାଚ, ଯୋଗାଯୋଗ ରକ୍ଷା ଓ ରେକର୍ଡ଼ିଂ କରିବା ଭଳି ଇଲୋକ୍ଟ୍ରୋନିକ୍ସ ଯନ୍ତ୍ରପାତି ବ୍ୟବହାର ଉପରେ ନିଷେଧାଦେଶ ଯାରି କରାଯାଇଛି ।

କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷ ଏହାକୁ ନେଇ ପାରିବେ କିମ୍ବା ବ୍ୟବହାର କରିପାରିବେ । ଏହି ନିଷେଧଦେଶ ଆସନ୍ତାକାଲି ଭୋର ୪ ଘଟିକା ଠାରୁ ଗଣନା କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ବଳବତ୍ତର ରହିବା ନେଇ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଚଞ୍ଚଳ ରାଣା ଏକ ନିର୍ଦ୍ଦେଶନାମା ଯାରି କରିଛନ୍ତି । ଖିଲାପ କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ଭାରତୀୟ ପିଙ୍ଗଳ ଆଇନର ଧାରା-୧୮୮ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏହି ନିର୍ଦ୍ଦେଶାନାମାରେ ଉଲ୍ଲେଖ ରହିଛି।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ସମ୍ଭାବ୍ୟ ଲଘୁଚାପ ଜନିତ ବର୍ଷାକୁ ନେଇ ସମୀକ୍ଷା: ଷ୍ଟ୍ରଙ୍ଗରୁମ ସୁରକ୍ଷା ଉପରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଗୁରୁ୍ତ୍ୱାରୋପ

ଖୋର୍ଦ୍ଧା: ସ୍ବତନ୍ତ୍ର ରିଲିଫ କମିଶନର, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶନାରେ ଜିଲ୍ଲାରେ ନିର୍ବାଚନ ସମୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଥିବାରୁ ଏଥିନିମନ୍ତେ ବିଭାଗୀୟ ବିହିତ ପଦକ୍ଷେପ ଗ୍ରହଣ ରହିବାକୁ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଭରଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ସମସ୍ତ ବୁଥରେ ମତଦାନ ସୂଚାରୁ ଭାବେ କିଭଳି କରାଯିବ ଏବଂ ସମ୍ଭାବ୍ୟ ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ଗ୍ରହଣ କରିବାକୁ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପୋଲିଂ ପାର୍ଟି ମତଦାନ କେନ୍ଦ୍ର ଅଭିମୁଖେ ଯିବା ଆରମ୍ଭ କରିବାଠାରୁ ସୁରକ୍ଷିତ ଭାବେ ଇଭିଏମ ଷ୍ଟ୍ରଙ୍ଗରୁମକୁ ଆଣିବା ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯିବ। ସେହିଭଳି ଇଭିଏମ ରହୁଥିବା ଷ୍ଟ୍ରଙ୍ଗରୁମ ଗୁଡିକୁ ବର୍ଷା ଓ ପବନ ପ୍ରତିରୋଧ କରାଯାଇଛି। ଅନ୍ୟପକ୍ଷରେ ଏଥିନିମନ୍ତେ ବ୍ୟକ୍ତିଗତ ସ୍ତରରେ ପ୍ରସ୍ତୁତ ରହିବାକୁ ପୋଲିଂ ପାର୍ଟି ଗୁଡିକୁ ମଧ୍ୟ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହି ପାଣିପାଗ ଆସନ୍ତା ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ରହିବା ନେଇ ପୂର୍ବାନୁମାନ କରାଯାଇଛି। ଆବଶ୍ୟକ ସ୍ଥଳେ ତ୍ୱରିତ ସେବା ପ୍ରଦାନ ପାଇଁ ଅଗ୍ନିଶମ, ବିଦ୍ୟୁତ, ଆମ୍ବୁଲାନ୍ସ, ଡାକ୍ତରୀସେବା ଏବଂ ଟେଲିଫୋନ ସେବା ପ୍ରଦାନକାରୀ ବିଭାଗଗୁଡ଼ିକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଆବଶ୍ୟକ ସ୍ଥଳେ କ୍ଷତିଗ୍ରସ୍ତ ର ଆଶଙ୍କା ଥିବା ବୁଥ ପ୍ରତି ଆଗୁଆ ସଜାଗ ରହିବାକୁ   ତହସିଲଦାର, ବିଡ଼ିଓ, ଅଗ୍ନିଶମ ବାହିନୀ, ବିଦ୍ୟୁତ ବିଭାଗକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକୀୟ ଖାଦ୍ୟସାମଗ୍ରୀ, ଟାଙ୍କର ମାଧ୍ୟମରେ ପିଇବା ପାଣି ଯୋଗାଇ ଦେବାକୁ  ନିର୍ଦ୍ଦେଶ  ଦେଇଛନ୍ତି। ଲୋକମାନଙ୍କୁ ସଚେତନ କରିବା ପାଇଁ ପଦକ୍ଷେପ ନେବାକୁ ବିଡ଼ିଓ ଓ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବି ଏମ୍ .ସି.ର ଡେପୁଟି କମିଶନର, ଜରୁରୀ ବିଭାଗ ଙ୍କୁ ‌ପଲିଥିନ ଯୋଗାଇ ଦେବାକୁ ପରାମର୍ଶ  ଦିଆଯାଇଛି।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ, ଭୂବନେଶ୍ବର, ରୁଦ୍ରନାରାୟଣ ମହାନ୍ତି, ଉପଜିଲ୍ଲାପାଳ, ଖୋର୍ଦ୍ଧା, ଦୀପ୍ତିରଞ୍ଜନ ସେଠୀ,  ଜରୁରୀକାଳୀନ ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲର ସମୟ ପରିବର୍ତ୍ତନ କଲେ ଜିଲ୍ଲାପାଳ, ଜାଣନ୍ତୁ କେତେବେଳେ ହେବ ଖୋଲା

ଖୋର୍ଦ୍ଧା: ବର୍ତ୍ତମାନ ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଜାରୀ ରହିଛି। ସକାଳୁ ମଧ୍ୟ ବାହାରୁ ବାହାରିବା ସମ୍ଭବ ହୋଇପାରୁ ନାହିଁ। ଗତକାଲି ଭୁବନେଶ୍ବରର ତାପମାତ୍ର ସର୍ବାଧିକ ଥିଲା। ଏହା 43 ଡିଗ୍ରୀ ଛୁଇଁଥିଲା। ଯାହା ପୁରା ଏସିଆ ମହାଦେଶର ଷଷ୍ଠତମ ଗରମ ସହର ଭାବେ ପରିଲକ୍ଷିତ ହୋଇଛି।

ଏହି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲର ସମୟ ପରିବର୍ତ୍ତନ କରିଛନ୍ତି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସେଥିରେ କୁହାଯାଇଛି ଯେ,  “ଜିଲ୍ଲାର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ର ସକାଳ ସାଢେ ୬ ରୁ ସାଢେ ୧୦ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ ।ଏହା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ।”

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ତତ୍ପରତା: ଟାଙ୍ଗୀର ବିଭିନ୍ନ ମତଦାନ କେନ୍ଦ୍ର ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ସାଧାରଣ ନିର୍ବାଚନକୁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ ଏବେ ଠାରୁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିସାରିଲାଣି। କିଭଳି କେଉଁ ଠାରେ କିଛି ତ୍ରୁଟି ରହିବ ନାହିଁ, ତାହାକୁ ପ୍ରଶାସନ ଗୋଟି ଗୋଟି କରି ସମୀକ୍ଷା କରୁଛି। ଆଜି ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଟାଙ୍ଗୀ ଗସ୍ତରେ ଆସି ଟାଙ୍ଗୀର ବିଭିନ୍ନ ଭୋଟଦାନ କେନ୍ଦ୍ର ବୁଲି ସମୀକ୍ଷା କରିଛନ୍ତି।

ଟାଙ୍ଗୀର ବଳରାମ ଦେବ ବିଦ୍ୟାପୀଠ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଣଶ ପୁର ପ୍ରାଥମିକ ବିଦ୍ୟାଳୟ ଆଦି ଭୋଟଦାନ କେନ୍ଦ୍ର ବୁଲି ସେଗୁଡିକର ଭିତ୍ତିଭୂମି ସମୀକ୍ଷା କରିବା ସହ ବିଦ୍ୟୁତ ସଂଯୋଗ, ଫ୍ୟାନ, ଶୌଚାଳୟ ଆଦି ତଦାରଖ କରିଛନ୍ତି। ଭୋଟଦାନ କେନ୍ଦ୍ର ଗୁଡିକ ପରିସର ସ୍ୱଚ୍ଛ ରହିଥିବାରୁ ଜିଲ୍ଲାପାଳ ଖୁସି ବ୍ୟକ୍ତ କରିଛନ୍ତି।

ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ସହ ଟାଙ୍ଗୀ ବିଡ଼ିଓ ରେଶ୍ମା ଟେଟେ, ଟାଙ୍ଗୀ ଗ୍ରାମ ପଂଚାୟତ ସରପଞ୍ଚ କିଶୋର କୁମାର ବେହେରା ପ୍ରମୁଖ ସାମିଲ ହୋଇଥିଲେ।

Categories
ଆଞ୍ଚଳିକ

ଜିଲ୍ଲା ଛାଡିବା ପୁର୍ବରୁ ମା’ ଭଗବତୀଙ୍କ ଆଶୀର୍ବାଦ ନେଲେ ଖୋର୍ଦ୍ଧା ବିଦାୟୀ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ

ବାଣପୁର (ସୀତାରାମ ଅଗ୍ରୱାଲ): ଜିଲ୍ଲା ଛାଡିବା ପୁର୍ବରୁ ମା’ ଭଗବତୀ ମନ୍ଦିର ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ଖୋର୍ଦ୍ଧାର ବିଦାୟୀ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ଶ୍ରୀ ଚକ୍ରବର୍ତ୍ତୀ ଆଜି ପୂର୍ବାହ୍ନରେ ହଠାତ ମା’ ଭଗବତୀ ମନ୍ଦିର ପହଞ୍ଚି ମା’ ଙ୍କ ଦର୍ଶନ କରିଥିଲେ।  ମା’ ଙ୍କ ପୂଜାର୍ଚ୍ଚନା କରିବା ସହ ଜଗତର ମଙ୍ଗଳ କାମନା କରି ଜିଲ୍ଲାବାସୀଙ୍କଠାରୁ ବିଦାୟ ନେବାପାଇଁ ପ୍ରସ୍ତୁତ ହେଉଛନ୍ତି ଜିଲ୍ଲାପାଳ। ଆସନ୍ତାକାଲି ନୂତନ ଜିଲ୍ଲାପାଳ ଚଞ୍ଚଳ ରାଣା ଦାୟିତ୍ୱ ଗ୍ରହଣ କରିବେ।

ତେବେ ଶ୍ରୀ ଚକ୍ରବର୍ତ୍ତୀଙ୍କ କାର୍ଯ୍ୟକାଳ ମଧ୍ୟରେ ମା’ ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ଆରମ୍ଭ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ବିଦାୟୀ ଜିଲ୍ଲାପାଳ। ତତସହିତ ଜିଲ୍ଲାରେ ଦୀର୍ଘ ଦେଢ଼ ବର୍ଷ ଧରି କାର୍ଯ୍ୟକାଳ ମଧ୍ୟରେ ଏକାଧିକ ସ୍ମୃତି ସାଉଁଟିଛନ୍ତି ବିଦାୟୀ ଜିଲ୍ଲାପାଳ।

ସୂଚନା ଥାଉକି ଖୋର୍ଦ୍ଧା ଜିଲ୍ଲାରେ କାର୍ଯ୍ୟରେ ଯୋଗଦେବା ଦିନଠାରୁ ଜିଲ୍ଲାର ଉନ୍ନତି ପାଇଁ ଅହରହ କାର୍ଯ୍ୟ କରୁଥିବାର ଶ୍ରୀ ଚକ୍ରବର୍ତ୍ତୀଙ୍କୁ ଦେଖିବାକୁ ମିଳିଛି। ଏପରିକି ବିଳମ୍ବିତ ରାତ୍ରି ଏବଂ ଛୁଟି ଦିନରେ ମଧ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଖୋଲା ଥାଏ। ଜଣେ ଦାଇତ୍ୱବାନ, କର୍ତ୍ତବ୍ୟନିଷ୍ଠ, ସଚ୍ଚୋଟ ଓ ଶକ୍ତ ଅଧିକାରୀ ଭାବେ ଜଣାଶୁଣା ଶ୍ରୀ ଚକ୍ରବର୍ତ୍ତୀ ନିଜର କାର୍ଯ୍ୟକାଳ ମଧ୍ୟରେ ଜିଲ୍ଲାବାସୀଙ୍କ ଆସ୍ଥାଭାଜନ ହୋଇପାରିଛନ୍ତି। ଜିଲ୍ଲାର ବିଭିନ୍ନ ମେଡିକାଲ ଅଚାନକ ପରିଦର୍ଶନ ହେଉ ଅବା ବିଭିନ୍ନ ସ୍ଥାନକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ ଏବଂ ଜନ ଅଭିଯୋଗ ଶୁଣାଣି ହେଉ ଏହା ଜିଲ୍ଲାପାଳଙ୍କୁ ଜନସାଧାରଣଙ୍କ ନିକଟବର୍ତ୍ତୀ କରିପାରିଛି।

ଶ୍ରୀ ଚକ୍ରବର୍ତ୍ତୀ ବର୍ତ୍ତମାନ ମାଇନର ମିନେରାଲ୍ସ ଭୁବନେଶ୍ୱରର ନିର୍ଦ୍ଦେଶକ ଭାବେ ନୂତନ ଦାଇତ୍ୱ ଗ୍ରହଣ କରିବେ। ଗତକାଲି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ବିଦାୟୀ ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

Categories
ଆଞ୍ଚଳିକ

ଚିଲିକା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୦୯ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୩ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଏକ ଜଣଙ୍କୁ ୫୦୦୦/-ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ସି ଡ଼ି ଏମ୍ଓ , ଡଃ ଆର୍ତ୍ତଵନ୍ଧୁ ନାୟକ/ବିଡିଓ, ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ନିଯୁକ୍ତି ହେଲେ ନୂଆ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି। ନିର୍ବାଚନ ପୂର୍ବରୁ ଯେଉଁ ଜିଲ୍ଲାପାଳ ପ୍ରାୟ ତିନିବର୍ଷ ପାଖାପାଖି ଗୋଟିଏ ସ୍ଥାନରେ ଅଛନ୍ତି ସେମାନଙ୍କୁ ବଦଳି କରାଯାଇଛି। ଏପରିକି ତିନିବର୍ଷ ପୁରିବାକୁ କେତେମାସ ବାକି ଥିବା ଜିଲ୍ଲାପାଳଙ୍କୁ ମଧ୍ୟ ରାଜ୍ୟ ସରକାର ବଦଳି କରିଦେଇଛନ୍ତି।

କେ ସୁଦର୍ଶନ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଜୁନ 2022 ମସିହାରେ ଯୋଗ ଦେଇଥିଲେ। ଯୋଗ ଦେବାଠାରୁ ସେ ଜଣେ ଦକ୍ଷ ଅଫିସର ଭାବେ କାର୍ଯ୍ୟ କରିଥିଲେ। ଜିଲ୍ଲାର କୋଣ ଅନୁକୋଣକୁ ସେ ପରିଦର୍ଶନରେ ଯାଇ ଲୋକଙ୍କ ସମସ୍ୟାର ସମାଧାନ କରୁଥିଲେ। ତେବେ ତାଙ୍କ ବଦଳରେ ବର୍ତ୍ତମାନ ନୂଆ ଜିଲ୍ଲାପାଳ ଭାବେ ଚଞ୍ଚଳ ରଣାଙ୍କୁ ନିଯୁକ୍ତି ଦିଆଯାଇଛି। ସେ ବର୍ତ୍ତମାନ ବଲାଙ୍ଗିର ଜିଲ୍ଲାପାଳ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଜ଼ିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କଳା ସଂସ୍କୃତି ସଂଘର ସାଧାରଣ ପରିଷଦ ବୈଠକ

ଖୋର୍ଦ୍ଧା: ଶୁକ୍ରବାର ଦିନ ଅପରାହ୍ନ ୩ ଘଟିକା ସମୟରେ ଜିଲ୍ଲାର ସମସ୍ତ ବ୍ଲକ କଳା ସଂସ୍କୃତି ସଂଘର ନୂତନ ଭାବେ ମନୋନୀତ ହୋଇଥିବା ସଦସ୍ୟ ମାନଙ୍କୁ ନେଇ ଜ଼ିଲ୍ଲା କଳା ସଂସ୍କୃତି ସଂଘ, ଖୋରଧାର ପ୍ରଥମ ସାଧାରଣ ପରିଷଦ ବୈଠକ ଜିଲ୍ଲାପାଳ-ତଥା -ଅଧ୍ୟକ୍ଷଙ୍କ ଅଧକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା କଳା ସଂସ୍କୃତି ସଂଘର ଉପସଭାପତି ଭାବେ କବିରାଜ ପ୍ରଧାନ (ଖୋରଧା ବ୍ଲକ) ସଂଖ୍ୟାଗରିଷ୍ଠ ସଦସ୍ୟଙ୍କ ସମର୍ଥନରେ ନିର୍ବାଚିତ ହୋଇଥିଲେ।

ଏହି ବୈଠକରେ ଜିଲ୍ଲାର ଲୋକକଳା କଳାକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ, ସମସ୍ୟା ଓ ସମାଧାନ ଉପରେ ଆଲୋଚନା କରାଯାଇଥିଲା। ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ସମ୍ପାଦକ ଏହି ବୈଠକକୁ ପରିଚାଳନା କରିବା ସହ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଞ୍ଚଳିକ

ବାଲିପାଟଣା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

ଭୁବନେଶ୍ଵର: ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ବାଲିପାଟଣା ବ୍ଲକରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଡା ବାଦଲ କୁମାର ମହାନ୍ତି ଏବଂ ସିଡ଼ିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ।

ଉକ୍ତ ଶିବିରରେ ମୋଟ ୬୮ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ତନ୍ମଧ୍ୟରୁ ୬୨ ଗୋଟି ବ୍ୟକ୍ତିଗତ ଓ ୪ ଗୋଟି ସାମୁହିକ ଅଭିଯୋଗ ଥିଲା। ସେହିପରି ଭାବେ ୨ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବାଲିପାଟଣା ବିଡ଼ିଓ, ତହସିଲଦାର, ଭୁବନେଶ୍ୱର ଜୋନ-୪ ଏସିପି ଏବଂ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଟାଙ୍ଗୀ ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୭ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୨୮ ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳ ବିଶେଷରେ ୩ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ତେବେ ଜଣେ ହିତାଧିକାରୀଙ୍କୁ ୫୦୦୦/-ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଶିବିରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ, ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ରେଶମା ଟେଟେ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଦଶହରା ଉପଲକ୍ଷେ ମା’ ଭଗବତୀ ମନ୍ଦିର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ବାଣପୁର (ସୀତାରାମ ଅଗ୍ରୱାଲ): ପବିତ୍ର ଦଶହରା ଉପଲକ୍ଷେ ଜିଲ୍ଲାର ବିଭିନ୍ନ ଶକ୍ତିପିଠ ପରିଦର୍ଶନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ଼.ବାଦଲ କୁମାର ମହାନ୍ତି। ଆଜି ଅପରାହ୍ନରେ ଉଭୟ ଅଧିକାରୀ ବାଣପୁର ମା’ ଭଗବତୀ ମନ୍ଦିର ପରିଦର୍ଶନକୁ ଆସି ମା’ଙ୍କ ଆଶୀର୍ବାଦ ନେଇଥିଲେ।

ମନ୍ଦିର ପରିସରରେ ଭକ୍ତଙ୍କ ପ୍ରବଳ ଭିଡ଼ ଥିବାରୁ ଭକ୍ତଙ୍କ ଦର୍ଶନ ସୁବିଧା ଦୃଷ୍ଟିରୁ ବେଢାରେ କିଛି ସମୟ ଦର୍ଶନ ପାଇଁ ଅପେକ୍ଷା କରି ରହିଥିଲେ ଜିଲ୍ଲାପାଳ। ଏହି ସମୟରେ ସେବାୟତମାନେ ମନ୍ଦିର ଉନ୍ନୟନ କାର୍ଯ୍ୟ ବିଷୟରେ ଜିଲ୍ଲାପାଳଙ୍କୁ ପଚାରିଥିବା ବେଳେ ମନ୍ଦିର ଉନ୍ନୟନ ପାଇଁ ବାରମ୍ବାର ଟେଣ୍ଡର ଡକାଯାଉଥିଲେ ସୁଦ୍ଧା କେହି ଆବେଦନ ନକରିବାରୁ ତାହା ବାତିଲ ହେଉଯାଉଥିବା ଜିଲ୍ଲାପାଳ କହିବା ସହ ଦୁଃଖପ୍ରକାଶ କରିଥିଲେ।

ତେବେ ମା’ଙ୍କ ଆଶୀର୍ବାଦରୁ ଖୁବ ଶୀଘ୍ର ମନ୍ଦିର ଉନ୍ନୟନ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା କରିଛନ୍ତି ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ। ଏଥିସହିତ ମା’ ଭଗବତୀ ମନ୍ଦିରରେ କୁକୁର ବୁଲୁଥିବା ବିଷୟରେ ପୁର୍ବରୁ ଖବର ପ୍ରକାଶ ପାଇଥିବା ବେଳେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଉକ୍ତ ବିଷୟରେ ତାଗିଦ କରିଥିଲେ ଜିଲ୍ଲାପାଳ।

ଅନୁରୂପ ଭାବେ ଆସନ୍ତା ୨୬ ତାରିଖରେ ପଲଟନ ପଡିଆରେ ବାଣପୁର ବ୍ଲକ ଆନୁକୂଲ୍ୟରେ ହେବାକୁ ଥିବା ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ସ୍ଥଳ ଅନୁଧ୍ୟାନ କରିବା ପରେ ଜିଲ୍ଲାପାଳ ଟାଙ୍ଗୀ ଉଗ୍ରତାରା ମନ୍ଦିର ଅଭିମୁଖେ ପ୍ରସ୍ଥାନ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆର.ଡି.ସି (କେନ୍ଦ୍ରାଞ୍ଚଳ) ସୁରେଶ ଚନ୍ଦ୍ର ଦଳାଇଙ୍କ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିରୀକ୍ଷଣ

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଆର.ଡି. ସି. (କେନ୍ଦ୍ରାଞ୍ଚଳ) ସୁରେଶ ଚନ୍ଦ୍ର ଦଳାଇ ଦଳାଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସମସ୍ତ ବିଭାଗର ନିରୀକ୍ଷଣ କରିଛନ୍ତି। ନିରୀକ୍ଷଣ ସମୟରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବାଦଲ ଚନ୍ଦ୍ର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା ପ୍ରମୁଖ ଉପସ୍ଥିତ ଥିଲେ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗ ଯଥାକ୍ରମେ ଇ -ଗଭାର୍ଣ୍ଣାନ୍ସ, ସାଧାରଣ ଓ ବିବିଧ, ଏଷ୍ଟାବ୍ଲିସମେଣ୍ଟ, ରାଜସ୍ୱ ବିଭାଗ, ଲ୍ୟାଣ୍ଡ ରେକର୍ଜ, ଜରୁରୀ ବିଭାଗ, ଅଭିଯୋଗ ପ୍ରକୋଷ୍ଠ,ଜିଲ୍ଲା ପରିଷଦ କାର୍ଯ୍ୟାଳୟ, ଅବକାରୀ ବିଭାଗ, ଆର. ଟି. ଓ., ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଏବଂ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ନିରୀକ୍ଷଣ କରିଛନ୍ତି ଆର.ଡ଼ି.ସି ଶ୍ରୀ ଦଳାଇ।

ସମସ୍ତ ବିଭାଗକୁ ନିରୀକ୍ଷଣ ସମୟରେ ବିଭିନ୍ନ ଅଭିଯୋଗଗୁଡ଼ିକୁ ତୁରନ୍ତ ସମାଧାନ କରିବାକୁ ଏବଂ ଜମିଜମା ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟ ୫-ଟି ଆଧାରରେ ସଫଳ ରୂପାୟନ କରିବାକୁ ପରାମର୍ଶ ଦେଇଥିଲେ ଆର.ଡ଼ି.ସି ଶ୍ରୀ ଦଳାଇ। ଅନୁରୂପ ଭାବେ ବିଭିନ୍ନ ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରି କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ ଆର.ଡ଼ି.ସି।

Categories
ଆଞ୍ଚଳିକ

ଆଜି ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର: ହଠାତ ମେଡିକାଲ ପରିଦର୍ଶନ କଲେ ସିଡ଼ିଏମଓ

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ବାଣପୁର ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର ଅନୁଷ୍ଠିତ ହେବ। ତେବେ ହଠାତ ବାଣପୁର ମେଡିକାଲ ଗସ୍ତରେ ସିଡ଼ିଏମଓ ଡା ଆର୍ତ୍ତବନ୍ଧୁ ନାୟକ ଆସିଥିଲେ। ଡା ନାୟକ ବାଣପୁର ମେଡିକାଲ ପରିସରରେ ରୋଗୀଙ୍କୁ ଦିଆ ଯାଉଥିବା ବିଭିନ୍ନ ସେବା ଗୁଡିକ ତଦାରଖ କରିଥିଲେ। ମେଡିକାଲ ପରିସରରେ ଚାଲିଥିବା ସମସ୍ତ ବହିର୍ବିଭାଗ ସେଣ୍ଟରକୁ ଯାଇ ସେଠାରେ କାର୍ଯ୍ୟରତ ଡାକ୍ତରଙ୍କୁ ସେ ବିଭିନ୍ନ ବିଷୟ ପଚାରିଥିଲେ।

ରୋଗୀ ମାନଙ୍କ ସଠିକ କ୍ରମରେ ନାମ ପଞ୍ଜିକରଣ, ଉପଯୁକ୍ତ ସେବା, ବେସରକାରୀ ମେଡ଼ିସିନ ପ୍ରେସକ୍ରାଇବ ନକରିବା ଆଦି ବିଷୟରେ ତାଗିଦ କରିଥିଲେ। ଏହି ସମୟରେ କିଛି ଜନସାଧାରଣ ବାଣପୁର ମେଡିକାଲରେ ଆଖି ଓ ଦାନ୍ତ ଡାକ୍ତରଙ୍କୁ ନିଯୁକ୍ତି ଦେବା ପାଇ ସିଡ଼ିଏମଓ ଙ୍କୁ ଅନୁରୋଧ କରିଥିବା ବେଳେ ଜଣେ ଫିଜିଓଥେରାପି ଡାକ୍ତର ବାଣପୁର ମେଡିକାଲରେ ନିକଟରେ ନିଯୁକ୍ତି ହୋଇଛନ୍ତି ଏବଂ ଅନ୍ୟ ବିଭାଗର ଡାକ୍ତରମାନେ ଖୁବ ଶୀଘ୍ର ନିଯୁକ୍ତି ହେବେ ବୋଲି ସିଡ଼ିଏମଓ ଡା ନାୟକ କହିଥିଲେ।

ବାଣପୁର ମେଡିକାଲ ଆମ ହସ୍ପିଟାଲ ଯୋଜନାରେ ସାମିଲ ହୋଇଥିବାରୁ ଖୁବଶୀଘ୍ର ଏହାର କୟାକଳ୍ପ ହେବ ବୋଲି ସିଡ଼ିଏମଓ କହିଥିଲେ। ତତସହିତ ମେଡିକାଲ ଅଧିକାରୀ ଡା ରମାକାନ୍ତ ନାୟକଙ୍କ ସହ ମେଡିକାଲର ବିଭିନ୍ନ ସୁବିଧା ଅସୁବିଧା ବିଷୟରେ ଆଲୋଚନା କରି ବ୍ଲକ ଅଭିମୁଖେ ସିଡ଼ିଏମଓ ଗସ୍ତ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଖୋର୍ଦ୍ଧା ଜିଲ୍ଲାରେ ସ୍ୱାଧୀନତା ଦିବସ ପାଳନ, ଜିଲ୍ଲାପାଳ କଲେ ପତାକା ଉତ୍ତୋଳନ

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଏଥିରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ବିଜେବି ହାଇସ୍କୁଲ ପଡିଆରେ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।

ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ ଭାରତ ବର୍ଷର ମହାପୁରୁଷଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପ୍ରତ୍ୟେକ ନାଗରିକ ନିଜ ନିଜ ଦାୟିତ୍ୱ ଏବଂ କର୍ତ୍ତବ୍ୟ ପଥରେ ସଚେତନ ହେବା କୁ ଆହ୍ବାନ ଦେଇଥିଲେ। ସମସ୍ତେ ମିଳିମିଶି ଖୋର୍ଦ୍ଧା ଜିଲ୍ଲାକୁ ଏକ ଅଗ୍ରଣୀ ଜିଲ୍ଲା ଭାବେ ଗଢି ତୋଳିବା ପାଇଁ ସହଯୋଗର ହାତ ବଢ଼ାଇବାକୁ ପରାମର୍ଶ ଦେଇଥିଲେ। ଏକ ସମୃଦ୍ଧ ଓ ଶାନ୍ତିପ୍ରିୟ ସୁନାର ଭାରତ ବର୍ଷର ଆକାଂକ୍ଷା କରିଥିଲେ ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ।

ପରେଡରେ ଆଇଟିବିପି , ୬ଷ୍ଠ ଆଇ.ଆର.ବି ଯବାନ, ଏ.ପି.ଆର , ହୋମ୍ ଗାର୍ଡ, ଏନ୍.ସି.ସି.,ସ୍କାଉଟ, ଗାଇଡ, ସିଭିଲିଆନ ପ୍ରମୁଖ ଯୋଗ ଦେଇଥିଲେ। ସେଥିମଧ୍ୟରୁ ଶୃଙ୍ଖଳା ପାଇଁ ପୋଲିସ ‌କାଡେଟ ପୁରସ୍କୃତ ହୋଇଥିଲେ। ଏଥିସହିତ ୪ ଟି କାର୍ଯ୍ୟାଳୟ ପକ୍ଷରୁ ପ୍ରଜ୍ଞାପନ ମେଢ ପ୍ରଦର୍ଶିତ ହୋଇଥିଲା। ସେଥି ମଧ୍ୟରୁ ପ୍ରଥମ ସ୍ଥାନ ସ୍ବଚ୍ଛତା ରଥ ପାଇଁ ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦଙ୍କୁ ‌ଏବଂ ଦ୍ଵିତୀୟ ସ୍ଥାନ ପାଇଁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଙ୍କୁ ପୁରସ୍କୃତ କରାଯାଇଥିଲା।

ଏହି ଜିଲ୍ଲାର ସ୍ଵାଧୀନତା ସଂଗ୍ରାମୀ ପଣ୍ଡିତ ନାରାୟଣ ମିଶ୍ରଙ୍କ ପତ୍ନୀଙ୍କୁ ଉତ୍ତରୀୟ ଏବଂ ଫୁଲ ତୋଡା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ହୋଇଥିବା କୃତି ପ୍ରତିଯୋଗୀଙ୍କୁ କପ୍ ପ୍ରଦାନ କରାଯାଇଥିଲା।

ଖୋର୍ଦ୍ଧା ଜିଲ୍ଲା ର‌ ଏକାମ୍ର ସରସ୍ଵତୀ ଶିଶୁ ମନ୍ଦିର ହାଇସ୍କୁଲ,ଭୀମଟାଙ୍ଗି, ଭୁବନେଶ୍ୱର ଛାତ୍ର ଆଶୁତୋଷ ନନ୍ଦଙ୍କୁ ସର୍ବାଧିକ ୫୮୫ ନମ୍ବର ରଖି ଜିଲ୍ଲା ସ୍ତରୀୟ ଟପର ହୋଇଥିବାରୁ ବିଜେବି ହାଇସ୍କୁଲ, ଖୋର୍ଦ୍ଧା ହାରାମଣି ମହାନ୍ତି ମେମୋରିଆଲ ଫଣ୍ଡ ତରଫରୁ ୧୦୦୦ ନଗଦ ଟଙ୍କା ପ୍ରଦାନ କରାଯାଇଥିଲା ଏବଂ ଜିଲ୍ଲାସ୍ତରୀୟ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

ସେହିପରି ବକ୍ସି ଜଗବନ୍ଧୁ ଉଚ୍ଚ ମାଧ୍ୟମିକ +୨ କଳା ର ଛାତ୍ରୀ ଯାଜ୍ଞସେନୀ ମହାପାତ୍ରଙ୍କୁ ସର୍ବାଧିକ ୫୪୯ ନମ୍ବର ରଖି ଜିଲ୍ଲା ଟପ୍ପର ଭାବେ ପୁରସ୍କୃତ କରାଯାଇଥିଲା। ଉକ୍ତ ବିଦ୍ୟାଳୟର +୨ ବିଜ୍ଞାନ ଛାତ୍ରୀ ବର୍ଷାରାଣୀ ସ୍ବାଇଁ ୫୬୪ ନମ୍ବର ରଖି ଜିଲ୍ଲା ଟପ୍ପର ଭାବେ ପୁରସ୍କୃତ ହୋଇଥିଲେ। କ୍ଷେତ୍ରବାସୀ ଦୟାନନ୍ଦ ଆଙ୍ଗ୍ଲୋଭେଦିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ +୨ ବାଣିଜ୍ଯ ଛାତ୍ର ସଲାହୁଦିନ ଖାଁ ଦଳେଇ ସର୍ବାଧିକ ୫୫୯ ନମ୍ବର ରଖି ଜିଲ୍ଲା ଟପ୍ପର ଭାବେ ପୁରସ୍କୃତ ହୋଇଥିଲେ।

ବେଟି ବଚାଓ ବେଟି ପଢାଓ କାର୍ଯ୍ୟ କ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ତରଫରୁ ଜିଲ୍ଲା ସ୍ତରରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଛାତ୍ରୀମାନଙ୍କ ମଧ୍ୟରେ ସର୍ବୋଚ୍ଚ ତାଲିକା ରେ ଅଙ୍କିତା ମିଶ୍ର, ଉଚ୍ଚ ମାଧ୍ୟମିକ ସ୍ତରୀୟ +୨ କଳା ର ଛାତ୍ରୀ ଯାଜ୍ଞସେନୀ ମହାପାତ୍ର ,ଉଚ୍ଚ ମାଧ୍ୟମିକ ସ୍ତରୀୟ +୨ ବିଜ୍ଞାନ ଛାତ୍ରୀ ବର୍ଷାରାଣୀ ସ୍ବାଇଁ, ଉଚ୍ଚ ମାଧ୍ୟମିକ ସ୍ତରୀୟ +୨ ବାଣିଜ୍ଯ ଛାତ୍ରୀ ପ୍ରିୟଦର୍ଶିନୀ ବେହେରା ପ୍ରମୁଖ ପ୍ରତ୍ୟେକ ଙ୍କୁ ୨୫୦୦୦ ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା । ରୋଗୀମାନଙ୍କୁ ଜିଲ୍ଲାପାଳ ଫଳ ବଣ୍ଟନ କରିଥିଲେ। ଶେଷରେ ସଡ଼କ ସୁରକ୍ଷା ଉପରେ ପଥପ୍ରାନ୍ତ ନାଟକ ପ୍ରଦର୍ଶନ କରାଯାଇଥିଲା।

ଆଜି ସକାଳୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପୋୖର ପରିଷଦ ଅଞ୍ଚଳରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ରାମଧୁନ ଗାନ କରାଯାଇ ସହର ପରିକ୍ରମା କରାଯାଇଥିଲା। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସକାଳ ୭ଟାରେ କାର୍ଯ୍ୟନିର୍ବାହୀ ଅଧିକାରୀ, ପୋୖର ପରିଷଦଙ୍କ ତରଫରୁ ସ୍ଵାଧୀନତା ସଂଗ୍ରାମୀମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିଥିଲେ। ସକାଳ ୭.୩୦ ମିନିଟ ସମୟରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନମାନଙ୍କରେ ପତାକା ଉତ୍ତୋଳନ କରାଯାଇଥିଲା।

Categories
ଆଞ୍ଚଳିକ

ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଚାନକ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଗସ୍ତରେ ଆସି ବିଭିନ୍ନ ଉପଲବ୍ଧ ସେବାଗୁଡ଼ିକ ସମ୍ବନ୍ଧରେ ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ମେଡିକାଲର ପୁରୁଷ ଓ ସ୍ତ୍ରୀ ବିଭାଗ ୱାର୍ଡ ବୁଲି ରୋଗୀଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ।

ତେବେ ବାଲୁଗାଁ ଖୋର୍ଦ୍ଧା ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ହୋଇଥିବା ବେଳେ ମେଡ଼ିକାଲ ପରିସରରେ ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା, ରୋଗୀଙ୍କ ଶଯ୍ୟା ଉପରେ ବେଡ଼ସିଟ ନଥିବା ଦେଖି ବିରକ୍ତି ପ୍ରକାଶ କରିବା ସହ ଏଠାରେ ରୋଗୀଙ୍କୁ ମିଳୁଥିବା ସମସ୍ତ ସେବାଗୁଡ଼ିକରେ ଯେପରି ଅବନତି ନଘଟେ ସେ ନେଇ ମେଡ଼ିକାଲ ଅଧିକାରୀ ଡା ରଶ୍ମି ରେଖା ଜେନାଙ୍କ ସମେତ କର୍ମଚାରୀଙ୍କୁ ତାଗିଦ କରିଥିଲେ।

ଏଥିସହିତ ବାଲୁଗାଁ ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଦେଖିବାସହ କିଛିଟା ଅପ୍ରୀତିକର ପରିସ୍ଥିତି ଦେଖି ତାହାକୁ ସୁଧାରିବାକୁ ପରିଚାଳନା ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ତାଗିଦ କରିଥିଲେ।

ଉକ୍ତ ଗସ୍ତରେ ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଲୁଗାଁ ଥାନା ଅଧିକାରୀ ଜୟ ପ୍ରକାଶ ପରିଡା, ନାଚୁଣି ଥାନା ଅଧିକାରୀ ଚନ୍ଦ୍ର ଶେଖର ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Categories
ଆଞ୍ଚଳିକ

ଚିଲିକାରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ: ବିଚାର ପାଇଁ ପଞ୍ଜିକରଣ ହେଲା ୭୬ ଟି ମାମଲା

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ପୂର୍ବାହ୍ନରେ ଚିଲିକା ବ୍ଲକ ସଭାଗୃହରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଏସପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀ, ଚିଲିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତ ଓ ଏନଏସିର ବିଭିନ୍ନ ସ୍ଥାନରୁ ବ୍ୟକ୍ତିଗତ ଭାବେ ୬୯ ଟି, ସାମୁହିକ ଭାବେ ୩ଟି ଦରଖାସ୍ତ ଆସିଥିବା ବେଳେ ସମୁଦାୟ ୭୬ ଗୋଟି ମାମଲା ବିଚାର ପାଇଁ ପଞ୍ଜିକରଣ ହୋଇଥିଲା। ତତ୍କାଳୀନ ତିନୋଟି ଆବେଦନର ସମାଧାନ ହୋଇଥିଲା। ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୨୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।

ଏହି ଅବସରରେ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ,ଯନ୍ତ୍ରୀ,ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ,ସିଡିପିଓ,ଚିଲିକା ଵ୍ଲକ ଅଧୀନ ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ଟି ପଞ୍ଚାୟତର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ସହଯୋଗ କରିଥିଲେ। ଆଇନ ଶୃଙ୍ଖଳା ରକ୍ଷାପାଇଁ ବାଲୁଗାଁ ଏସଡ଼ିପିଓଙ୍କ ତତ୍ୱାବଧାନରେ ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡା ଏବଂ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନାଙ୍କ ସମେତ ବହୁ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ।

ଏହି ଅବସରରେ ବ୍ଲକ କାର୍ଯ୍ୟାଳୟ ପରିସରରେ ନୂତନ ମିଶନ ଶକ୍ତି କାଫେ କାର୍ଯ୍ୟକ୍ଷମ ହୋଇଥିଲା।

Categories
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଚାନକ ବାଣପୁର ଗସ୍ତ: ପରିଦର୍ଶନ କଲେ ନିର୍ମାଣଧୀନ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଆଜି ମଧ୍ୟାହ୍ନରେ ଅଚାନକ ବାଣପୁର ଗସ୍ତରେ ଆସିଥିଲେ। ଜିଲ୍ଲାପାଳ ପ୍ରଥମେ ବ୍ଲକ କାର୍ଯ୍ୟାଳୟକୁ ଯାଇ ସେଠାରେ ଚାଲିଥିବା ଏସଇବିସି ସର୍ଭେ ଭାଲୁଏସନ ପରଖିଥିଲେ। ଏହାପରେ ଜିଲ୍ଲାପାଳ ଆଙ୍କୁଲାସ୍ଥିତ ୫-ଟି ଆମ ହସ୍ପିଟାଲ ଯୋଜନା ଅନ୍ତର୍ଗତ ନିର୍ମାଣଧୀନ ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିବା ସହ ଏହାକୁ ଶୀଘ୍ର ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେଠାରୁ ଜିଲ୍ଲାପାଳ ବାଣପୁର ସରକାରୀ ୫-ଟି ହାଇସ୍କୁଲ ପରିଦର୍ଶନ କରି ସେଠାରେ ପୂର୍ତ୍ତବିଭାଗ ଦ୍ୱାରା ନିର୍ମାଣ ହେବାକୁ ଥିବା ସଭାଗୃହ ପରିଦର୍ଶନ କରିଥିଲେ। ଏହାପରେ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ୫-ଟି ଅନ୍ତର୍ଗତ ନିର୍ମାଣଧିନ ଇଣ୍ଡୋର ଷ୍ଟାଡିଅମ ପରିଦର୍ଶନ କରି ତାହାକୁ ଶୀଘ୍ର ଶେଷ କରିବା ପାଇଁ ନିର୍ଦେଶ ଦେଇଥିଲେ ଜିଲ୍ଲାପାଳ।

ବାଣପୁର ଏନଏସି ରେ ବର୍ଷାଜଳ ନିଷ୍କାସନ ପାଇଁ କିପରି ଶୀଘ୍ର ଡ୍ରେନେଜ ନିର୍ମାଣ କରିହେବ ତାହା ଉପରେ ଗୁରୁତ୍ୱ ଦେଇଥିଲେ ଜିଲ୍ଲାପାଳ।

ପରିଶେଷରେ ବାଲୁଗାଁ ଉଚ୍ଚ ବିଦ୍ୟାଳୟ ପରିସରରେ ୫-ଟି ଅନ୍ତର୍ଗତ ନିର୍ମାଣଧୀନ ମଲ୍ଟି ପରପୋଜ ହଲ ପରିଦର୍ଶନ କରି ଟାଙ୍ଗୀ ଅଭିମୁଖେ ଗସ୍ତ କରିଥିଲେ।

ଜିଲ୍ଲାପାଳଙ୍କ ଉକ୍ତ ଗସ୍ତ ସମୟରେ ବାଣପୁର ବିଡିଓ ଶୀତଲ ଅଗ୍ରୱାଲ, ତହସିଲଦାର କୁଞ୍ଜବିହାରୀ ବଡ଼ଜେନା, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ପୂର୍ତ୍ତବିଭାଗ ନିର୍ବାହୀ ଯନ୍ତ୍ରୀ ଶିବଲାଲ ସାହୁ, ଏସଡିଓ ଶ୍ଵେତା ଦାସ ଏବଂ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଖୋର୍ଦ୍ଧା: ଆମ ହସ୍ପିଟାଲ ଯୋଜନାରେ ସାମିଲ ହୋଇଥିବା ଆଠ ଗୋଟି ହସ୍ପିଟାଲର ଜିଲ୍ଲାସ୍ତରୀୟ ସମୀକ୍ଷା

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆମ ହସ୍ପିଟାଲ ଯୋଜନାରେ ସାମିଲ ହୋଇଥିବା ଆଠ ଗୋଟି ହସ୍ପିଟାଲର ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉକ୍ତ ବୈଠକରେ ଅଧ୍ୟକ୍ଷତା କରିଥିବା ବେଳେ ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଦିଗନ୍ତ ରାଉତରାୟ, ଅତିରିକ୍ତ ଏସପି ସୁରେନ୍ଦ୍ର ନାଥ ମୁର୍ମୁ ଏବଂ ଲାଇନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ l

ନିକଟରେ ଆମ ହସ୍ପିଟାଲ ଯୋଜନାରେ ଖୋର୍ଦ୍ଧା ଜିଲ୍ଲାର ଆଠ ଗୋଟି ନିର୍ବାଚନମଣ୍ଡଳିର ଆଠ ଗୋଟି ମେଡିକାଲ ସାମିଲ ହୋଇଥିବା ବେଳେ 5T ଉପକ୍ରମରେ ଏହାର ରୂପାନ୍ତରଣ କରାଯିବ l ତେଣୁ ଉକ୍ତ ରୂପାନ୍ତରଣ କାର୍ଯ୍ୟକୁ ଖୁବଶୀଘ୍ର ଆରମ୍ଭ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ l ନିର୍ଦିଷ୍ଟ ସମୟସୀମା ମଧ୍ୟରେ ଜିଲ୍ଲାର ସମସ୍ତ ଆଠ ଗୋଟି ମେଡିକାଲକୁ ଆମ ହସ୍ପିଟାଲ ଯୋଜନାରେ ରୂପାନ୍ତରଣ କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ ଦେଇଥିଲେ ଜିଲ୍ଲାପାଳ l

Categories
ଆଜିର ଖବର ରାଜ୍ୟ ଖବର

କାର୍ଯ୍ୟ ବନ୍ଦ ଚେତାବନୀ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କଲା ମିଳିତ ଅମଲା ସଂଘ

ଖୋର୍ଦ୍ଧା: ଶୁକ୍ରବାର ଦିନ ଜିଲ୍ଲା ସ୍ତରୀୟ ଅମଲାମାନେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରା କରିଛନ୍ତି। ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଉକ୍ତ ଦାବି ମୁତାବକ ଅମଲାମାନଙ୍କର ଶିକ୍ଷା ଗତ ଯୋଗ୍ୟତା ଆଧାରରେ ଦରମା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଅମଲାମାନଙ୍କର ଲେବୁଲ-୪ ରୁ ଲେବୁଲ-୯ କୁ ଉନ୍ନୀତ କରିବା ପାଇଁ ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।

ଅମଲାମାନେ ଦୀର୍ଘଦିନ ହେବ ସରକାରଙ୍କ ନିକଟରେ ନିଜ ନିଜର ଦାବି ଉପସ୍ଥାପନ କରିଥିଲେ ମଧ୍ୟ ସରକାରଙ୍କର ନୀରବତା ସମସ୍ତ ଜିଲ୍ଲା ସ୍ତରୀୟ ଅମଲାଙ୍କ ମନରେ ନୈରାଶ୍ୟ ଭାବ ସୃଷ୍ଟି କରିଛି।

ରାଜ୍ୟ ପ୍ରଶାସନର ମୌଳିକ ସେବା ପ୍ରଦାନରେ ଜିଲ୍ଲାସ୍ତରୀୟ ଅମଲାମାନଙ୍କର ଭୂମିକା ଗୁରୁତ୍ଵପୂର୍ଣ୍ଣ ହୋଇଥିଲେ ମଧ୍ୟ ସରକାରଙ୍କର ବୈମାତୃକ ମନୋଭାବ ଶାନ୍ତିପ୍ରିୟ ଅମଲା ମାନଙ୍କୁ ରାଜରାସ୍ତାକୁ ଓଲାଇବାକୁ ବାଧ୍ୟ କରିଛି ବୋଲି ମିଳିତ ଅମଲା ମଞ୍ଚର ରାଜ୍ୟ ଅଧ୍ୟକ୍ଷ ନାରାୟଣ ଦାଶ କ୍ଷୋଭ ପ୍ରକାଶ କରି କହିଛନ୍ତି।

ଓଡିଶା ଅମଲା ସଂଘ, ଓଡିଶା ରାଜସ୍ଵ ଅମଲା ସଂଘ, ନିଷ୍ଫଳ ଓଡିଶା ଟ୍ରେଜରି ଅମଲା ସଂଘ, ଓଡିଶା ଉପନିବନ୍ଧକ ଅମଲା ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ଏହି ଶୋଭା ଯାତ୍ରାରେ ଅଂଶ ଗ୍ରହଣ କରିଥିଲେ।

ଖୋର୍ଦ୍ଧା ମିଳିତ ଅମଲା ମଞ୍ଚର ଅଧକ୍ଷ ଅଶୋକ କୁମାର ପଣ୍ଡା, ଆବାହକ ସନ୍ତୋଷ କୁମାର ନିଶଙ୍କ ଉପସ୍ଥିତ ରହି ସମବେତ ଅମଲା ମାନଙ୍କୁ ସମ୍ବୋଧିତ କରିଥିଲେ।

ଏହି ଅବସରରେ ଖୋର୍ଦ୍ଧା ଜିଲାର ସମସ୍ତବରିଷ୍ଠ କର୍ମଚାରୀ ନେତା ସେମାନକର ସାରଗର୍ଭକ ଭାଷଣ ମାଧ୍ୟମରେ ସରକାର ଯଦି କନିଷ୍ଠ ସହାୟକ ମାନଙ୍କର ଦରମା ଲେବୁଲ-୯ କୁ ଉନ୍ନୀତ କରିବା ପାଇଁ ଶୀଘ୍ର ପଦକ୍ଷେପ ନ ନିଅନ୍ତି ତେବେ ଶାନ୍ତିପ୍ରିୟ ଅମଲା ରାଜରାସ୍ତାକୁ ଓଲ୍ଲାଇବାକୁ ବାଧ୍ୟ ହେବ। ଏବଂ ଏଥିରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ରହିବେ ବୋଲି ଚେତାବନୀ ଦେଇଥିଲେ।

ଆଗାମୀ ଦିନରେ ସମସ୍ତ ଜିଲ୍ଲା ସ୍ତରୀୟ ଅମଲା ସମୂହ ଛୁଟିରେ ଯାଇ ସରକାରଙ୍କର ଶାସନ କଳକୁ ସଂପୂର୍ଣ୍ଣ ଭାବରେ ବନ୍ଦ କରିଦେବେ ବୋଲି ମଧ୍ୟ ଚେତାବନୀ ଦେଇଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଶ୍ରୀଜୟଦେବ ଜୟନ୍ତୀ ପାଳନ ନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ଜୟଦେବ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ବୈଠକର ଆଲୋଚନା ଅନୁଯାୟୀ ଆସନ୍ତା ୨୩ ତାରିଖ ଦିନ ବାଲିପାଟଣାସ୍ଥିତ ଶିଶୁ ଅନନ୍ତ ଦାସ ମଠରେ ପୂର୍ବାହ୍ନ ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହି ଦିନ ସନ୍ଧ୍ୟାରେ ବାଲିଅନ୍ତା ବ୍ଲକ୍‌ ଅନ୍ତର୍ଗତ କେନ୍ଦୁଲି ଗ୍ରାମରେ ଜୟଦେବଙ୍କ ସଂପର୍କରେ ଏକ ସାଧାରଣ ସଭା ଓ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଏହି ସଭାରେ ସ୍ଥାନୀୟ ଜନପ୍ରତିନିଧି, ସାଧାରଣ ଜନତା ଓ ଶ୍ରଦ୍ଧାଳୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଦର୍ଶକମାନଙ୍କ ନିମନ୍ତେ ପାନୀୟ ଜଳ, କାର୍ଯ୍ୟକ୍ରମ ସ୍ଥଳୀରେ ସ୍ୱଚ୍ଛତା ଆଦି ଆନୁଷଙ୍ଗିକ ବ୍ୟବସ୍ଥା କରିବା ନିମନ୍ତେ ଜିଲ୍ଲାପାଳ ସ୍ଥାନୀୟ ବିଡ଼ିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସଂକୀର୍ତ୍ତନ ପରିକ୍ରମା କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଏହି ଜୟଦେବ ଜୟନ୍ତୀ ପାଳନ କରାଯିବ।

ଏହି ବୈଠକରେ ଜୟଦେବ ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ଅରବିନ୍ଦ ଢାଲି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଉପଜିଲ୍ଲାପାଳ ଶ୍ରୀ ଦେବବ୍ରତ ସାହୁ, ବାଲିଅନ୍ତା ବ୍ଲକ୍‌ ଅଧ୍ୟକ୍ଷା ଶ୍ରୀମତୀ ବାସନ୍ତୀ ଖଟୁଆ, ବାଲିଅନ୍ତା ବିଡ଼ିଓ ଶ୍ରୀ ନାରାୟଣ ଚନ୍ଦ୍ର ନାୟକ, ବାଲିପାଟଣା ବିଡ଼ିଓ ଶ୍ରୀ ଆଦିକନ୍ଦ ବେହେରା, ବାଲିଅନ୍ତା ତହସିଲଦାର ଶ୍ରୀ ସମୀର ଦାସ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଭୁବନେଶ୍ୱରର ପର୍ଯ୍ୟଟନ ଅଧିକାରୀ ଶ୍ରୀ ଅଞ୍ଜନ କୁମାର ବାରିକ ଏବଂ ସ୍ଥାନୀୟ ସରପଞ୍ଚ ପ୍ରମୁଖ ଉପସ୍ଥିତ ଥିଲେ।