Categories
ଆଜିର ଖବର ରାଜ୍ୟ ଖବର

ଚାଷୀମାନଙ୍କ ପାଇଁ ଲୋକାର୍ପିତ ହେଲା ‘କୃଷକ ଓଡିଶା’ ପୋର୍ଟାଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ। ଅକ୍ଷୟ ତୃତୀୟା ଅବସରରେ ଏହାକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ।

ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।