Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ୫୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୬୦ ହଜାର ୪୭୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୭ ହଜାର ୭୪୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୪୧ ହଜାର ୧୭୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୧ ହଜାର ୫୫୫ ଆକ୍ଟିଭ୍‌ କେସ୍ ରହିଛି।