Categories
ଅପରାଧ ଆଞ୍ଚଳିକ

ଆରମ୍ଭ ହେଲା ଧରପଗଡ଼: ଦେଶୀ ବିଦେଶୀ ମଦ ସହ ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ବାଲୁଗାଁ ପୋଲିସ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ ବେପାରୀଙ୍କର ପ୍ରାଦୃଭାବ ବଢି ଚାଲିଥିବା ବେଳେ ଗାଁ ଠାରୁ ସହର ଚାରିଆଡେ ମଦ୍ୟପଙ୍କ ଦୌରାତ୍ମ ବଢ଼ିବାରେ ଲାଗିଛି। ବାଲୁଗାଁ ଥାନାରେ ନୂତନ ଥାନା ଅଧିକାରୀ ରଶ୍ମିରଞ୍ଜନ ଦାସ ଯୋଗ ଦେଲାପରେ ଚୋରା ମଦ ବେପାରୀଙ୍କ ଉପରେ ଜୋରଦାର ଧରପଗଡ଼ ଜାରି ରଖିଛି ବାଲୁଗାଁ ପୋଲିସ।

ଏହିପରିପ୍ରେକ୍ଷୀରେ ଆଜି ବାଲୁଗାଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇ ମଦ ବେପାରୀଙ୍କୁ କାବୁ କରିବା ସହିତ ସେମାନଙ୍କ ନିକଟରୁ ୧୦ ଲିଟର ଆସ୍କା ଫର୍ଟି ଏବଂ ୧୫ ଲିଟର ବିଦେଶୀ ମଦ ଜବତ କରିଛି। ଅଭିଯୁକ୍ତ ଦ୍ଵୟ ଜଗବନ୍ଧୁ ସାହୁ ଏବଂ ଦୁର୍ଗାପ୍ରସାଦ ତରାଇ ବୋଲି ଜଣାପଡିଛି।

ପୋଲିସ ଉକ୍ତ ଦୁଇଜଣଙ୍କ ବିରୁଦ୍ଧରେ କେସ ନମ୍ବର ୧୭୩ ଓ ୧୭୪/୨୦୨୨ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି। ତେବେ ଏପରି ଚଢ଼ାଉ ବାଲୁଗାଁ ଥାନା ଅଞ୍ଚଳରେ ନିରନ୍ତର ଭାବେ ଜାରି ରହିବ ବୋଲି ଆଇଆଇସି ଶ୍ରୀ ଦାସ କହିଛନ୍ତି। ଅପରପକ୍ଷେ କୌଣସି ସ୍ଥାନରେ ଯଦି ମଦ ବିକ୍ରି ଚାଲିଥାଏ ତେବେ ପୋଲିସକୁ ଜନସାଧାରଣ ଅବଗତ କରିବା ପାଇଁ ଅନୁରୋଧ କରିଛନ୍ତି ଆଇଆଇସି।

Categories
ଆଞ୍ଚଳିକ

ଏଣିକି ଚୋରା ମଦ ବେପାରୀଙ୍କୁ ନିସ୍ତାର ନାହିଁ: ବାଣପୁରରେ ନିୟମିତ ଜାରି ରହିବ ଚଢାଉ

ସୀତାରାମ ଅଗ୍ରୱାଲ

ଚିଲିକା: ବାଣପୁର ଥାନା ଅଧିନସ୍ଥ ବିଭିନ୍ନ ଗ୍ରାମରେ ବେଆଇନ ମଦ କାରବାର ବଢ଼ୁଥୁବା ନେଇ ନିକଟରେ ‘ସମୀକ୍ଷା’ ରେ ଖବର ପ୍ରକାଶ ପାଇଥିଲା। ତେବେ ଏହାକୁ ଗୁରୁତର ସହ ନେଇଛି ଅବକାରୀ ବିଭାଗ। ଜିଲ୍ଲା ଅବକାରୀ ଅଧିକ୍ଷକ ଯଶକେତନ ବରିହାଙ୍କ ନିର୍ଦ୍ଦେଶକ୍ରମେ ଏବଂ ଜିଲ୍ଲା ଅବକାରୀ ଉପଅଧିକ୍ଷିକା ସୁମିତ୍ରା ଓରାମଙ୍କ ତତ୍ୱାବଧାନରେ ଆଜି ଟାଙ୍ଗୀ ରେଞ୍ଜ ଅବକାରୀ ଅଧିକାରୀ ଆଲୋକ ପ୍ରଧାନ ଏବଂ ବାଲୁଗାଁ ଅବକାରୀ ଅଧିକାରୀ ରଞ୍ଜନ ଦାସ ପୃଥକ ଭାବେ ଚଢାଉ କରିଥିଲେ। ବାଣପୁର ଥାନା ଅନ୍ତର୍ଗତ ସରନଇ ଏବଂ ଗମ୍ଭାରୀମୁଣ୍ଡା ବଜାରରେ ଚଢ଼ାଉ କରିଥିଲେ।

ସରନଇ ଗ୍ରାମରୁ ୨୭ ଲିଟର ଦେଶୀ ମଦ ସମେତ ଜଣେ ଅଭିଯୁକ୍ତଙ୍କୁ ଇନ୍ସପେକ୍ଟର ଆଲୋକ ପ୍ରଧାନ ଗିରଫ କରିଥିବା ବେଳେ ଗମ୍ଭାରୀମୁଣ୍ଡା ବଜାରରୁ ୧୬ ଲିଟର ବିଦେଶୀ ମଦ ଏବଂ ୧୭ ଲିଟର ବିଅର ସମେତ ଅଭିଯୁକ୍ତଙ୍କୁ ଏଏସଆଇ ରଞ୍ଜନ ଦାସ ଗିରଫ କରି କୋର୍ଟଚାଲାଣ କରିଛନ୍ତି।

ତେବେ ଏହିପରି ଚଢ଼ାଉ ଅବକାରୀ ବିଭାଗ ଦ୍ୱାରା ଆଗକୁ ମଧ୍ୟ ବାଣପୁର ବାଲୁଗାଁ ଅଞ୍ଚଳରେ ନିୟମିତ ଜାରି ରହିବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।

Categories
ଅପରାଧ ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ହୋଲିରେ ଚୋରା ମଦ ବେପାରୀ ମାଲେମାଲ୍: ଶୋଇଛି ତିର୍ତ୍ତୋଲ ଅବକାରି ବିଭାଗ

ରମେଶ ମହାନ୍ତି
ଜଗତସିଂହପୁର: ତିର୍ତ୍ତୋଲ ଅଞ୍ଚଳରେ ଛତୁ ଫୁଟିଲା ପରି ମଦ ଦୋକାନ ଖୋଲିବାରେ ଲାଗିଥିବା ବେଳେ ଟାର୍ଗେଟ ପୁରଣ କରିବା ପାଇଁ ଚୋରା ମଦ ଦୋକାନିଙ୍କ ଉପରେ କାଁ ଭାଁ ନାମକୁ ମାତ୍ର ଚଢାଉ କରି ତିର୍ତ୍ତୋଲ ଅବକାରୀ ବିଭାଗ ବାଃ ବାଃ ନେଉଥିବା କୁହାଯାଉଛି। ସୂଚନାନୁଯାୟୀ ତିର୍ତ୍ତୋଲ ଅଞ୍ଚଳର ଏମିତି କୌଣସି ଗାଁ ଗହଳି, ଛକ ବଜାର ନାହିଁ ଯେଉଁଠି ଚୋରା ମଦ ଗଞ୍ଜେଇ ବିକ୍ରି ନହେଉଛି।

ଏମିତିକି ହୋଲିରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନଘଟେ ସେଥିପାଇଁ ସରକାରଙ୍କ ପକ୍ଷରୁ ମଦବିକ୍ରି ଉପରେ କଟକଣା ଲଗାଯାଇଥିଲା। ସରକାରୀ ସ୍ୱୀକୃତିପ୍ରାପ୍ତ ମଦଦୋକାନ ଗୁଡିକ ସରକାରଙ୍କ ନିର୍ଦ୍ଦେଶାନୂଯାୟୀ ବନ୍ଦ ରହିଥିବା ବେଳେ ତିର୍ତ୍ତୋଲ ଅଞ୍ଚଳର ଗାଁ ଗହଳି ଛକ ବଜାର ଓ ଢାବା ଗୁଡିକରେ ଚୋରାମଦ ବେପାରୀ ମାନେ ଖୋଲାଖୋଲି ଯୋରଦାର୍ ବେପାର ଚଳାଇଥିବା ଦେଖିବାକୁ ମିଳିଥିଲା।

ସୂଚନାନୁଯାୟୀ ଏମିତିକି ତିର୍ତ୍ତୋଲ ଅବକାରୀ ଅଫିସ୍ ନିକଟସ୍ଥ ତିର୍ତ୍ତୋଲ ବଜାରରେ ହୋଲି ଦିନ ସକାଳ ଠାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲାଖୋଲି ଚୋରା ମଦ ବେପାର ଚାଲିଥିବା ବେଳେ କଟକ-ପାରାଦ୍ବୀପ ରାସ୍ତା କଡରେ ଅବସ୍ଥିତ ବାଲିପାଟଣା ଛକରେ ଦିର୍ଘଦିନ ହେବ ଏକ ଚୋରା ମଦ ଗୋଦାମ ଖୋଲାଯାଇ ଏକରକମ ମଦ ବାର୍ ଚାଲୁଥିବା କୁହାଯାଉଥିବା ବେଳେ ହୋଲିପର୍ବ ଦିନ ସକାଳ ଠାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ମଧ୍ୟ ସେଠାରେ ଖୋଲାଖୋଲି ଭାବେ ଯୋରଦାର୍ ଚୋରା ମଦ ବେପାର ଚାଲିବା ଫଳରେ ସ୍ଥାନୀୟ ଅଞ୍ଚଳରେ ମଦୁଆଙ୍କ ପ୍ରବଳ ଉପଦ୍ରବ ଯୋଗୁଁ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଥିବା ଶୁଣିବାକୁ ମିଳୁଛି।

ଏମିତିକି ବିଭିନ୍ନ ବ୍ରାଣ୍ଡର ମଦକୁ ଅତିରିକ୍ତ ଚଢା ଦରରେ ବିକ୍ରୀ କରାଯାଇ ସାଧାରଣ ଲୋକଙ୍କୁ ଶୋଷଣ କରି ଉକ୍ତ ଚୋରା ମଦ ବେପାରୀ ମାଲେମାଲ୍ ହେଉଥିବା ବେଳେ ତିର୍ତ୍ତୋଲ ଅବକାରୀ ବିଭାଗର ଭୂମିକାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିର୍ଭୟରେ ଦିନରାତି ଖୋଲାଖୋଲି ଚୋରା ମଦ ବିକ୍ରି କରୁଥିବା ଉକ୍ତ ଚୋରା ମଦ ବେପାରୀମାନେ ମାସିକିଆ ମୋଟା ଅଙ୍କର ବଟି ଦେଇ ବିଭାଗ ଠାରୁ ଅଭୟ ବର ପାଇ ଧରାକୁ ସରା ମଣୁଛନ୍ତି ବୋଲି କୁହାଯାଉଛି।ସରକାରୀ ନୀତି ନିୟମ ଓ ସାଧାରଣ ଲୋକଙ୍କ ହିତକୁ ଜଳାଞ୍ଜଳି ଦେଇ ଜିଲ୍ଲାସ୍ତରୀୟ କିଛି ଅସାଧୁ ଅଫିସର ନିଜ ପକେଟ୍ ଗରମ କରି ମାଲେମାଲ୍ ହେବା ପାଇଁ ଉକ୍ତ ଚୋରା ମଦ ବେପାରୀଙ୍କୁ ଅଭୟବର ପ୍ରଦାନ କରିଛନ୍ତି ବୋଲି ଚର୍ଚ୍ଚା ହେଉଛି।

ସ୍ଥାଣୁ ପାଲଟିଥିବା ବିଭାଗୀୟ କର୍ମଚାରୀଙ୍କୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଦ୍ଧିଜୀବୀ ମହଲରେ ନିନ୍ଦା କରାଯାଉଥିବା ଶୁଣିବାକୁ ମିଳୁଛି।

Categories
ଆଞ୍ଚଳିକ

ଲକ୍‌ଡାଉନ୍‌ରେ ମାତିଛନ୍ତି ଚୋରା ମଦ ବେପାରୀ : ଟାଙ୍ଗୀ ଅବକାରୀ ବିଭାଗ ପକ୍ଷରୁ 3 ଗିରଫ

ସୀତାରାମ ଅଗ୍ରଓ୍ବାଲ
ଖୋର୍ଦ୍ଧା (ଟାଙ୍ଗୀ) : କରୋନା ଭାଇରସ୍‌ କାରଣରୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଏହି ସମୟରେ ସକ୍ରୀୟ ହୋଇଛନ୍ତି ଚୋରା ମଦ ବେପାରୀ । ପୋଲିସ୍‌ ଏବଂ ଅବକାରୀ ବିଭାଗର ନିୟମିତ ପେଟ୍ରୋଲିଂ ମଧ୍ୟ ଚୋରା ବେପାରୀଙ୍କୁ ରୋକିବାରେ ସକ୍ଷମ ହେଉନାହିଁ । ତେବେ ବୁଧବାର ଦିନ ଟାଙ୍ଗୀ ଅବକାରୀ ବିଭାଗକୁ ମିଳିଛି ସଫଳତା । ଟାଙ୍ଗୀ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ 3 ଜଣ ଚୋରାମଦ ବେପାରୀଙ୍କୁ ଗିରଫ କରାଯାଇଛି । ତିନଜଣଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ 17 ଲିଟର ମହୁଲୀ, 23 ଲିଟର ବିଅର ଏବଂ ଗୋଟିଏ ମୋଟର ସାଇକେଲ ଜବତ କରାଯାଇଛି । ଗିରଫ ତିନ ଜଣ ହେଉଛନ୍ତି ଟାଙ୍ଗୀର ମାନସ ପରିଡା, ଅକ୍ଷୟ ସାହୁ ଓ ବାବୁଲି ବେହେରା ବୋଲି ଜଣାପଡିଛି ।