Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଏଯାଏଁ ୧ କୋଟିରୁ ଉର୍ଦ୍ଧ୍ଵ ଲୋକ ନେଲେଣି ଟୀକା: ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର: ସାରା ରାଜ୍ୟରେ ଟୀକାକରଣ ପ୍ରକ୍ରିୟାକୁ ଆଜିଠାରୁ ଜୋର ଦିଆଯାଇଛି। ଏଥର ପ୍ରତ୍ୟେକ ଦିନ ୩ ଲକ୍ଷ ଟୀକା ଦେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। କ୍ୟାମ୍ପେନ ମୋଡରେ ଟୀକାକରଣ ପ୍ରକ୍ରିୟା ଆରମ୍ଭ କରାଯାଇଛି।

ତେବେ ଆଜି ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧ କୋଟିରୁ ଉର୍ଦ୍ଧ୍ଵ ବ୍ୟକ୍ତି ଟୀକା ନେଇଥିବା ସୂଚନା ମିଳିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଏନେଇ ଟ୍ବିଟ କରି ସୂଚନା ଦେଇଛି।

Categories
ଆଞ୍ଚଳିକ

ଚିଲିକାରେ କାଲିଠୁ ଆରମ୍ଭ ହେବ ୧୮ରୁ ୪୪ ବର୍ଷ ନାଗରିକଙ୍କ ପ୍ରଥମ ଡୋଜ ଟୀକା: ଜାଣନ୍ତୁ କେଉଁଠି ଏବଂ କିପରି ନେବେ

ସୀତାରାମ ଅଗ୍ରୱାଲ

ଚିଲିକା: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଆସନ୍ତାକାଲିଠାରୁ ଚିଲିକା ନିର୍ବାଚନମଣ୍ଡଳୀରେ ୧୮ରୁ ୪୪ ବର୍ଷ ବର୍ଗର ନାଗରିକମାନଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ଏ ନେଇ ଉଭୟ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀମାନେ ସୂଚନା ଦେଇଛନ୍ତି।

ଜାଣନ୍ତୁ କାଲିର ଟୀକାକରଣ ବ୍ୟବସ୍ଥା କେଉଁଠି ଏବଂ କିପରି ନେବେ:

ବାଣପୁର- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଣପୁର ମାଇନର ସ୍କୁଲ- ୫୦୦ ଡୋଜ
୨- ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର- ୨୫୦ ଡୋଜ
୩- ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୨୫୦ ଡୋଜ
ସକାଳ ୬.୩୦ ଘଟିକାରୁ ଟୀକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଚିଲିକା- ୧୮ରୁ ୪୪ ବର୍ଷ ବର୍ଗର ନାଗରିକ(ପ୍ରଥମ ଡୋଜ) ଏବଂ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ(ଦ୍ଵିତୀୟ ଡୋଜ)

୧- ବାଲୁଗାଁ ଉଚ୍ଚ ବିଦ୍ୟାଳୟ- ୪୦୦ ଡୋଜ
୨- ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୩୦୦ ଡୋଜ
୩- ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ର- ୩୦୦ ଡୋଜ

୧୮ରୁ ୪୪ ବର୍ଷ ନାଗରିକ ମାନଙ୍କ ଟୀକାକରଣ ସମୟ – ସକାଳ ୯ ରୁ ମଧ୍ୟାହ୍ନ ୧୨ ଘଟିକା

୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନଙ୍କ ଟୀକାକରଣ ସମୟ- ଅପରାହ୍ନ ୩ ରୁ ସନ୍ଧ୍ୟା ୬ ଘଟିକା

କିପରି ନେବେ: 

ଟୀକାକେନ୍ଦ୍ରରେ ସିଧାସଳଖ ନିଜର ଆଧାର କାର୍ଡ ନମ୍ବର ଏବଂ ପଞ୍ଜିକୃତ ମୋବାଇଲ ନମ୍ବର ଦେଇ ଟୀକା ନେଇପାରିବେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କାଲିଠୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟୀକାକରଣ ଲକ୍ଷ୍ୟ: ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ

ଭୁବନେଶ୍ବର: ଆସନ୍ତାକାଲିଠୁ ରାଜ୍ୟରେ ଦୈନିକ ୩ ଲକ୍ଷ ଟୀକାକରଣ ହେବ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ସାରା ରାଜ୍ୟରେ କ୍ୟାମ୍ପେନ ମୋଡରେ ଟୀକାକରଣ ହେବ। ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ କମିଶନର ମାନଙ୍କକୁ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

କେନ୍ଦ୍ର ସରକାରର ନୂଆ ଟୀକା ନୀତି ଅନୁଯାୟୀ ରାଜ୍ୟରେ ଟୀକାକରଣ ହେବ। ଉଭୟ ବ୍ଲକ ଏବଂ ବିଜ୍ଞାପିତ ଅଞ୍ଚଳରେ ଟୀକାକରଣ ଆରମ୍ଭ ହେବ। ବ୍ଲକ ଏବଂ ଏନଏସିରେ ୫ ଟି ଲେଖାଏଁ ସେସନ ପାଇଁ ବ୍ୟବସ୍ଥା କରାଯାଉଥିବା ବେଳେ ପୌରପଶିଷଦ ପାଇଁ ୧୦ ଟି ଏବଂ ମହାନଗର ପାଇଁ ୨୦ ଟି ସେସନର ବ୍ୟବସ୍ଥା କରାଯିବ। ଅଫଲାଇନ ଏବଂ ଅନଲାଇନ ମାଧ୍ୟମରେ ଟୀକାକରଣ ହେବ। ସଠିକ ସମୟରେ ଦ୍ଵିତୀୟ ଡୋଜ ଟୀକା ଦେବାକୁ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି। ଏନେଇ ସ୍ୱାସ୍ଥ୍ୟ ଅତିରିକ୍ତ ସଚିବ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ସାମାନ୍ୟ ରହିଛି ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ଜଣ, ଚିଲିକା ବ୍ଲକରେ ୧୨ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୯ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୭୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୭୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଆଜି ଚିଲିକାରେ ବଢିଲା ସଂକ୍ରମଣ, ଏହି ସବୁ କେନ୍ଦ୍ରରେ ହେବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ମୁଣ୍ଡ ଟେକିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୪୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ, ଚିଲିକା ବ୍ଲକରେ ୨୧ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୧୩ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୬୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୭୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୧ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ୧୦୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବାକୁ ଥିବାବେଳେ ବାଲୁଗାଁ ଉଚ୍ଚ ବିଦ୍ୟାଳୟରେ ୧୫୦, ନଈରୀ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୭୦ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୮୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଦ୍ଵିତୀୟ ଡୋଜ ଟୀକା ଦିଆଯିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଚିଲିକା କରୋନା ଅପଡେଟ୍: ସ୍ଥିର ରହିଛି ସଂକ୍ରମଣ, ଆସନ୍ତାକାଲି ଏହି କେନ୍ଦ୍ରରେ ହେବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୬ ଜଣ, ଚିଲିକା ବ୍ଲକରେ ୮ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୫ ଜଣ, ଚିଲିକା ବ୍ଲକରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୫୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୪ ଜଣ, ଚିଲିକା ବ୍ଲକରେ ୬୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ଚାଲୁ ରହିବ। ବାଣପୁର ମାଇନର ସ୍କୁଲରେ ଆସନ୍ତାକାଲି ୧୦୦ ଟି ଏବଂ ନଈରୀ ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୪୦ ଟି ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ ସ୍ବାସ୍ଥ୍ୟ

ଚିଲିକା କରୋନା ଅପଡେଟ୍: ଆଜି ଚିହ୍ନଟ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ହେଲେ ଅଧିକ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୮ ଜଣ, ଚିଲିକା ବ୍ଲକରେ ୬ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୨ ଜଣ, ଚିଲିକା ବ୍ଲକରୁ ୧୧ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୫୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୨ ଜଣ, ଚିଲିକା ବ୍ଲକରେ ୫୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି ।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ସଂକ୍ରମଣ ସାମାନ୍ୟ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ, ଚିଲିକା ବ୍ଲକରେ ୬ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୦ ଜଣ, ଚିଲିକା ବ୍ଲକରୁ ୪ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୨ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୫୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ରବିବାର ଲାଗି ଟୀକାକରଣ ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆସନ୍ତା ମଙ୍ଗଳବାରଠୁ ୧୮ ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ଟୀକାକରଣ: ଖୁବ ଶୀଘ୍ର ସ୍ଲଟ ବୁକିଂ ବିଜ୍ଞପ୍ତି ଜାରି କରିବ ବିଏମସି

ଭୁବନେଶ୍ବର: ଆସନ୍ତା ମଙ୍ଗଳବାର ଠାରୁ ଭୁବନେଶ୍ବରରେ ୧୮ ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ଟୀକାକରଣ ଆରମ୍ଭ ହେବ। ଏହି ବର୍ଗର ବ୍ୟକ୍ତିଙ୍କୁ ପ୍ରଥମ ପର୍ଯ୍ୟାୟ ଟୀକାକରଣ ଆସନ୍ତା ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ବର୍ଗର ବ୍ୟକ୍ତିଙ୍କ ପ୍ରଥମ ପର୍ଯ୍ୟାୟ ଟୀକାକରଣ ପ୍ରକ୍ରିୟା ସକାଳ ୮ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ ଚାଲିବ।

ସେହିଭଳି ୧୮ ରୁ ୪୪ ବର୍ଷ ଏବଂ ୪୫ରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କ ଦ୍ଵିତୀୟ ପର୍ଯ୍ୟାୟ ଟୀକାକରଣ ପ୍ରକ୍ରିୟା ଦିନ ୩ ଟା ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଚାଲିବ। ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: କମୁଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ବାଲୁଗାଁରେ ହେବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଲଗାତାର ଭାବେ ନିମ୍ନଗାମୀ ହେଉଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ, ଚିଲିକା ବ୍ଲକରେ ଜଣେ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୩୬ ଜଣ, ଚିଲିକା ବ୍ଲକରୁ ୯ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୮୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୫ ଜଣ, ଚିଲିକା ବ୍ଲକରେ ୫୭ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ କେବଳ ବାଲୁଗାଁରେ ଟୀକାକରଣ ଚାଲୁ ରହିବ। ବାଲୁଗାଁ ଉଚ୍ଚ ବିଦ୍ୟାଳୟ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦୦ ଗୋଟି ଲେଖାଏଁ ୨୦୦ ଟି ୪୫ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ପୁଣି ବଢିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆସନ୍ତାକାଲି ହେବନି ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୫୨ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୮ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୭ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୬ ଜଣ, ଚିଲିକା ବ୍ଲକରୁ ୧୫ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୩ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୭୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୩୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ରବିବାର ଥିବାରୁ ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ। ଏନେଇ ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ଚିହ୍ନଟ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ହେଲେ ଅଧିକ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସର୍ବନିମ୍ନ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମାତ୍ର ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା  ୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୨ ଜଣ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୭ ଜଣ, ଚିଲିକା ବ୍ଲକରୁ ୮ ଜଣ, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୧୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୧୮ ଜଣ, ଚିଲିକା ବ୍ଲକରେ ୭୧ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ସପ୍ତାହନ୍ତ ସଟଡ଼ାଉନ ଥିବାରୁ ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ: ପୁଣି ବଢିଲା ସଂକ୍ରମଣ, ଆସନ୍ତାକାଲି ୭ଟି ସ୍ଥାନରେ ଦିଆଯିବ ଟୀକା

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୫ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୮ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୪ ଜଣ, ଚିଲିକା ବ୍ଲକରେ ୧୨୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର ମାଇନର ସ୍କୁଲ ଏବଂ ନୀଳାଦ୍ରିପ୍ରସାଦ, ଗମ୍ଭାରୀମୁଣ୍ଡା ଓ ସୁନାଖଳା ଉପ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ଆସନ୍ତାକାଲି ୧୦୦ ଲେଖାଏଁ ମୋଟ ୪୦୦ଟି ପ୍ରଥମ ଡୋଜ ଟୀକା ଦିଆଯିବ।

ସେହିଭଳି ବାଲୁଗାଁ ଉଚ୍ଚ ବିଦ୍ୟାଳୟ, ନଇରୀ ଏବଂ ଜରିପଡା ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ବ୍ୟକ୍ତିଙ୍କୁ ୧୦୦ ଲେଖାଏଁ ମୋଟ ୩୦୦ ଟି ପ୍ରଥମ ଡୋଜ ଟୀକା ଦିଆଯିବ। ତେବେ ପ୍ରଥମ ଡୋଜ ନେବାର ୮୪ ଦିନ ବିତିଯାଇଥିବା ନାଗରିକମାନେ ଦ୍ଵିତୀୟ ଡୋଜ ଟୀକା ନେଇପାରିବେ ବୋଲି ଉଭୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଆଜିର ଚିଲିକା କରୋନା ଅପଡେଟ: ସଂକ୍ରମଣ ସାମାନ୍ୟ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ଆଜି ସାମାନ୍ୟ ଅଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୨୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୫ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୪୯ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୭ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୦ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳରୁ ୪ ଜଣ ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୪୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୦ ଜଣ, ଚିଲିକା ବ୍ଲକରେ ୧୧୪ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୫୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ସପ୍ତାହନ୍ତ ସଟଡ଼ାଉନ ଲାଗି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ଏବଂ କୋଭିଡ ଟେଷ୍ଟିଙ୍ଗ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆଜି ଉପରମୁହାଁ ସଂକ୍ରମଣ, ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲି ସଂଖ୍ୟାର ଦୁଇ ଗୁଣରୁ ଅଧିକ। ଚିହ୍ନଟ ହୋଇଥିବା ୬୩ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୨୦ ଜଣ, ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୧୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୧ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୬୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୭ ଜଣ, ଚିଲିକା ବ୍ଲକରେ ୧୪୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୫୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ଉଭୟ ବାଣପୁର ଏବଂ ବାଲୁଗାଁରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ଉଭୟ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ତିନି ଦିନ ପାଇଁ ୩ ଟି ଜିଲ୍ଲାରେ ବନ୍ଦ ରହିବ ଟୀକାକରଣ: ଅନ୍ୟ ୩ ଟି ଜିଲ୍ଲାର ପ୍ରଶାସନ ସ୍ଥିତି ଦେଖି ନେବ ନିଷ୍ପତ୍ତି

ଭୁବନେଶ୍ବର: ବାତ୍ୟାକୁ ନେଇ ୩ ଟି ଜିଲ୍ଲାରେ ତିନି ଦିନ ପାଇଁ ଟୀକାକରଣ ବନ୍ଦ ରହିବ। ୨୫, ୨୬ ଏବଂ ୨୭ ତାରିଖରେ ୩ ଟି ଜିଲ୍ଲାରେ ଟୀକାକରଣ ବନ୍ଦ ରହିବ। ବାଲେଶ୍ଵର, ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରେ କୋଭିଡ ପରୀକ୍ଷା ସହ ଟୀକାକରଣ ମଧ୍ୟ ବନ୍ଦ ରହିବ।

ସେହିଭଳି ଆଉ ୩ ଟି ଜିଲ୍ଲାରେ ସ୍ଥିତି ଦେଖି ଜିଲ୍ଲାପାଳ ଟୀକାକରଣ ଏବଂ କୋଭିଡ ପରୀକ୍ଷା ଉପରେ ନିଷ୍ପତ୍ତି ନେବେ। କେନ୍ଦ୍ରାପଡା, ଜଗତସିଂହପୁର ଏବଂ କେନ୍ଦୁଝର ଜିଲ୍ଲାର ଜିଲ୍ଲାପାଳ ସ୍ଥିତି ଦେଖି ନିଷ୍ପତ୍ତି ନେବାକୁ କୁହାଯାଇଛି। ଏନେଇ ଏସିଏସ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସୂଚନା ଦେଇଛନ୍ତି।

Categories
ଆଞ୍ଚଳିକ

ଚିଲିକା କରୋନା ଅପଡେଟ୍: ଆସନ୍ତାକାଲି ବନ୍ଦ ରହିବ ଟୀକାକରଣ

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୪ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୦୩ ଜଣ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୦୪ ଜଣ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୨୬ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୦୬ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୧ ଜଣ ,ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୫୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୧୦୮ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି ରବିବାର ଥିବାରୁ ଉକ୍ତ ନିର୍ବାଚନମଣ୍ଡଳୀରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ। ତେଣୁ ଟୀକା ପାଇଁ ଲୋକେ ଘରୁ ନବାହାରିବା ଲାଗି ସ୍ୱାସ୍ଥ୍ୟ ଅଧିକାରୀମାନେ ନିବେଦନ କରିଛନ୍ତି।

Categories
ଆଞ୍ଚଳିକ

ଆସନ୍ତାକାଲି ହେବନି ଟୀକାକରଣ: ଜାଣନ୍ତୁ ଏପର୍ଯ୍ୟନ୍ତ କଣ ରହିଛି ଚିଲିକାରେ କରୋନା ସ୍ଥିତି

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୨ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୧୭ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୩ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୩ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୩୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୬ ଜଣ, ଚିଲିକା ବ୍ଲକରେ ୧୧୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

କିନ୍ତୁ ଏହି ନିର୍ବାଚନମଣ୍ଡଳୀରେ ଟୀକାର ଅଭାବ ଯୋଗୁଁ ଆସନ୍ତାକାଲି ମଧ୍ୟ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ। ତେଣୁ ଟୀକା ପାଇଁ ଲୋକେ ଘରୁ ନବାହାରିବା ଲାଗି ସ୍ୱାସ୍ଥ୍ୟ ଅଧିକାରୀମାନେ ନିବେଦନ କରିଛନ୍ତି।

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ଚିଲିକା: କରୋନା କାଳରେ ଜୀବନକୁ ବାଜି ଲଗାଇ ଖବର ସଂଗ୍ରହ କରୁଥିବା ସାମ୍ବାଦିକଙ୍କୁ ଟୀକାକରଣ ପାଇଁ ଦାବି

ସୀତାରାମ ଅଗ୍ରୱାଲ

ବାଲୁଗାଁ: ରାଜ୍ୟରେ କରୋନା ଦ୍ଵିତୀୟ ଲହରୀ ଆତଙ୍କ ସୃଷ୍ଟି କରିଚାଲିଥିବାବେଳେ ଦୈନିକ ଅହେତୁକ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାସହ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଯାହାକି କୋଣ ଅନୁକୋଣରୁ ଟିକିନିଖି ଖବର ସାଉଁଟିଥିବା ସାମ୍ବାଦିକ ନିଜ ଜୀବନକୁ ପାଣି ଛଡ଼େଇ ଅହ ରହ ସମ୍ବାଦ ପରିବେଷଣ କରିଚାଲିଛି। ଜଣେ ନିର୍ଭୀକ ସମ୍ବାଦିକର ପରିଚୟ ସୃଷ୍ଟି କରି କୋଭିଡ଼ ସ୍ୱାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ସରକାରୀ ଅବା ଵେସରକାରୀ କାର୍ଯ୍ୟାଳୟ, ଥାନା, କୋର୍ଟ କଚେରୀ, ଜନଗହଳିପୂର୍ଣ୍ଣ ସ୍ଥାନ ସମେତ ଶ୍ମସାନ ପର୍ଯ୍ୟନ୍ତ ପହଞ୍ଚି ଜନ ସାଧାରଣଙ୍କୁ ପ୍ରତି ମୂହୁର୍ତ୍ତରେ ଟିକିନିଖି ଖବର ଦେଇ ଆସୁଛି। ଇତି ମଧ୍ୟରେ ବହୁ ସାମ୍ବାଦିକ ନିଜ କର୍ତ୍ତବ୍ୟ ସଂପାଦନ କ୍ଷେତ୍ରରେ କୋଭିଡ ଯୁଦ୍ଧରେ ହାରି ମୃତ୍ୟୁ ବରଣ କରିଛନ୍ତି।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଣମାଧ୍ୟମ ପ୍ରତିନିଧିକୁ ଆଗଧାଡିର ଯୋଦ୍ଧା ଭାବେ ଘୋଷଣା କରିବା ସହ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ସରକାରୀ ନିୟମାବଳୀ ଅନୁଯାୟୀ ଗୋପବନ୍ଧୁ ସ୍ୱାସ୍ଥ୍ୟ ବିମା ଯୋଜନାରେ ଅନ୍ତର୍ଭୁକ୍ତ ସାମ୍ବାଦିକଙ୍କୁ ଟିକା ଦେବା ପାଇଁ ଅଗ୍ରାଧିକାର ଦିଆଯାଉଥିବାବେଳେ ଉକ୍ତ ଯୋଜନାରେ ପଞ୍ଜୀକୃତ ହୋଇ ନ ଥିବା ଗଣମାଧମ ପ୍ରତିନିଧି ଏଥିରୁ ବାଦ ପଡିବା କେତେ ଦୂର ଠିକ୍, ଯାହାକି ଗଣମାଧ୍ୟମ ପ୍ରତିନିଧି ମହଲରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ରାଜ୍ୟରୁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବିମା ଯୋଜନାରେ ୬୯୪୪ ଜଣ ସାମ୍ବାଦିକ ଅନ୍ତର୍ଭୁକ୍ତ ଥିବାବେଳେ ସେମାନଙ୍କ ପାଇଁ ଦୁଇ ଲକ୍ଷର ସ୍ୱାସ୍ଥ୍ୟ ବିମା ସାଙ୍ଗକୁ ମହାମାରୀ କରୋନା ଜନିତ ମୃତ୍ୟୁ ଘଟିଲେ ୧୫ ଲକ୍ଷ ଟଂକା କ୍ଷତିପୁରଣ ସହାୟତା ରାଶି ରହିଛି।

ମାତ୍ର ପ୍ରତି ମୁହୁର୍ତ୍ତରେ ନିଜ ଜୀବନକୁ ପାଣି ଛଡେଇ କାର୍ଯ୍ୟକରୁଥିବା ଗୋପବନ୍ଧୁ ଯୋଜନାରେ ପଞ୍ଜିକୃତ ନ ଥିବା ସାମ୍ବାଦିକଙ୍କୁ ମହାମାରୀ କରୋନା କାଳରେ ନିଜର ସୁରକ୍ଷା ପାଇଁ ଟିକାକରଣ ବ୍ୟବସ୍ଥା ନାହିଁ। ଏହି ପ୍ରତିବାଦରେ ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁର ‘ସାଳିଆ ପ୍ରେସ କ୍ଳବ’ର ସଭାପତି ଅଜିତ କୁମାର ସାହୁଙ୍କ ନେତୃତରେ ସମସ୍ତ କ୍ଳବ ସଦସ୍ୟ ବାଲୁଗାଁ ଏବଂ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦାବି ପତ୍ର ଦେବା ସହ ଯଥାଶୀଘ୍ର ସଂପୃକ୍ତ ଅଞ୍ଚଳର ସମସ୍ତ ସାମ୍ବାଦିକଙ୍କୁ ଟିକା ଦିଆ ଯିବାର ବ୍ୟବସ୍ଥା କରାଯିବା ନେଇ ଉଭୟ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ଏଥି ସହିତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ଲୋକ ସଂପର୍କ ଓ ସୂଚନା ବିଭାଗକୁ ଏଦିଗରେ ଗୁରୁତର ସହ ବିଚାର କରି ଚିଲିକା ନିର୍ବାଚନ ମଣ୍ଡଳୀ ଅଧିନରେ କାର୍ଯ୍ୟରତ ସମସ୍ତ ଗଣମାଧମ ପ୍ରତିନିଧିଙ୍କୁ ଯଥାଶୀଘ୍ର ଟିକା ଦେବା ପାଇଁ ଅନୁରୋଧ କରିଛନ୍ତି।ଏଥି ସହିତ ଏଭଳି ଭନାୟକ ସ୍ଥିତିରେ ଦୁନିଆକୁ ଦିଶା ଯୋଗାଉ ଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣ ଦେଖା ନ କରି ସେମାନଙ୍କ ସୁରକ୍ଷା ଦୃଷ୍ଟି କୋଣରୁ ସେମାନଙ୍କୁ ସର୍ବପ୍ରଥମେ ଟୀକା କରଣ ଵ୍ୟଵସ୍ଥା କରାଯାଉ ବୋଲି ସର୍ବସମ୍ମତି ରେ ମତ ପ୍ରକାଶ ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସରକାରୀ ହସ୍ପିଟାଲରେ ମାଗଣାରେ ମିଳିବ ଦ୍ଵିତୀୟ ଡୋଜ: ନୂଆ ଲୋକଙ୍କୁ ଏବେ ମିଳିବନି ଟୀକା

ଭୁବନେଶ୍ବର: ରାଜ୍ୟରେ ଦ୍ଵିତୀୟ ଡୋଜକୁ ପ୍ରାଥମିକତା ଦିଆଯିବ। ଏବେ ଆଉ ନୂଆ ଲୋକଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ ନାହିଁ। ଏବେ ନୂଆ ଲୋକଙ୍କୁ ଅପେକ୍ଷା କରିବାକୁ ପଡିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ୧୮ ରୁ ୪୪ ବର୍ଷର ଲୋକଙ୍କୁ ଏବେ କେବଳ ପଞ୍ଜୀକରଣ କରିବାକୁ ପଡିବ। ରାଜ୍ୟରେ ୯୭ ପ୍ରତିଶତ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଦିଆଯାଇଥିବା ବେଳେ ୮୭ ପ୍ରତିଶତ ସ୍ଵାସ୍ଥ୍ୟକର୍ମୀଙ୍କୁ ଦ୍ଵିତୀୟ ଡୋଜ ଦିଆଗଲାଣି।

ସେହିଭଳି ସମ୍ମୁଖ ଯୋଦ୍ଧାଙ୍କ ମଧ୍ୟରେ ପ୍ରଥମ ଡୋଜ ୯୭ ପ୍ରତିଶତ ନେଇଥିବା ବେଳେ ଦ୍ଵିତୀୟ ଡୋଜ ୮୫ ପ୍ରତିଶତ ନେଇଛନ୍ତି। ରାଜ୍ୟରେ ମୋଟ ୪୫ ବର୍ଷରୁ ଉର୍ଦ୍ଧ୍ଵ ବର୍ଗରେ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରୁ ୪୩ ଲକ୍ଷ ୫୫ ହଜାର ଲୋକ ପ୍ରଥମ ଡୋଜ ନେଇଥିବା ବେଳେ ୨୩ ଲକ୍ଷ ୪୩ ହଜାର ଲୋକ ଦ୍ଵିତୀୟ ଡୋଜ ପାଇଁ ଅପେକ୍ଷାରତ ଅଛନ୍ତି। ଏଯାବତ ୫ ଲକ୍ଷ ୯୬ ହଜାର ଲୋକ ଦ୍ଵିତୀୟ ଡୋଜ ନେଇସାରିଲେଣି। ପାଖାପାଖି ୧୭ ଲକ୍ଷ ଲୋକ ଦ୍ଵିତୀୟ ଡୋଜ ନେବାକୁ ଅପେକ୍ଷାରେ ଅଛନ୍ତି।

ତେବେ କୋଭାକ୍ସିନ ଟୀକା କେବଳ ଭୁବନେଶ୍ଵର ମହାନଗର ଅଞ୍ଚଳରେ ଦିଆଯାଉଛି। ଓଡ଼ିଶାକୁ କୋଭାକ୍ସିନ ଟୀକା ଆସୁଥିବାରୁ ଟିକାରଣ ଚାଲିଛି। ଏହି ଟୀକାର ଦ୍ଵିତୀୟ ଡୋଜ ଦେବାରେ ଏଯାଏଁ କିଛି ଅସୁବିଧା ନାହିଁ। କିନ୍ତୁ କୋଭିସିଲ୍ଡ ଆସିବାରେ ବିଳମ୍ବ ହେଉଥିବାରୁ ଟୀକା ଦେବାରେ ମଧ୍ୟ ବିଳମ୍ବ ହେଉଛି।

ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ ନେଇଥିବା ଲୋକ ସରକାରୀ ହସ୍ପିଟାଲରେ ଦ୍ଵିତୀୟ ଡୋଜ ନେଇପାରିବେ। ଏପ୍ରିଲ ୩୦ ତାରିଖ ସୁଦ୍ଧା ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ ନେଇଥିଲେ, ଦ୍ଵିତୀୟ ଡୋଜ ସରକାରୀ ହସ୍ପିଟାଲରେ ଦ୍ଵିତୀୟ ଡୋଜ ମାଗଣାରେ ନେଇପାରିବେ ନେଇପାରିବେ। ସେଥିପାଇଁ କେବଳ ଆଡମିନିଷ୍ଟ୍ରେସନ ଚାର୍ଜ ଭାବେ ଲୋକଙ୍କୁ କେବଳ ୧୦୦ ଟଙ୍କା ଦେବାକୁ ପଡିବ। ଭୁବନେଶ୍ବରକୁ ଛାଡି ରାଜ୍ୟର ବାକି ୩୦ ଟି ଜିଲ୍ଲାରେ କୋଭିସିଲ୍ଡ ଟୀକା ଦିଆଯାଉଥିବାରୁ ସମସ୍ୟା ଉପୁଜୁଛି। ରାଜ୍ୟ ସରକାର ଆଉ ୧୫ ଲକ୍ଷ ଟୀକା ଡୋଜ ଦେବାକୁ କେନ୍ଦ୍ରକୁ ନିବେଦନ କରିଛନ୍ତି।

ଗତ ମଙ୍ଗଳବାର ଦିନ ଓଡ଼ିଶାକୁ ଏକ ଲକ୍ଷ ଟୀକା ଡୋଜ ମିଳିଥିବା ବେଳେ ୧୫ ଦିନ ଭିତରେ ଆଉ ୬ରୁ ୭ ଲକ୍ଷ ଟୀକା ଡୋଜ ମିଳିବା ନେଇ ଆଶା କରାଯାଉଛି। ଟୀକା ଆସିଲେ ନୂଆ ଲୋକଙ୍କୁ ଟୀକା ଦିଆଯିବ। ଏନେଇ ଏସିଏସ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆସନ୍ତାକାଲି ୧୫ ଜିଲ୍ଲାରେ ବନ୍ଦ ରହିବ ଟୀକାକରଣ

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟର ୧୫ ଟି ଜିଲ୍ଲାରେ ଟୀକାକରଣ ବନ୍ଦ ରହିବା ନେଇ ନିଷ୍ପତ୍ତି ହୋଇଛି। ଟୀକାର ଅଭାବ ଯୋଗୁଁ ଟୀକାକରଣ ବନ୍ଦ ହେବ ବୋଲି ଘୋଷଣା ହୋଇଛି। ଅନୁଗୁଳ, ବରଗଡ, ବୌଦ୍ଧ, ବାଲେଶ୍ଵର, କଟକ, ଜଗତସିଂହପୁର, ଦେବଗଡ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର, କୋରାପୁଟ, ରାୟଗଡା, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାରେ ଆସନ୍ତାକାଲି ଟୀକାକରଣ ବନ୍ଦ ରହିବ।