Categories
ଆଜିର ଖବର ରାଜ୍ୟ ଖବର

ଟ୍ଵିନ ସିଟିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା: ସତର୍କ କରାଇଲା ପାଣିପାଗ

ଭୁବନେଶ୍ଵର: ଆଜି ମଧ୍ୟ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୧୮ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ବୋଲି ଅନୁମାନ କରାଯାଉଛି। ଗତକାଲି ଭୁବନେଶ୍ଵରରେ ୧୧.୩୦ ସୁଦ୍ଧା ୪୧ ଡିଗ୍ରୀ ଛୁଇଁଥିବା ବେଳେ ଆଜି ମଧ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଦୁଇ ସହର ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି। ଛୋଟ ପିଲା, ରୋଗୀ, ବୟସ୍କମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଜି ଟ୍ଵିନ ସିଟିରେ ଅନେକ ସ୍ଥାନରେ ସ୍ଵାଭାବିକ ତାପମାତ୍ରା ଠାରୁ ୪ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି।

ତେବେ ଆଜି ଆଜି ସକାଳ ୮ ଟା ୩୦ ସୁଦ୍ଧା ଝାରସୁଗୁଡାରେ ୩୮.୬ ଡ଼ିଗ୍ରୀ, ସମ୍ବଲପୁରରେ ୩୬.୪ ଡ଼ିଗ୍ରୀ, ହୀରାକୁଦରେ ୩୬ ଡ଼ିଗ୍ରୀ, କେନ୍ଦୁଝରରେ ୩୪.୮ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୪.୨ ଡ଼ିଗ୍ରୀ, ବାଲେଶ୍ୱରରେ ୩୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୩.୬ ଡ଼ିଗ୍ରୀ, ଗୋପାଳପୁରରେ ୩୩.୨ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ୩୨.୨ ଡ଼ିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।