Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୯୩ ହଜାର ୨୪୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୩ ହଜାର ୨୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୫୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୪ ଲକ୍ଷ ୮୫ ହଜାର ୫୦୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୬ ଲକ୍ଷ ୯୧ ହଜାର ୫୯୭ ଆକ୍ଟିଭ୍‌ କେସ୍ ରହିଛି।